ଏବେ ହସ୍ପିଟାଲ୍‌ ଦାୟିତ୍ୱ ସମ୍ଭାଳିବେ ଏସ୍‌ଏଚ୍‌ଜି ମହିଳା

ଭୁବନେଶ୍ୱର,୧୬ା୫(ବ୍ୟୁରୋ): ମିଶନ୍‌ ଶକ୍ତି ଅନ୍ତର୍ଗତ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ସଦସ୍ୟାଙ୍କୁ ଅଧିକ ସଶକ୍ତ କରିବାକୁ ଯାଇ ରାଜ୍ୟ ସରକାର ପୁଣି ଏକ ବଡ଼ ପଦକ୍ଷେପ ନେଇଛନ୍ତି। ରାଜ୍ୟରେ ଥିବା ହସ୍ପିଟାଲ୍‌ଗୁଡ଼ିକରେ ଏସ୍‌ଏଚ୍‌ଜି ମହିଳାମାନଙ୍କୁ ସରକାର ନୂଆ ଦାୟିତ୍ୱ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁସାରେ ଏସ୍‌ଏଚ୍‌ଜି ମହିଳା ସଦସ୍ୟାଙ୍କୁ ଆଉ ୧୩ଟି ନୂତନ କାର୍ଯ୍ୟ ହସ୍ତାନ୍ତର କରାଯିବ। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏଥିପାଇଁ ଖସଡ଼ା ପ୍ରସ୍ତୁତ ହୋଇଛି। ହସ୍ପିଟାଲ୍‌ରେ ଡାଏଟ୍‌ ମ୍ୟାନେଜମେଣ୍ଟ, ହାଉସ୍‌କିପିଂ, ହେଲ୍ପଡେସ୍କ ପରିଚାଳନା, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଉପରେ ସଚେତନତା ସୃଷ୍ଟି, ମହାପ୍ରୟାଣ ଗାଡ଼ି ପରିଚାଳନା ଆଦି ୧୩ଟି କାର୍ଯ୍ୟରେ ଏସ୍‌ଏଚ୍‌ଜି ସଦସ୍ୟା ନିୟୋଜିତ ହେବେ। ଏନେଇ ସ୍ବାସ୍ଥ୍ୟ ବିଭାଗର ଯୁଗ୍ମ ସଚିବ ସୁମିତ୍ରା ସେନାପତି ମେଡିକାଲ୍‌ କଲେଜ ଓ ହସ୍ପିଟାଲ୍‌ ଡିନ୍‌ ଓ ପ୍ରିନ୍ସିପାଲ ଏବଂ ସିଡିଏମ୍‌ଓମାନଙ୍କୁ ରବିବାର ଚିଠି ଲେଖି ଅବଗତ କରାଇଛନ୍ତି। ମିଶନ୍‌ ଶକ୍ତି ଏବଂ ସ୍ବାସ୍ଥ୍ୟ ବିଭାଗର ଯୁଗ୍ମ ଗାଇଡ୍‌ଲାଇନ୍‌ ଅନୁସାରେ ଏମାନେ ସରକାରୀ କାର୍ଯ୍ୟରେ ନିୟୋଜିତ ହେବେ। ସୂଚନାଯୋଗ୍ୟ, ପୂର୍ବରୁ ଏସ୍‌ଏଚଜି ସଦସ୍ୟାଙ୍କ ଜୀବିକାରେ ଉନ୍ନତି ଆଣିବା ପାଇଁ ସରକାର ବହୁ ପଦକ୍ଷେପ ନେଇଛନ୍ତି। ଧାନକିଣାଠାରୁ ଆରମ୍ଭ କରି ଗଁା ଗଁାରେ ବ୍ୟାଙ୍କସେବା, ଜଳ ଓ ପରିମଳ ପରିଚାଳନା, ମାଛଚାଷ, ସବୁଠି ସେମାନେ ଦକ୍ଷତା ପ୍ରଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

କୋର୍ଟଙ୍କ ଦ୍ୱାରସ୍ତ ହେଲେ ଭିନେଶ

ନୂଆଦିଲ୍ଲୀ,୧୮ା୫: ରେସଲିଂ ଫେଡେରେଶନ ଅଫ୍‌ ଇଣ୍ଡିଆ (ଡବ୍ଲ୍ୟୁଏଫ୍‌ଆଇ) ସହିତ ଚାଲିଥିବା ବିବାଦ ମଧ୍ୟରେ ଜାତୀୟ ରେସଲିଂ ଚୟନ ପ୍ରକ୍ରିୟାରୁ ବାଦ୍‌ ଦିଆଯିବାକୁ ନେଇ ଭାରତୀୟ ରେସଲର ଭିନେଶ…

ନାବାଳିକାଙ୍କୁ ଅସଦାଚରଣ: କୋର୍ଟଙ୍କ ଆସିଲା ବଡ଼ ରାୟ

ବ୍ରହ୍ମପୁର,୧୮ା୫(ସୁବାସ ଚନ୍ଦ୍ର ପାଢ଼ୀ): ୨୦୧୮ରେ ସୋରଡ଼ା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ହୋଇଥିବା ଅସଦାଚରଣ ମାମଲାର ଶୁଣାଣି ହୋଇଛି। ଫାଷ୍ଟଟ୍ରାକ ପୋକ୍‌ସୋ କୋର୍ଟ ଜଜ୍‌ ରୋହିତ ଲାଲ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ କୀର୍ତ୍ତିମାନ: IPL ଇତିହାସରେ କେହି ଏମିତି ରେକର୍ଡ ହାସଲ କରିପାରିନାହାନ୍ତି

ନୂଆଦିଲ୍ଲୀ,୧୮।୫: ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଛୋଟ IPL କ୍ୟାରିୟର ମଧ୍ୟରେ ଅନେକ ରେକର୍ଡ ସ୍ଥାପନ କରିସାରିଛନ୍ତି। ତାଙ୍କ କ୍ୟାରିୟରରେ ସୂର୍ଯ୍ୟବଂଶୀ ଚୌକା ଅପେକ୍ଷା ଅଧିକ ଛକା ମାରିଛନ୍ତି।…

ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା

ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ…

ପେଟ୍ରୋଲ ପମ୍ପ ଯାଞ୍ଚ କରି ବଡ଼ ସୂଚନା ଦେଲେ ଜିଲାପାଳ, ଜନସାଧାରଣଙ୍କୁ କହିଲେ…

ବଲାଙ୍ଗୀର,୧୮।୫: (ସୁନିଲ କୁମାର ମହାନ୍ତି) : ସୋମବାର ଜିଲାପାଳ ଗୌରୱ ଶିୱାଜୀ ଇସଲୱାର ଓ ପାଟଣାଗଡ ଉପଜିଲାପାଳ ସୁନୀଲ କୁମାର ମେହେର ବେଲପଡାର ବିଭିନ୍ନ ପେଟ୍ରୋଲ ପମ୍ପରେ…

ସଲମାନଙ୍କ ଫଟୋ ଦେଖି ୨ ପୂର୍ବତନ ପ୍ରେମିକା ଆଶ୍ଚର୍ଯ୍ୟ: କହିଲେ…

୬୦ ବର୍ଷ ବୟସରେ ବି ସଲମାନ ଖାନଙ୍କ ଜଲଓ୍ବା। ନିକଟରେ ଇନ୍‌ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରି ସେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। ତାଙ୍କ ଫଟୋକୁ ଯିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri