ମିଳିଲା ମୃତ ଗାଁ ସାଥୀଙ୍କ କଟା ମୁଣ୍ଡ

ସୁନ୍ଦରଗଡ,୧୫।୧: ସୁନ୍ଦରଗଡ଼ ସଦର ବ୍ଲକ କିରେଇ ପଞ୍ଚାୟତର ନିଖୋଜ ଗାଁ ସାଥୀ ରମେଶ ସିଂ(୩୫)ଙ୍କୁ ଖଣ୍ଡ ଖଣ୍ଡ କରି ହତ୍ୟା କରାଯାଇଛି । ହତ୍ୟାର କାରଣ ଜଣାପଡି ନ ଥିବା ବେଳେ ପରକୀୟା ପ୍ରୀତିକୁ ନେଇ ଏହା ଘଟିଥିବା କୁହାଯାଉଛି । ସୂଚନା ଯୋଗ୍ୟ, ଗୁରୁବାର ସନ୍ଧ୍ୟାରେ ଟାଉନ ଥାନା ପୋଲିସ ପୁରୁଣା ଟୋଲଗେଟ୍‌ ନିକଟବର୍ତ୍ତୀ ଏକ ଧାନବିଲ ମଧ୍ୟରୁ ଏକ କଟା ହାତ ଉଦ୍ଧାର କରିବା ପରେ ତନାଘନା ଆରମ୍ଭ କରିଥିଲା। ଶୁକ୍ରବାର ସକାଳେ ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ ଭବାନୀପୁର ଶୀତଳଭଣ୍ଡାର ନିକଟସ୍ଥ ଏକ ପୋଖରୀ ଭିତରୁ ନିଖୋଜ ଥିବା ଗାଁ ସାଥୀ ରମେଶଙ୍କ କଟାମୁଣ୍ଡ, କଟାହାତ, ଗୋଟିଏ ଗୋଡ ଓ ଗଣ୍ଡି ଉଦ୍ଧାର କରିଥିଲା। ହେଲେ ଅନ୍ୟ ଏକ ଗୋଡ ମିଳି ନ ଥିବାରୁ ପୋଲିସ ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ସହାୟତାରେ ପୋଖରୀ ପାଣିକୁ ଶୁଖାଇ ଖୋଜାଖୋଜି କରିଥିଲା। ସୁନ୍ଦରଗଡ଼ ଏସ୍‌ପି ସାଗରିକା ନାଥଙ୍କ ତତ୍ତ୍ୱାବଧାନରେ ଟାଉନ ଥାନା ଆଇଆଇସି ବିବିତ୍ସ ପ୍ରଧାନ ସଦଳବଳ ଏହି ମାମଲାର ତଦନ୍ତ ଚଳାଇଛନ୍ତି । ଗ୍ରାମସାଥୀ ରମେଶ ଗତ ୧୩ ତାରିଖରୁ ନିଖୋଜ ଥିବା ନେଇ ପରିବାର ଲୋକେ ଟାଉନ ଥାନାରେ ଏତଲା ଦେଇଥିଲେ । ପୋଲିସ ଏକ ନିଖୋଜ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା । ହେଲେ କଟା ହୋଇଥିବା ତାଙ୍କ ଶରୀରର ଅଙ୍ଗ ପ୍ରତ୍ୟଙ୍ଗ ବିଭିନ୍ନ ସ୍ଥାନରୁ ଉଦ୍ଧାର ପରେ ପୋଲିସ ଏକ ହତ୍ୟା ମାମଲା(ନଂ.୨୦/୨୧) ରୁଜୁ କରିଛି। ପୋଲିସ ବିଭିନ୍ନ ଦିଗରୁ ତଦନ୍ତ ଆରମ୍ଭ କରି ଘଟଣାରେ ସମ୍ପୃକ୍ତ ଥିବା ସନ୍ଦେହରେ ୫ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କ ସହ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କଲେ ସାଇନା

ପୁରୀ,୨୬ା୪(ଅଜିତ୍‌ ମହାନ୍ତି):ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ତାରକା ସାଇନା ନେହ୍ବାଲ୍‌ ଗୁରୁବାର ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ସାଇନା ଭୁବନେଶ୍ୱରରେ ପହଞ୍ଚିବା ପରେ ଓଡ଼ିଶା ବ୍ୟାଡ୍‌ମିଣ୍ଟନ ଫେଡେରେଶନର...

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ବାଲି ଚୋରାଚାଲାଣ ବଢୁଛି

ରଘୁନାଥପୁର,୨୬।୪(ରାଜେନ୍ଦ୍ର ନାରାୟଣ ସିଂହ): ବାଲି ସୈରାତଗୁଡ଼ିକର ନିଲାମରେ ସ୍ବଚ୍ଛତା ଆଣିବା ପାଇଁ ସରକାର ଏବେ ଏହି ପ୍ରକ୍ରିୟାକୁ ତହସିଲ ଅଧୀନରୁ କାଢ଼ିନେଇ ଖଣି ବିଭାଗକୁ ହସ୍ତାନ୍ତର...

ଏକାଠି ଶୋଭାଯାତ୍ରାରେ ଯିବେ ପ୍ରଶାନ୍ତ, ଚିରଞ୍ଜୀବ

ଜଗତ୍‌ସିଂହପୁର,୨୬ା୪(ପ୍ରମୋଦ କୁମାର ନାୟକ): ଚିରଞ୍ଜୀବ ବିଶ୍ୱାଳ କଂଗ୍ରେସ ଛାଡି ବିଜେଡିରେ ମିଶିଲା ପରେ ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ରାଜନୈତିକ ପରିବେଶ ବଦଳିବାରେ ଲାଗିଛି। ଦଳ ପ୍ରଶାନ୍ତ...

ପ୍ରବାସୀ ଶ୍ରମିକଙ୍କ ଉପରେ ନେତାଙ୍କ ଆଖି

କେନ୍ଦ୍ରାପଡ଼ା,୨୬ା୪ (ଜଗନ୍ନାଥ ଧଳ): ଦାଦନ ସମସ୍ୟାରେ ପୀଡିତ କେନ୍ଦ୍ରାପଡ଼ା ଜିଲାର ଶ୍ରମିକଙ୍କ ଉପରେ ଚଳିତ ସାଧାରଣ ନିର୍ବାଚନର ପ୍ରର୍ଥୀଙ୍କ ଆଖିପଡିଛି। ଏଥିପାଇଁ ପରିବାର ଓ ଦଳୀୟ...

ମାପଚୁପ ରିପୋର୍ଟ ଦାଖଲରେ ବିଳମ୍ବ

ଯାଜପୁର,୨୬ା୪(ହର୍ଷବର୍ଦ୍ଧନ ବେହେରା): ଶିଳ୍ପାୟନ ନାମରେ ଯାଜପୁର ଜିଲାରେ ଶିଳ୍ପସଂସ୍ଥାଙ୍କ ମନମାନି ବଢିବାରେ ଲାଗିଛି। କାରଖାନା ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଭୂଅର୍ଜନ ସକାଶେ ଇଡ୍‌କୋ ଜରିଆରେ ଦରଖାସ୍ତ...

‘ପାଣ୍ଡିଆନ୍‌ଙ୍କୁ ଜେଡ୍‌ କାଟେଗୋରି ସୁରକ୍ଷା କାହିଁକି ମିଳୁଛି’

ଭୁବନେଶ୍ୱର, ୨୬।୪(ସୁନିତ୍‌ ମିଶ୍ର):କୌଣସି ସାମ୍ବିଧାନିକ ପଦପଦବୀରେ ନାହାନ୍ତି। ସେ ଏମ୍‌ପି କି ବିଧାୟକ କିମ୍ବା କୌଣସି ଦଳୀୟ ନେତା ବି ନୁହନ୍ତି। ସେ ଜଣେ ବିଜେଡିର...

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri