ମିଳିଲା ମୃତ ଗାଁ ସାଥୀଙ୍କ କଟା ମୁଣ୍ଡ

ସୁନ୍ଦରଗଡ,୧୫।୧: ସୁନ୍ଦରଗଡ଼ ସଦର ବ୍ଲକ କିରେଇ ପଞ୍ଚାୟତର ନିଖୋଜ ଗାଁ ସାଥୀ ରମେଶ ସିଂ(୩୫)ଙ୍କୁ ଖଣ୍ଡ ଖଣ୍ଡ କରି ହତ୍ୟା କରାଯାଇଛି । ହତ୍ୟାର କାରଣ ଜଣାପଡି ନ ଥିବା ବେଳେ ପରକୀୟା ପ୍ରୀତିକୁ ନେଇ ଏହା ଘଟିଥିବା କୁହାଯାଉଛି । ସୂଚନା ଯୋଗ୍ୟ, ଗୁରୁବାର ସନ୍ଧ୍ୟାରେ ଟାଉନ ଥାନା ପୋଲିସ ପୁରୁଣା ଟୋଲଗେଟ୍‌ ନିକଟବର୍ତ୍ତୀ ଏକ ଧାନବିଲ ମଧ୍ୟରୁ ଏକ କଟା ହାତ ଉଦ୍ଧାର କରିବା ପରେ ତନାଘନା ଆରମ୍ଭ କରିଥିଲା। ଶୁକ୍ରବାର ସକାଳେ ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ ଭବାନୀପୁର ଶୀତଳଭଣ୍ଡାର ନିକଟସ୍ଥ ଏକ ପୋଖରୀ ଭିତରୁ ନିଖୋଜ ଥିବା ଗାଁ ସାଥୀ ରମେଶଙ୍କ କଟାମୁଣ୍ଡ, କଟାହାତ, ଗୋଟିଏ ଗୋଡ ଓ ଗଣ୍ଡି ଉଦ୍ଧାର କରିଥିଲା। ହେଲେ ଅନ୍ୟ ଏକ ଗୋଡ ମିଳି ନ ଥିବାରୁ ପୋଲିସ ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ସହାୟତାରେ ପୋଖରୀ ପାଣିକୁ ଶୁଖାଇ ଖୋଜାଖୋଜି କରିଥିଲା। ସୁନ୍ଦରଗଡ଼ ଏସ୍‌ପି ସାଗରିକା ନାଥଙ୍କ ତତ୍ତ୍ୱାବଧାନରେ ଟାଉନ ଥାନା ଆଇଆଇସି ବିବିତ୍ସ ପ୍ରଧାନ ସଦଳବଳ ଏହି ମାମଲାର ତଦନ୍ତ ଚଳାଇଛନ୍ତି । ଗ୍ରାମସାଥୀ ରମେଶ ଗତ ୧୩ ତାରିଖରୁ ନିଖୋଜ ଥିବା ନେଇ ପରିବାର ଲୋକେ ଟାଉନ ଥାନାରେ ଏତଲା ଦେଇଥିଲେ । ପୋଲିସ ଏକ ନିଖୋଜ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା । ହେଲେ କଟା ହୋଇଥିବା ତାଙ୍କ ଶରୀରର ଅଙ୍ଗ ପ୍ରତ୍ୟଙ୍ଗ ବିଭିନ୍ନ ସ୍ଥାନରୁ ଉଦ୍ଧାର ପରେ ପୋଲିସ ଏକ ହତ୍ୟା ମାମଲା(ନଂ.୨୦/୨୧) ରୁଜୁ କରିଛି। ପୋଲିସ ବିଭିନ୍ନ ଦିଗରୁ ତଦନ୍ତ ଆରମ୍ଭ କରି ଘଟଣାରେ ସମ୍ପୃକ୍ତ ଥିବା ସନ୍ଦେହରେ ୫ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚୁରା ଚଳାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri