Posted inଜାତୀୟ

ଆସିଲା ସେପ୍ଟେମ୍ବର ଗାଇଡ୍‌ଲାଇନ୍‌, ଏସବୁ ଉପରେ ଗୁରୁତ୍ୱ ଦେଲେ ସରକାର

ନୂଆଦିଲ୍ଲୀ,୨୮ା୮: କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ସେପ୍ଟେମ୍ବର ପାଇଁ କେନ୍ଦ୍ର ସରକାର ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି।  ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ସଚିବଙ୍କୁ ଏନେଇ ଚିଠିରେ ଅବଗତ କରାଯାଇଛି। ଆଗକୁ ପାର୍ବଣ ଋତୁ ଥିବାରୁ ଟେଷ୍ଟ, ଟ୍ରାକ୍‌, ଟ୍ରିକ୍‌, ଟିକା ଉପରେ ଗୁରୁତ୍ୱ ଦେଇଛନ୍ତି ସରକାର।

ଦେଶରେ କରୋନା ସଂକ୍ରମଣ ଯଦିଓ କମିଛି ତଥାପି ଦୈନିକ ସଂକ୍ରମଣ ୩୦ରୁ ୪୦ ହଜାର ଭିତରେ ରହୁଛି। ଅନ୍ୟପଟେ ସେପ୍ଟେମ୍ବର ମାସ ଶେଷ ଆଡ଼କୁ କୋଭିଡର ତୃତୀୟ ଲହର ଆସିବ ବୋଲି ବିଶେଷଜ୍ଞମାନେ ଆକଳନ କରିଛନ୍ତି। ତେଣୁ ଗହଳି ଜାଗା ଉପରେ କଟକଣା ପାଳନ କରାଯିବା ସହିତ ଟେଷ୍ଟ୍‌, ଟ୍ରାକ୍‌, ଟ୍ରିଟ, ଟିକା ଉପରେ ସରକାର ଗୁରୁତ୍ୱ ଦେଇଛନ୍ତି।

ଆଗକୁ ପାର୍ବଣ ଋ଼ତୁ ଆସୁଥିବାରୁ ଜନସମାଗମ ହେବାର ଆଶଙ୍କା ରହିଛି। ତେଣୁ ସଂକ୍ରମଣ ସଂଖ୍ୟା ମଧ୍ୟ ବଢ଼ିପାରେ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସମସ୍ତ ରାଜ୍ୟକୁ ସତର୍କ କରାଇ ଦେଇଛନ୍ତି। ସଂକ୍ରମଣକୁ ରୋକିବା ପାଇଁ ସ୍ଥାନୀୟ ପ୍ରଶାସନ କଟକଣା ଲାଗୁ କରିବାକୁ ପରାମର୍ଶ ଦେଇଛନ୍ତି। ଅନ୍ୟପକ୍ଷରେ ଅଗଷ୍ଟ ମାସରେ ଯାହା ସବୁ ଗାଇଡ୍‌ଲାଇନ ଥିଲା ତାହା ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ବଳବତ୍ତର ରହିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

ସଞ୍ଜୁ ସାମସନଙ୍କୁ ନେଇ ବଡ଼ କଥା କହିଲେ ସୂର୍ଯ୍ୟକୁମାର, ଟିମ୍‌ରୁ ବାଦ ପଡ଼ିବା ପରେ…

ନୂଆଦିଲ୍ଲୀ,୩୦ା୮: ଭାରତୀୟ ଟି-୨୦ ଦଳର ପୂର୍ବତନ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ସଞ୍ଜୁ ସାମସନଙ୍କୁ ନେଇ ଏକ ବଡ଼ କଥା କହିଛନ୍ତି । ଦଳରୁ ବାଦ ପଡ଼ିବା ପରେ…

ନେପାଳରେ କେମିତି ତାଣ୍ଡବ କଲା ଜଳ ପ୍ରଳୟ? ଭାଇରାଲ ହେଉଛି ଗ୍ଲେସିୟର ଭାଙ୍ଗିବାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ…

ନୂଆଦିଲ୍‌ଲୀ,୩୦।୮: ନେପାଳରେ ଗ୍ଲେସିୟର ଭାଙ୍ଗିବା ଏବଂ ଗ୍ଲେସିଆଲ ହ୍ରଦ (Glacial Lake) ଫାଟିବା ଯୋଗୁଁ ଏକ ଭୟଙ୍କର ବନ୍ୟା ଆସିଛି, ଯାହା ତିବ୍ଦତ-ଚୀନ ସୀମାରେ ଥିବା ନେପାଳର…

ଉଧାରରେ ମିଳିଥିବା କ୍ଷମତାରୁ ହଟାଇବା ଜାଣିଛୁ: ନେହା

ଭୁବନେଶ୍ୱର,୩୦ା୮(ସୁନିତ୍‌ ମିଶ୍ର): ଆମେ ଛାତ୍ର, ଯାହା ହାତରେ ଅସ୍ତ୍ରଶସ୍ତ୍ର, ଦିଲ୍ଲୀ ପୋଲିସର ଲାଠି, ପେଲେଟ ଗନ୍‌ କି ଟିଅର ଗ୍ୟାସ୍‌ ନାହିଁ। ତଥାପି ଆମର ସେହି ସାଧାରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri