୪୭୦ ପଏଣ୍ଟ ଖସିଲା ସେନ୍‌ସେକ୍ସ

ନୂଆଦିଲ୍ଲୀ: ସୋମବାର ଲଗାତର ଦ୍ୱିତୀୟ ସେସନ ଲାଗି ଭାରତୀୟ ପୁଞ୍ଜି ବଜାରରେ ହ୍ରାସ ଧାରା ପରିଲକ୍ଷିତ ହୋଇଛି। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ)ର ସେନ୍‌ସେକ୍ସ ୪୫୦ରୁ ଊର୍ଦ୍ଧ୍ୱ ପଏଣ୍ଟ ଖସିଥିବା ନଜରକୁ ଆସିଛି। ରିଜର୍ଭ ବ୍ୟାଙ୍କ ସ୍ୟାଡୋ ବ୍ୟାଙ୍କଗୁଡିକ ଲାଗି ନିୟମ କଡ଼ାକଡ଼ି କରିବା ନେଇ ଖବର ଆସିବା ପରେ ପୁଞ୍ଜି ବଜାର ଉପରେ ଗଭୀର ପ୍ରଭାବ ପଡ଼ିଛି। ୩୦ ଶେୟାର ବିଶିଷ୍ଟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ୪୭୦ ପଏଣ୍ଟ(୦.୯୬%) ଖସିବା ଯୋଗୁ ୪୮,୫୬୬ ପଏଣ୍ଟ ସ୍ତରରେ କାରବାର ବନ୍ଦ ହୋଇଛି। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ(ଏନ୍‌ଏସ୍‌ଇ) ନିଫ୍ଟି ୧୫୨ ପଏଣ୍ଟ (୧.୦୬%)ନିମ୍ନରେ ରହି ୧୪,୨୮୧ ପଏଣ୍ଟ ସ୍ତରରେ ରହିଛି।
ସେନ୍‌ସେକ୍ସରେ କାରବାର କ୍ଷତି ସହିଥିବା କମ୍ପାନୀଗୁଡ଼ିକ ମଧ୍ୟରେ ଓଏନ୍‌ଜିସି, ସନ୍‌ଫାର୍ମା, ପାଓ୍ବାର ଗ୍ରୀଡ୍‌, ବଜାଜ ଫାଇନାନ୍ସ, ଇଣ୍ଡସ୍‌ ଇଣ୍ଡ ବ୍ୟାଙ୍କ, ଡକ୍ଟର ରେଡି ରହିଛି। ଏମାନଙ୍କ ଶେୟାର ପ୍ରାୟ ୪.୫୯% ଖସିଛି। ଅପରପକ୍ଷରେ ରିଲାଏନ୍ସ, ଟାଇଟାନ, ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଏବଂ ଆଇଟିସିର ଶେୟାର କାରବାର ପ୍ରାୟ ୨.୩୭% ବୃଦ୍ଧି ପାଇଛି। ଏନ୍‌ଏସ୍‌ଇ ପ୍ଲାଟ୍‌ଫର୍ମରେ ନିଫ୍ଟି ମେଟାଲ, ଫାର୍ମା ଏବଂ ପିଏସ୍‌ୟୁ ବ୍ୟାଙ୍କ ଶେୟାର ପ୍ରାୟ ୪.୦୮% ଖସିଛି। ପୁଞ୍ଜିବଜାରରେ ବିଦେଶୀ ନିବେଶକମାନେ ସୋମବାର ୯୧୭.୦୬ କୋଟି ଟଙ୍କା ନିବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ସରକାରୀ କର୍ମଚାରୀଙ୍କୁ ମିଳିବନି ପେନସନ, ଯଦି କରୁଥିବେ ଏହି ଭୁଲ!

ନୂଆଦିଲ୍ଲୀ,୨୫।୧୨: ସରକାରୀ କର୍ମଚାରୀମାନେ ପ୍ରାୟତଃ ଭାବନ୍ତି ଯେ ଯଦି ସେମାନେ ସମୟ ପୂର୍ୱରୁ ଇସ୍ତଫା ଦିଅନ୍ତି ତେବେ ସେମାନେ ପେନସନ ପାଇବେ କି ନାହିଁ। ସୁପ୍ରିମକୋର୍ଟ...

ଅବସରବେଳେ ଦରକାର ୧କୋଟି ଟଙ୍କା? ଏହି ଫର୍ମୂଲାରେ ୫ମାସରେ ମିଳିଯିବ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୩।୧୨:ଲୋକମାନେ ପ୍ରାୟତଃ ଅବସର ସମୟରେ କୋଟି କୋଟି ଟଙ୍କାର କର୍ପସ ପାଇବାର ସ୍ୱପ୍ନ ଦେଖନ୍ତି, କିନ୍ତୁ କେବଳ କିଛି ଲୋକ ଏହି ସୱପ୍ନକୁ ପୂରଣ କରିପାରିବେ।...

ଏପ୍ରିଲ ପରେ ବନ୍ଦ ହୋଇଯିବ ଏହି ୬ଟି ବଡ଼ ବ୍ୟାଙ୍କ? ଆକାଉଣ୍ଟ ଥିଲେ କଣ କରିବେ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାର ପୁଣିଥରେ ବ୍ୟାଙ୍କିଙ୍ଗ କ୍ଷେତ୍ରରେ ବଡ଼ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛନ୍ତି। ରିପୋର୍ଟ ଅନୁଯାୟୀ ସରକାର ଛଅଟି ବଡ଼ ସରକାରୀ ବ୍ୟାଙ୍କକୁ ପରସ୍ପର...

8th Pay Commissionକୁ ନେଇ ଆସିଲା ବଡ଼ ଅପ୍‌ଡେଟ: ଜାନୁଆରୀରେ ବଢିଯିବ…

ନୂଆଦିଲ୍ଲୀ,୨୩।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ୨୦୨୬ ବର୍ଷ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବାକୁ ଯାଉଛି। ୭ମ ବେତନ କମିଶନର ଅବଧି ୩୧...

Gold Price Today : ୨୪ ଶହ ଟଙ୍କା ବଢ଼ିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦାମ୍

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ସୁନା ମୂଲ୍ୟରେ ତୀବ୍ର ବୃଦ୍ଧି ଘଟିଛି। ଡିସେମ୍ବର ୨୨ ତାରିଖରେ ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri