୨୬୪ ପଏଣ୍ଟ ଖସିଲା ସେନ୍‌ସେକ୍ସ

ମୁମ୍ବାଇ: ଗତ ୧୦ ସେସନ ହେବ ଭଲ କାରବାର ହାସଲ କରିବା ପରେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ବୁଧବାର ୨୬୪ ପଏଣ୍ଟ ଖସିଛି। ରିଲାଏନ୍ସ ଇଣ୍ଡଷ୍ଟ୍ରିଜ, ଆଇଟିସି ଏବଂ ଇନ୍‌ଫୋସିସ ଭଳି କମ୍ପାନୀଗୁଡିକର ଶେୟାର କାରବାର ପ୍ରଭାବିତ ହୋଇଛି। ଦିନ ମଧ୍ୟରେ ସେନ୍‌ସେକ୍ସ ୪୮,୬୧୬.୬୬ ପଏଣ୍ଟ ଛୁଇଁଥିଲା। ମାତ୍ର କାରବାର ଶେଷ ହେବା ବେଳକୁ ସେନ୍‌ସେକ୍ସରେ ୨୬୩.୭୨ ପଏଣ୍ଟ ହ୍ରାସ ପରିଲକ୍ଷିତ ହୋଇଛି। ଫଳରେ ଏହା ୦.୫୪% ନିମ୍ନରେ ରହି ୪୮,୧୭୪.୦୬ ପଏଣ୍ଟରେ ବନ୍ଦ ହୋଇଛି। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ ନିଫ୍ଟି କାରବାର ୫୩.୨୫ ପଏଣ୍ଟ(୦.୩୮%) ନିମ୍ନରେ ରହି ୧୪,୧୪୬.୨୫ ପଏଣ୍ଟରେ ବନ୍ଦ ହୋଇଛି। ଏହା ଦିନ ମଧ୍ୟରେ ରେକର୍ଡ ସ୍ତର ୧୪,୨୪୪ .୧୫ ପଏଣ୍ଟ ଛୁଇଁଥିଲା। ଆଇଟିସିର ଶେୟାର କାରବାର ୩% ଖସିଛି। ଏହାବାଦ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ, ବଜାଜ ଫାଇନାନ୍ସ, ଆକ୍ସିସ ବ୍ୟାଙ୍କ, ହିନ୍ଦୁସ୍ଥାନ ୟୁନିଲିଭର ଲିମିଟେଡ୍‌, ଏଚ୍‌ସିଏଲ୍‌ ଟେକ୍‌ ଭଳି କମ୍ପାନୀର ଶେୟାର କାରବାର ମଧ୍ୟ ପ୍ରଭାବିତ ସ୍ଥିତିରେ ରହିଛି। ଅପରପକ୍ଷରେ ପାଓ୍ବାରଗ୍ରୀଡ୍‌, ଭାରତୀ ଏୟାରଟେଲ, ଓଏନ୍‌ଜିସି ଏବଂ ଅଲ୍‌ଟ୍ରାଟେକ ସିମେଣ୍ଟର ଶେୟାର ଭଲ କାରବାର କରିଛି। ପ୍ରଫିଟ ବୁକିଂ ଫଳରେ ସୂଚକାଙ୍କରେ ଏଭଳି ହ୍ରାସ ପରିଲକ୍ଷିତ ହୋଇଛି। ହଂକଂ ଏବଂ ସାଂଘାଇ ଶେୟାର ବଜାରର ସ୍ଥିତି ଭଲ ରହିଥିବା ବେଳେ ସିଓଲ ଓ ଟୋକିଓରେ କାରବାର ପ୍ରଭାବିତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ରେ ଅବସର ନେବାକୁ ଥିବା ପ୍ରାଇଭେଟ କର୍ମଚାରୀଙ୍କୁ ମିଳିବ ଏତିକି ଦରମା, ଏମିତି କରନ୍ତୁ ହିସାବ

ନୂଆଦିଲ୍ଲୀ,୧୫।୧୨:ପ୍ରାଇଭେଟ କ୍ଷେତ୍ରର କର୍ମଚାରୀମାନେ ପ୍ରାୟତଃ ସେମାନଙ୍କର ବାର୍ଦ୍ଧକ୍ୟ ସୁରକ୍ଷା ବିଷୟରେ ଚିନ୍ତିତ ଥାଆନ୍ତି। ତଥାପି, ଯଦି ଆପଣଙ୍କର PF କଟାଯାଏ, ତେବେ ନିରାଶ ହେବାର କୌଣସି...

ନଭେମ୍ବରରେ ଦ୍ୱିତୀୟ ମାସ ପାଇଁ ପାଇକାରୀ ମୁଦ୍ରାସ୍ଫୀତି ନକାରାତ୍ମକ

ନୂଆଦିଲ୍ଲୀ,୧୫।୧୨: ସରକାରୀ ତଥ୍ୟ ଅନୁଯାୟୀ, ନଭେମ୍ବର ୨୦୨୫ରେ ପାଇକାରୀ ମୂଲ୍ୟ ସୂଚକାଙ୍କ (WPI) ଭିତ୍ତିକ ମୁଦ୍ରାସ୍ଫୀତି ହାର କ୍ରମାଗତ ଦ୍ୱିତୀୟ ମାସ ପାଇଁ (-) ୦.୩୨...

BSNL ଆଣିଲା ଖୁସିଖବର: ଏଣିକି ଶସ୍ତାରେ ମିଳିବ ଇଣ୍ଟରନେଟ୍‌ ପ୍ଲାନ୍‌

ନୂଆଦିଲ୍ଲୀ,୧୫।୧୨: ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ନିରନ୍ତର ଭାବରେ ଏହାର ଉପଭୋକ୍ତାମାନଙ୍କୁ ସୁଲଭ ଯୋଜନା ପ୍ରଦାନ କରୁଛି। ଏହି ପରିପ୍ରେକ୍ଷୀରେ,...

Gold Silver Price: ୨୦ ବର୍ଷରେ ରେକର୍ଡ ଭାଙ୍ଗିଲା ରୂପା ଦର, ଆଜି ପୁଣି ବଢ଼ିଲା ସୁନା

ନୂଆଦିଲ୍ଲୀ,୧୫।୧୨: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ବୃଦ୍ଧି ପାଉଛି । ଯଦି ଦେଖାଯାଏ, ତେବେ ରୂପା ଦର ୧୨ହଜାରରୁ ୨...

SBI, HDFC ଏବଂ ICICI ବ୍ୟାଙ୍କକୁ ନେଇ RBI ଜାରି କଲା ବଡ଼ ଅପଡେଟ, ଆକାଉଣ୍‌ଟ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୧୩।୧୨:ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଘୋଷଣା କରିଛି ଯେ ଭାରତୀୟ ଷ୍ଟେଟ ବ୍ୟାଙ୍କ (SBI), HDFC ବ୍ୟାଙ୍କ ଏବଂ ICICI ବ୍ୟାଙ୍କ ଘରୋଇ ସିଷ୍ଟମଲିକାଲି ଇମ୍ପୋର୍ଟଣ୍ଟ...

ପ୍ରଥମ ଚାକିରିରୁ ଏହିଥିରେ କରନ୍ତୁ ନିବେଶ, ଯୁବପିଢିଙ୍କୁ ମିଳିବ ମୋଟା ଅଙ୍କର ଟଙ୍କା!

ନୂଆଦିଲ୍‌ଲୀ,୧୩।୧୨: ଆଜି ଆପଣ କରୁଥିବା ନିବେଶ କାଲି ଖରାପ ସମୟରେ ଆପଣଙ୍କର ସବୁଠାରୁ ଭଲ ବନ୍ଧୁ। ଏହି କାରଣରୁ ସମସ୍ତେ ସଞ୍ଚୟ ଏବଂ ନିବେଶକୁ ପ୍ରାଥମିକତା...

୨୦୦୦, ୩୦୦୦ ଓ ୫୦୦୦ ନିବେଶ କଲେ କେତେ ମିଳିବ ରିଟର୍ଣ୍ଣ? ଜାଣନ୍ତୁ ଏହି ଖାସ୍ ଯୋଜନାର ଲାଭ…

ପୋଷ୍ଟ ଅଫିସ୍ ଆରଡି ଯୋଜନା ଏକ ସୁରକ୍ଷିତ ଏବଂ ଆକର୍ଷଣୀୟ ନିବେଶ ବିକଳ୍ପ ଯେଉଁଥିରେ ଆପଣ ୬.୭% ସୁଧ ହାରରେ ଅଳ୍ପ ପରିମାଣରେ ନିବେଶ କରି...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri