୬୨୭ ପଏଣ୍ଟ ଖସିଲା ସେନ୍‌ସେକ୍ସ

ମୁମ୍ବାଇ:  ବୁଧବାର ଭାରତୀୟ ପୁଞ୍ଜିବଜାର ପୁଣି ଥରେ ପ୍ରଭାବିତ ହୋଇଛି। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ)ର ସେନ୍‌ସେକ୍ସ ୬୨୭ ପଏଣ୍ଟ (୧.୨୫%) ହ୍ରାସ ହେବା ଫଳରେ ଏହା ୪୯,୫୦୯ ପଏଣ୍ଟ ସ୍ତରରେ ବନ୍ଦ ହୋଇଛି। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ ନିଫ୍ଟି ୧୫୪ ପଏଣ୍ଟ (୧.୦୪%) ନିମ୍ନରେ ରହିବା ଯୋଗୁ ଏହା ୧୪,୬୯୧ ପଏଣ୍ଟ ସ୍ତରକୁ ଖସିଛି। ବ୍ୟାଙ୍କିଙ୍ଗ୍‌ ଏବଂ ଫାଇନାନ୍ସିଆଲ ଷ୍ଟକ୍‌ କାରବାର ଖସିବା ଯୋଗୁ ଏଭଳି ସ୍ଥିତି ଦେଖାଯାଇଛି। ଏଚ୍‌ଡିଏଫ୍‌ସିର ଶେୟାର ସବୁଠାରୁ ବେଶି ପ୍ରଭାବିତ ହେବା ଯୋଗୁ ୪.୦୬% ଖସିଥିବା ନଜରକୁ ଆସିଛି। ସେହିଭଳି ପାଓ୍ବାର ଗ୍ରୀଡ୍‌, ଟେକ୍‌ ମହିନ୍ଦ୍ରା, ଆଇସିଆଇସିଆଇ ବ୍ୟାଙ୍କ ଏବଂ ଓଏନ୍‌ଜିସି ଭଳି କମ୍ପାନୀର ଶେୟାର ପ୍ରଭାବିତ ସ୍ଥିତିରେ ରହିଛି।
ସେନ୍‌ସେକ୍ସରେ ଆଇଟିସି, ବଜାଜ ଫିନ୍‌ସର୍ଭ, ହିନ୍ଦୁସ୍ଥାନ ୟୁନିଲିଭର, ଏସ୍‌ବିଆଇ, ଟିସିଏସ୍‌ ଭଳି କମ୍ପାନୀର ଶେୟାର କାରବାର ୧.୮୨% ବୃଦ୍ଧି ପାଇଛି। ଏନ୍‌ଏସ୍‌ଇ ପ୍ଲାଟ୍‌ଫର୍ମରେ ନିଫ୍ଟି ଫାଇନାନ୍ସିଆଲ ସର୍ଭିସ, ବ୍ୟାଙ୍କ, ଆଇଟି ଶେୟାର ୨.୦୧% ହ୍ରାସ ହୋଇଛି। ଘରୋଇ ବ୍ୟାଙ୍କ ଶେୟାରଗୁଡିକରେ ପ୍ରଫିଟ ବୁକିଂ ଏବଂ ଆଇଟି ଷ୍ଟକ୍‌ଗୁଡିକରେ ସେଲିଂ ପ୍ରେସର ଦେଖାଯାଇଛି। ଏସିଆର ଅନ୍ୟ ଶେୟାର ବଜାର ଯଥା ସାଂଘାଇ, ହଂକଂ, ସିଓଲ ଏବଂ ଟୋକିଓ ଭଳି ଶେୟାର ବଜାରଗୁଡିକ ମଧ୍ୟ ପ୍ରଭାବିତ ସ୍ଥିତିରେ ବନ୍ଦ ହୋଇଛି। ଏଭଳି ସ୍ଥିତିରେ ଫରେନ ପୋର୍ଟଫୋଲିଓ ନିବେଶକମାନେ ପୁଞ୍ଜି ବଜାରରୁ ନେଟ୍‌ ୭୬୯ କୋଟି ଟଙ୍କାର ଶେୟାର କ୍ରୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri