୪୦୩ ପଏଣ୍ଟ ବଢ଼ିଲା ସେନ୍‌ସେକ୍ସ

ନୂଆଦିଲ୍ଲୀ: ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ(ବିଏସ୍‌ଇ)ର ସେନ୍‌ସେକ୍ସ ବୁଧବାର ଭଲ କାରବାର କରିବାକୁ ସକ୍ଷମ ହୋଇଛି। କୋଭିଡ୍‌ ଭାକ୍ସିନ ଆସିବାକୁ ଥିବାରୁ ନିବେଶକଙ୍କ ମନୋଭାବ ଦୃଢ ରହିଛି। ଫଳରେ ସେନ୍‌ସେକ୍ସ ୪୦୩ ପଏଣ୍ଟ ଉଚ୍ଚରେ ରହିଛି। ସୂଚକାଙ୍କ ୦.୮୭% ଊର୍ଦ୍ଧ୍ୱରେ ରହିବା ଯୋଗୁ ୪୬,୬୬୬ ସ୍ତରରେ ବନ୍ଦ ହୋଇଛି। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ(ନିଫ୍ଟି) କାରବାର ୧୧୫ ପଏଣ୍ଟ ବା ୦.୮୫% ଊର୍ଦ୍ଧ୍ୱରେ ରହିବା ଯୋଗୁ ୧୩,୬୮୩ ପଏଣ୍ଟ ସ୍ତରରେ ବନ୍ଦ ହୋଇଛି। ୩୦ ଶେୟାର ବିଶିଷ୍ଟ ସୂଚକାଙ୍କ ଦିନ ମଧ୍ୟରେ ୪୬,୭୦୫ ପଏଣ୍ଟ ସ୍ତର ଛୁଇଁଥିଲା। ସେହିଭଳି ନିଫ୍ଟି ମଧ୍ୟ ୧୩,୭୦୦ ସ୍ତରରେ ରହିଥିଲା। ଉଭୟ ସେନ୍‌ସେକ୍ସ ଏବଂ ନିଫ୍ଟିରେ ରେକର୍ଡ ସ୍ତରର କାରବାର ହୋଇଛି। ଭାରତୀୟ ଶେୟାର ବଜାରରେ ବିଦେଶୀ ସଂସ୍ଥାଗତ ନିବେଶକ ମାନେ ନିବେଶ ବଢାଇଛନ୍ତି। ସେନ୍‌ସେକ୍ସରେ ଭଲ କାରବାର ହାସଲ କରିଥିବା କମ୍ପାନୀ ମଧ୍ୟରେ ଓଏନ୍‌ଜିସି, ଭାରତୀ ଏୟାରଟେଲ, ଏଚ୍‌ଡିଏଫ୍‌ସି, ଟାଇଟାନ, ଏସିଆନ ପେଣ୍ଟସ, ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା ଏବଂ ଟିସିଏସ୍‌ ରହିଛି। ଏହି କମ୍ପାନୀଗୁଡିକର ଶେୟାର କାରବାର ପ୍ରାୟ ୩.୧୧% ବଢିଛି। ସେହିଭଳି ନିଫ୍ଟିରେ ରିୟଲିଟି କାରବାର ୫.୧୪% ବଢିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?