ବଦଳିବ ଭୁବନେଶ୍ୱର ରେଳଷ୍ଟେଶନ ରୂପ

ଭୁବନେଶ୍ୱର,୩୦ା୧୨(ବ୍ୟୁରୋ):ଭୁବନେଶ୍ୱର ରେଳ ଷ୍ଟେଶନ ବିଶ୍ୱସ୍ତରୀୟ ହେବ । ଏ ନେଇ ଟେଣ୍ଡର ହୋଇଛି। କାମ ଖୁବଶୀଘ୍ର ଆରମ୍ଭ ହେବ ଓ ୨୪ ମାସ ଭିତରେ ପ୍ରକଳ୍ପ କାର୍ଯ୍ୟ ଶେଷ ହେବ। ଏହି ପ୍ରକଳ୍ପ ପାଇଁ ପ୍ରଥମ ପର୍ଯ୍ୟାୟରେ ଖର୍ଚ୍ଚ ହେବ ୩୦୮ କୋଟି ଟଙ୍କା। ଗୁରୁବାର ଭୁବନେଶ୍ୱର ରେଳ ଷ୍ଟେଶନର ନବକଳେବର ପାଇଁ ଭୂମି ପୂଜନ କାର୍ଯ୍ୟକ୍ରମରେ ଯୋଗ ଦେଇ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହା କହିଛନ୍ତି । ସେ କହିଛନ୍ତି ଯେ ଭୁବନେଶ୍ୱର ରେଳ ଷ୍ଟେଶନ ମାଷ୍ଟରକ୍ୟାଣ୍ଟିନ୍‌ ଓ ୬ ନମ୍ବର ଗେଟ୍‌କୁ ଅଧିକ ସୁଗମ ସହ ଯାତ୍ରୀଙ୍କ ପାଇଁ ଅତ୍ୟାଧୁନିକ କରାଯିବ। ପ୍ରତିଦିନ ଦେଢ଼ ଲକ୍ଷ ଯାତ୍ରୀଙ୍କ ଯିବା ଆସିବା ପାଇଁ ବ୍ୟବସ୍ଥା ହେବ। ମାଷ୍ଟରକ୍ୟାଣ୍ଟିନ୍‌ ପଟ ମୁଖ୍ୟ ପ୍ରବେଶ ପଥରେ ୬ ମହଲା ଓ ୪ ମହଲା ଦୁଇଟି କୋଠା ନିର୍ମାଣ ହେବ। ବିମାନ ବନ୍ଦରରେ ସୁବିଧା ଥିବା ଭଳି ଫୁଟ୍‌ ଓଭରବ୍ରିଜ୍‌, ଏସ୍କାଲେଟର, ଲମ୍ବା ଚଉଡ଼ା ପ୍ଲାଟଫର୍ମ ଇତ୍ୟାଦି ସବୁ ଭୁବନେଶ୍ୱର ରେଳ ଷ୍ଟେଶନରେ କରାଯିବ।କଂଗ୍ରେସ କାଳରେ ବର୍ଷକୁ ୨୦ରୁ ୩୦ କିମି ନୂଆ ଲାଇନ ହେଉଥିଲା। ବର୍ତ୍ତମାନ ବର୍ଷକୁ ୩ ଶହ କିମି ପର୍ଯ୍ୟନ୍ତ ନୂଆ ଲାଇନ ନିର୍ମାଣ ହେଉଛି। ପୂର୍ବରୁ ଓଡ଼ିଶାକୁ ରେଲୱେ ପାଇଁ ୮ ଶହ କୋଟି ମିଳୁଥିଲା, ଏବେ ୧୦ ହଜାର କୋଟି ମିଳୁଛି। ଓଡ଼ିଶାରେ ୩୬ଟି ଷ୍ଟେଶନର ନବୀକରଣ ପାଇଁ ବ୍ୟୟବରାଦ କରାଯାଇଛି। ଖୁବ୍‌ ଶୀଘ୍ର ଭଦ୍ରକକୁ ଏକ ସ୍ବତନ୍ତ୍ର ଟ୍ରେନର ବ୍ୟବସ୍ଥା କରାଯିବ। ଓଡ଼ିଶାରେ ଜଗନ୍ନାଥ ସର୍କିଟ ଟ୍ରେନ୍‌ ଚାଲିବ। ମୋଦିଙ୍କ ଫୋକସରେ ଓଡ଼ିଶା ରହିଛି । ଓଡ଼ିଶାରେ ଯାହା ଦରକାର ତାହା କର ବୋଲି ପ୍ରଧାନମନ୍ତ୍ରୀ ଅର୍ଥ ଦେଇଛନ୍ତି। ସେହିପରି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ମୋଦି ସରକାର ଲାଇଟେନିଂ ସ୍ପିଡ୍‌ରେ କାମ କରୁଛନ୍ତି। ଭଦ୍ରକକୁ ଏକ ସ୍ବତନ୍ତ୍ର ଟ୍ରେନର ବ୍ୟବସ୍ଥା କରାଯାଉ ବୋଲି ଧାମନଗର ବିଧାୟକ ସୁରଜ ସୂର୍ଯ୍ୟବଂଶୀ ଦାବି କରିଥିଲେ। ସେ ପ୍ରସ୍ତାବ ଦେବାର ଦେଢ଼ ଘଣ୍ଟା ପରେ ଦାବି ପୂରଣ ହୋଇଛି। ଏଥିସହ ଭୁବନେଶ୍ୱରକୁ ସିଲଭର ସିଟି କରିବାକୁ ଲକ୍ଷ୍ୟ ରହିଛି ବୋଲି ଧର୍ମେନ୍ଦ୍ର କହିଛନ୍ତ। ଅଶ୍ୱିନୀ ବୈଷ୍ଣବ ଭୁବନେଶ୍ୱର ରେଳ ଷ୍ଟେଶନରେ ଭିତ୍ତିପ୍ରସ୍ତର ସହିତ ପୁରୀ-ଜଳେଶ୍ୱର-ପୁରୀ ମେମୁ ଟ୍ରେନର ଶୁଭାରମ୍ଭ କରିଛନ୍ତି ।ଏହି ଭୂମି ପୂଜନ କାର୍ଯ୍ୟକ୍ରମରେ ସଂସଦୀୟ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, ଏମ୍‌ପି ପ୍ରତାପ ଷଡ଼ଙ୍ଗୀ, ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ, ବିଧାୟକ ସୁରେଶ ରାଉତରାୟ ଓ ବିଧାୟକ ଅନନ୍ତ ନାରାୟଣ ଜେନା ଉପସ୍ଥିତ ଥିଲେ। ଅନ୍ୟ ପକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁଗୋଳ ଷ୍ଟେଶନଠାରେ ଆୟୋଜିତ ରେଳବାଇ କାର୍ଯ୍ୟକ୍ରମରେ ଯୋଗଦେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରହ୍ଲାଦ ଯୋଶୀ ଏବଂ ଅଶ୍ବିନୀ ବୈଷ୍ଣବଙ୍କ ଉପସ୍ଥିତିରେ ସମ୍ବଲପୁର ଏବଂ ଶାଲିମାର ମଧ୍ୟରେ ନୂତନ ଏକ୍ସପ୍ରେସ୍‌ ଟ୍ରେନର ଶୁଭାରମ୍ଭ କରିଛନ୍ତି। ଅନୁଗୋଳ-ଢେଙ୍କାନାଳ-ଭଦ୍ରକ ମାର୍ଗଦେଇ ସମ୍ବଲପୁର-ଶାଲିମାର-ସମ୍ବଲପୁର ଏକ୍ସପ୍ରେସ ଚଳାଚଳ କରିବ। ଏହା ଏହି ଅଞ୍ଚଳର ଲୋକଙ୍କ ଆକାଂକ୍ଷା ପୂରଣ କରିବ ଓ ଯାତ୍ରା ସୁବିଧା ଯୋଗାଇଦେବ। ପରେ ଅନୁଗୋଳ ଲୋକୋ ଶେଡ୍‌ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ୧୪ କିଲୋମିଟର ଦୈର୍ଘ୍ୟ ନୂତନ ରେଳ ଲାଇନକୁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରହ୍ଲାଦ ଯୋଶୀ ଏବଂ ଅଶ୍ବିନୀ ବୈଷ୍ଣବ ଉଦ୍‌ଘାଟନ କରିଛନ୍ତି । ଅନୁଗୋଳ-ବଳରାମ ନୂତନ ରେଳଲାଇନ ମାଲ ପରିବହନ ପାଇଁ ସୁବିଧା ଯୋଗାଇବ ।
ଓଡ଼ିଶା ବିଧାନସଭାର ଉପବାଚସ୍ପତି ରଜନୀ କାନ୍ତ ସିଂ, ଏମ୍‌ପି ମହେଶ ସାହୁ, ବିଧାୟକ ବ୍ରଜ କିଶୋର ପ୍ରଧାନ, ସୁଶାନ୍ତ କୁମାର ବେହେରା ପ୍ରମୁଖ ଅନୁଗୋଳ ଠାରେ ଆୟୋଜିତ କାର୍ଯ୍ୟକ୍ରମମାନଙ୍କରେ ଯୋଗ ଦେଇଥିଲେ ।
ଏହାପୂର୍ବରୁ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ରୂପ ନାରାୟଣ ସୁନକର ଉଭୟ କାର୍ଯ୍ୟକ୍ରମରେ ସ୍ବାଗତ ଭାଷଣ ଦେଇ ରେଳବାଇ କାର୍ଯ୍ୟଦକ୍ଷତା ସମ୍ବନ୍ଧରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍‌କା

ଷ୍ଟକହୋମ,୯।୧୦: ୨୦୨୬ ମସିହା ପାଇଁ ନୋବେଲ ଶାନ୍ତି ପୁରସ୍କାର ଘୋଷଣା କରାଯାଇଛି। ଦକ୍ଷିଣ ଆଫ୍ରିକାର ବିଚାରପତି ତଥା ଭାରତୀୟ ତାମିଲ ବଂଶୋଦ୍ଭବ ନାଭାନେଥେମ ‘ନାଭି’ ପିଲ୍ଲାଇଙ୍କୁ ଏହି…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍‌ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?