୪୩୨ ପଏଣ୍ଟ ବଢ଼ିଲା ସେନ୍‌ସେକ୍ସ

ନୂଆଦିଲ୍ଲୀ: ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ)ର ସେନ୍‌ସେକ୍ସ ଗୁରୁବାର ୪୩୨ ପଏଣ୍ଟ ବଢ଼ିଛି। ମେଟାଲ ଏବଂ ବ୍ୟାଙ୍କିଙ୍ଗ୍‌ ଷ୍ଟକ୍‌ କାରବାର ଉନ୍ନତ ହେବାରୁ ବଜାରରେ ଏଭଳି ସ୍ଥିତି ଦେଖାଯାଇଛି। ଭାରତ ଶେୟାର ବଜାରରେ ବିଦେଶୀ ନିବେଶକମାନେ ନିବେଶ ବଢାଇବା ନେଇ ଆଶା ଜନ୍ମିଛି। ଏହାର ପ୍ରଭାବ ବଜାର ଉପରେ ଉନ୍ନତ ରହିଛି। ୩୦ ଶେୟାର ବିଶିଷ୍ଟ ବିଏସ୍‌ଇର ସୂଚକାଙ୍କ ୦.୯୮% ଉଚ୍ଚରେ ରହିବା ଯୋଗୁ ୪୪,୨୬୦ ପଏଣ୍ଟ ସ୍ତରରେ ବନ୍ଦ ହୋଇଛି। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜର ନିଫ୍ଟି ୧୨୯ ପଏଣ୍ଟ ବା ୧% ଉଚ୍ଚରେ ରହି ୧୨,୯୮୭ ପଏଣ୍ଟ ସ୍ତରରେ ରହିଛି। ଟାଟା ଷ୍ଟିଲ୍‌ ବଜାଜ ଫାଇନାନ୍ସ, ବଜାଜ ଅଟୋ, ଏଚ୍‌ଡିଏଫ୍‌ସି, ଏଚ୍‌ସିଏଲ୍‌ ଟେକ୍‌, ଟାଇଟାନ ଏବଂ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ସେନ୍‌ସେକ୍ସରେ ଭଲ କାରବାର କରିଛନ୍ତି। ସେହିଭଳି ଓଏନ୍‌ଜିସି, ମାରୁତି, ଟେକ୍‌ ମହିନ୍ଦ୍ରା, ଇଣ୍ଡସ୍‌ଇଣ୍ଡ ବ୍ୟାଙ୍କର ଶେୟାର ପ୍ରଭାବିତ ରହିଛି। ଏନ୍‌ଏସ୍‌ଇ ପ୍ଲାଟ୍‌ଫର୍ମ ନିଫ୍ଟିରେ ମେଟାଲ, ପିଏସ୍‌ୟୁ ବ୍ୟାଙ୍କ, ଫାଇନାନ୍ସିଆଲ ସର୍ଭିସ କାରବାର ଉନ୍ନତ ରହିଛି। ସେହିଭଳି ଲାର୍ସନ ଆଣ୍ଡ ଟୁବ୍ରୋ ଏବଂ ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରାର କାରବାର ବେଶ୍‌ ଉନ୍ନତ ରହିଥିବା ଷ୍ଟକ୍‌ ବଜାର ସୂତ୍ରରୁ ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ

ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

ଗଙ୍ଗା ଦଶହରାରେ କମିଲା ସୁନା-ରୂପା ଦର, ଏକାଥରେ ୪ହଜାର…..

ନୂଆଦିଲ୍ଲୀ,୨୬।୫: ସୁନା ଏବଂ ରୂପା ମୂଲ୍ୟରେ ଏକ ବଡ଼ ହ୍ରାସ ପରିଲକ୍ଷିତ ହୋଇଥିଲା। ରୂପା ମୂଲ୍ୟ ୪,୩୦୦ଟଙ୍କାରୁ ଅଧିକ ହ୍ରାସ ପାଇଛି । ସୁନା ମଧ୍ୟ ପ୍ରାୟ ୯୦୦…

ବିଶେଷଜ୍ଞଙ୍କ ବଡ଼ ଆକଳନ, ଅନ୍ତର୍ଜାତୀୟ ବଜାର ଦର ହ୍ରାସ ସତ୍ତ୍ୱେ କମି ନ ପାରେ ପେଟ୍ରୋଲ ମୂଲ୍ୟ

ନୂଆଦିଲ୍ଲୀ,୨୬।୫: ଇତିମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ ପାଇଛି। ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ବୁଝାମଣା ସହ ବହୁଚର୍ଚ୍ଚିିତ ହର୍ମୁଜ୍‌ ପ୍ରଣାଳୀକୁ ମୁକ୍ତ…

ଶୀଘ୍ର ଭରିଦିଅନ୍ତୁ ପେଟ୍ରୋଲ-ଡିଜେଲ, ପ୍ରତି ଲିଟର ପିଛା ବଢିଯିବ ଏତେ ଟଙ୍କା! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ, ୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନାରେ ସକାରାତ୍ମକ ଅଗ୍ରଗତି ହୋଇଛି। ଏହା ବଜାରରେ ଆଶା ସୃଷ୍ଟି କରିଛି ଯେ ଗତ ତିନି…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଶସ୍ତା ହେବ LPG ଗ୍ୟାସ?

ନୂଆଦିଲ୍‌ଲୀ,୨୩।୫: ସରକାର ଖୁବ ଶୀଘ୍ର ସିନ୍ଥେଟିକ ଇନ୍ଧନ ଡାଇମିଥାଇଲ ଇଥରକୁ LPG ସହିତ ମିଶ୍ରଣ କରିବା ପାଇଁ ଏକ ରୋଡମ୍ୟାପ ପ୍ରସ୍ତୁତ କରିପାରନ୍ତି। ଏହି ପରିପ୍ରେକ୍ଷୀରେ, ବ୍ୟୁରୋ…

ପେଟ୍ରୋଲ-ଡିଜେଲ ପରେ ଏବେ LPG ପାଳି? ଜାଣନ୍ତୁ ଆଜି କେତେ ରହିଛି ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୨୩।୫: ଦେଶରେ ସାଧାରଣ ଜନତାଙ୍କ ପକେଟ ଉପରେ ପୁଣି ଥରେ ମହଙ୍ଗା ମାଡ଼ ହୋଇଛି। ଆଜି (୨୩ ମଇ, ୨୦୨୬) ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପୁଣି…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri