୪୭୦ ପଏଣ୍ଟ ଖସିଲା ସେନ୍‌ସେକ୍ସ

ନୂଆଦିଲ୍ଲୀ: ସୋମବାର ଲଗାତର ଦ୍ୱିତୀୟ ସେସନ ଲାଗି ଭାରତୀୟ ପୁଞ୍ଜି ବଜାରରେ ହ୍ରାସ ଧାରା ପରିଲକ୍ଷିତ ହୋଇଛି। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ)ର ସେନ୍‌ସେକ୍ସ ୪୫୦ରୁ ଊର୍ଦ୍ଧ୍ୱ ପଏଣ୍ଟ ଖସିଥିବା ନଜରକୁ ଆସିଛି। ରିଜର୍ଭ ବ୍ୟାଙ୍କ ସ୍ୟାଡୋ ବ୍ୟାଙ୍କଗୁଡିକ ଲାଗି ନିୟମ କଡ଼ାକଡ଼ି କରିବା ନେଇ ଖବର ଆସିବା ପରେ ପୁଞ୍ଜି ବଜାର ଉପରେ ଗଭୀର ପ୍ରଭାବ ପଡ଼ିଛି। ୩୦ ଶେୟାର ବିଶିଷ୍ଟ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ ୪୭୦ ପଏଣ୍ଟ(୦.୯୬%) ଖସିବା ଯୋଗୁ ୪୮,୫୬୬ ପଏଣ୍ଟ ସ୍ତରରେ କାରବାର ବନ୍ଦ ହୋଇଛି। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ(ଏନ୍‌ଏସ୍‌ଇ) ନିଫ୍ଟି ୧୫୨ ପଏଣ୍ଟ (୧.୦୬%)ନିମ୍ନରେ ରହି ୧୪,୨୮୧ ପଏଣ୍ଟ ସ୍ତରରେ ରହିଛି।
ସେନ୍‌ସେକ୍ସରେ କାରବାର କ୍ଷତି ସହିଥିବା କମ୍ପାନୀଗୁଡ଼ିକ ମଧ୍ୟରେ ଓଏନ୍‌ଜିସି, ସନ୍‌ଫାର୍ମା, ପାଓ୍ବାର ଗ୍ରୀଡ୍‌, ବଜାଜ ଫାଇନାନ୍ସ, ଇଣ୍ଡସ୍‌ ଇଣ୍ଡ ବ୍ୟାଙ୍କ, ଡକ୍ଟର ରେଡି ରହିଛି। ଏମାନଙ୍କ ଶେୟାର ପ୍ରାୟ ୪.୫୯% ଖସିଛି। ଅପରପକ୍ଷରେ ରିଲାଏନ୍ସ, ଟାଇଟାନ, ଏଚ୍‌ଡିଏଫ୍‌ସି ବ୍ୟାଙ୍କ ଏବଂ ଆଇଟିସିର ଶେୟାର କାରବାର ପ୍ରାୟ ୨.୩୭% ବୃଦ୍ଧି ପାଇଛି। ଏନ୍‌ଏସ୍‌ଇ ପ୍ଲାଟ୍‌ଫର୍ମରେ ନିଫ୍ଟି ମେଟାଲ, ଫାର୍ମା ଏବଂ ପିଏସ୍‌ୟୁ ବ୍ୟାଙ୍କ ଶେୟାର ପ୍ରାୟ ୪.୦୮% ଖସିଛି। ପୁଞ୍ଜିବଜାରରେ ବିଦେଶୀ ନିବେଶକମାନେ ସୋମବାର ୯୧୭.୦୬ କୋଟି ଟଙ୍କା ନିବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳି ପାଇଁ ଏବେଠୁ ବୁକ୍‌ ହୋଇଗଲା ସବୁ ଟ୍ରେନ ଟିକେଟ୍‌! କିଛି ସମୟରେ…

ନୂଆଦିଲ୍‌ଲୀ,୬।୯: ଦୀପାବଳିରେ ଘରକୁ ଯିବା ପାଇଁ ପ୍ରସ୍ତୁତ ହେଉଥିବା ରେଳ ଯାତ୍ରୀମାନଙ୍କ ପାଇଁ ରିଜର୍ଭେସନ ୱିଣ୍ଡୋ ଖୋଲିଯାଇଛି। ନଭେମ୍ୱର ୮ ତାରିଖ ଦୀପାବଳିକୁ ଦୃଷ୍ଟିରେ ରଖି ଯାତ୍ରୀମାନେ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri