୪୪୬ ପଏଣ୍ଟ ବଢ଼ିଲା ସେନ୍‌ସେକ୍ସ

ନୂଆଦିଲ୍ଲୀ: ମଙ୍ଗଳବାର ଦେଶର ପୁଞ୍ଜିବଜାରରେ କାରବାର ଉନ୍ନତ ରହିଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜ(ବିଏସ୍‌ଇ)ର ସେନ୍‌ସେକ୍ସ ଏହି ସମୟରେ ପ୍ରାୟ ୪୪୬ ପଏଣ୍ଟ ବଢିଥିବା ନଜରକୁ ଆସିଛି। ବିଶ୍ୱ ବଜାରରେ କାରବାର ଉନ୍ନତ ହେବା ଯୋଗୁ ବିଏସ୍‌ଇରେ ଷ୍ଟକ୍‌ କାରବାର ବେଶ୍‌ ଉନ୍ନତ ହୋଇଛି। ଦିନ ମଧ୍ୟରେ ସେନ୍‌ସେକ୍ସ ୪୪,୬୦୨ ପଏଣ୍ଟକୁ ବଢ଼ିଥିଲା। ବିଏସ୍‌ଇ ସୂଚକାଙ୍କ ୪୪୬ ପଏଣ୍ଟ(୧.୦୧%) ବଢିବା ଯୋଗୁ କାରବାର ଶେଷ ବେଳକୁ ଏହା ୪୪,୫୨୩ ପଏଣ୍ଟ ସ୍ତରରେ ରହିଛି। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜର ନିଫ୍ଟି ୧୨୯ ପଏଣ୍ଟ ଉଚ୍ଚରେ ରହି ୧୩,୦୫୫ ପଏଣ୍ଟ ସ୍ତରରେ ରହିଛି।
ଆକ୍ସିସ ବ୍ୟାଙ୍କ, ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା, ଏଚ୍‌ଡିଏଫ୍‌ସି ବ୍ୟାଙ୍କ, ଆଇଟିସି ଏସ୍‌ବିଆଇ, ଆଇସିଆଇସିଆଇ ବ୍ୟାଙ୍କର ଷ୍ଟକ୍‌ କାରବାର ବେଶ୍‌ ଭଲ ରହିଥିବା ନଜରକୁ ଆସିଛି। ଏଚ୍‌ଡିଏଫ୍‌ସି, ଟାଇଟାନ, ନେସ୍‌ଲେ ଇଣ୍ଡିଆ, ଭାରତୀ ଏୟାରଟେଲ, ଓଏନ୍‌ଜିସି ଭଳି କମ୍ପାନୀ କାରବାର କ୍ଷତି ସହିଛନ୍ତି। ଏନ୍‌ଏସ୍‌ଇ ପ୍ଲାଟ୍‌ଫର୍ମରେ ବ୍ୟାଙ୍କ, ଘରୋଇ ବ୍ୟାଙ୍କ, ଅଟୋ, ଫାଇନାନ୍ସିଆଲ ସର୍ଭିସ୍‌ର ଶେୟାର ଭଲ କାରବାର ହାସଲ କରିଛି। କୋଭିଡ୍‌ ୧୯ ଟିକା ଆସିବା ଖବର ବଜାରରେ ଆଶା ଭରି ଦେଇଛି। ସେହିଭଳି ଅର୍ଥ ବ୍ୟବସ୍ଥାଗୁଡିକୁ ଖୋଲିବା ଲାଗି ପଦକ୍ଷେପ ନିଆଯାଉଥିବାରୁ ଏହା ନିବେଶକଙ୍କ ଉପରେ ସକାରାତ୍ମକ ମନୋଭାବ ସୃଷ୍ଟି କରିଛି। ଭାରତକୁ ଭାକ୍ସିନ ଆଣିବା ନେଇ ସେରମ ଇନ୍‌ଷ୍ଟିଚ୍ୟୁଟ୍‌ ଘୋଷଣା କରିଛି। ଏଭଳି ସ୍ଥିତିରେ ଭାରତରେ କରୋନାର ଦ୍ୱିତୀୟ ଲହର ଆରମ୍ଭ ହୋଇଥିବାରୁ ନିବେଶକ ଆଶଙ୍କାରେ ରହିଥିବା ବଜାର ବିଶେଷଜ୍ଞ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆ ପୋଷ୍ଟର ବଡ଼ ପଦକ୍ଷେପ: ଏସବୁ ସହରରେ ମିଳିବ ‘ନେକ୍ସଟ୍ ଡେ ଗ୍ୟାରେଣ୍ଟିଡ୍ ଡେଲିଭରି’ ସେବା

ନୂଆଦିଲ୍ଲୀ,୧୭।୫: ଡାକ ସେବାକୁ ଅଧିକ ଦ୍ରୁତ ଓ ଭରସାଯୋଗ୍ୟ କରିବା ପାଇଁ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ନୂତନ ସେବାର ଶୁଭାରମ୍ଭ କରାଯାଇଛି। ମଙ୍ଗଳବାର, ମାର୍ଚ୍ଚ…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ…

LPG ସଙ୍କଟ: ୧୨ ହଜାର ସ୍ଥାନରେ ରେଡ୍, ୧୫ ହଜାର ସିଲିଣ୍ଡର ଜବତ

ନୂଆଦିଲ୍ଲୀ,୧୭।୫: ଦେଶରେ LPG ସିଲିଣ୍ଡରର ଅଭାବକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏଭଳି ସମୟରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ଇରାନ…

ବିଶ୍ୱରେ ଚାଲିଛି ଯୁଦ୍ଧ, ଭାରତରେ ହ୍ରାସ ପାଇଲା ବେକାରୀ ହାର

ନୂଆଦିଲ୍ଲୀ,୧୬।୩: ବିଶ୍ୱ ଅର୍ଥନୀତିରେ ଯୁଦ୍ଧ ଓ ଅସ୍ଥିରତା ମଧ୍ୟରେ ଭାରତରୁ ଆସିଛି ଏକ ଆଶ୍ୱସ୍ତିକର ଖବର। ଦେଶରେ ବେକାରୀ ହାରରେ ସାମାନ୍ୟ ହ୍ରାସ ଘଟିଥିବା ପରିସଂଖ୍ୟାନ ମନ୍ତ୍ରଣାଳୟ…

LPG ବଦଳରେ PNG: ଗ୍ରାହକଙ୍କ ପାଇଁ ସରକାର, ଗ୍ୟାସ କମ୍ପାନୀଙ୍କ ବଡ଼ ଅଫର

ନୂଆଦିଲ୍ଲୀ,୧୬।୩: ଦେଶରେ ଗ୍ୟାସ ଯୋଗାଣକୁ ସୁବ୍ୟବସ୍ଥିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବ୍ୟବସାୟିକ LPG ସିଲିଣ୍ଡର ବଦଳରେ ଏବେ ‘ପାଇପ୍‌ଡ ନ୍ୟାଚୁରାଲ…

ବିଶ୍ୱର ୬୦୦ କମ୍ପାନୀକୁ ପଛରେ ପକାଇ ବଡ଼ ଡିଲ୍ ହାତେଇଲା ଭାରତର ଏହି ଷ୍ଟାର୍ଟଅପ୍

ନୂଆଦିଲ୍ଲୀ,୧୫ା୩: ଭାରତୀୟ ଯୁବ ଇଞ୍ଜିନିୟରଙ୍କ କମାଲ। କେରଳର ତିରୁବନନ୍ତପୁରମରୁ ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ‘ଜେନରୋବୋଟିକ୍ସ’ ସିଙ୍ଗାପୁରରୁ ଏକ ବଡ଼ ସଫଳତା ହାସଲ କରିଛି। ବିଶ୍ୱର ପ୍ରାୟ ୬୦୦ରୁ…

ଭାରତରେ ମହଙ୍ଗା ହୋଇପାରେ ଖାଦ୍ୟ ସାମଗ୍ରୀ ଓ ସାର: ନୀତି ଆୟୋଗ ସଦସ୍ୟ

ନୂଆଦିଲ୍ଲୀ,୧୫ା୩: ପଶ୍ଚିମ ଏସିଆରେ ଜାରି ରହିଥିବା ଦୀର୍ଘକାଳୀନ ଯୁଦ୍ଧ ଭାରତୀୟ ଅର୍ଥନୀତି ଉପରେ ଚାପ ପକାଇପାରେ। ନୀତି ଆୟୋଗର ସଦସ୍ୟ ରମେଶ ଚାନ୍ଦ ଏକ ସାକ୍ଷାତକାରରେ ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri