ଭୁବନେଶ୍ୱର(ବ୍ୟୁରୋ),୧୦ା୨: ଏବେ ସ୍ବତନ୍ତ୍ର ବର୍ଗଙ୍କୁ ନେଇ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍ଏଚ୍ଜି) ଗଠନ କରାଯିବ। ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବାର ପାହାଚ ସ୍ବରୂପ ଭୁବନେଶ୍ୱର ମହାନଗର ନିଗମ କର୍ତ୍ତୃପକ୍ଷ ଏହି ପଦକ୍ଷେପ ନେଇଛି। ରାଜ୍ୟ ସରକାରଙ୍କ ଏପ୍ରକାର ଯୋଗାଯୋଗକୁ ଆଧାର କରି ବିଏମ୍ସି ତରଫରୁ ମଙ୍ଗଳବାର ଗୋଷ୍ଠୀ ସଂଗଠକଙ୍କୁ ନେଇ ଏକ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଥିଲା। ଏସ୍ଏଚ୍ଜି କେବଳ ମହିଳାଙ୍କ ପାଇଁ ନୁହେଁ ବରଂ ପରିମଳ ପାଇଁ ତ୍ୟାଗଶୀଳ ହୋଇ କାର୍ଯ୍ୟ କରୁଥିବା ବ୍ୟକ୍ତି, ବର୍ଜ୍ୟ ସଂଗ୍ରହକାରୀ, ରିକ୍ସା ଚାଳକ, ଭିନ୍ନକ୍ଷମ, କିନ୍ନର ବା ତୃତୀୟ ଲିଙ୍ଗ ଏବଂ ନିର୍ମାଣ ଶ୍ରମିକମାନଙ୍କୁ ନେଇ କରାଯିବାକୁ ସରକାରଙ୍କ ନିର୍ଦ୍ଦେଶ ରହିଛି। ତେଣୁ କମିଶନର ପ୍ରେମଚନ୍ଦ୍ର ଚୌଧାରୀଙ୍କ ପରବର୍ତ୍ତୀ ପଦକ୍ଷେପ ସ୍ବରୂପ ବିଏମ୍ସି ଅଞ୍ଚଳରେ ଥିବା ଉକ୍ତ ବର୍ଗର ନାଗରିକଙ୍କ ପାଇଁ ଏସ୍ଏଚ୍ଜି ସଙ୍ଗଠନ କରିବା ଏବଂ ଏ ଦିଗରେ କାର୍ଯ୍ୟ ଆରମ୍ଭ କରିବା ପାଇଁ ପଦକ୍ଷେପ ନିଆଯାଇଛି। ଏହି ଅବସରରେ ଅତିରିକ୍ତ କମିଶନର ଅବନୀକାନ୍ତ ପଟ୍ଟନାୟକ ଏବଂ ଡେପୁଟି କମିଶନର ସ୍ବାସ୍ଥ୍ୟ ଓ ପରିମଳ ଶୁଭେନ୍ଦୁ କୁମାର ସାହୁ ଏବଂ ନେହା ମୋଦି-ପ୍ରୋଗ୍ରାମ୍ କୋଅର୍ଡିନେଟର ଅର୍ବାନ ମ୍ୟାନେଜ୍ମେଣ୍ଟ ସେଣ୍ଟର ମୁଖ୍ୟ କାର୍ଯ୍ୟାଳୟ ଅହମଦାବାଦଙ୍କ ଉପସ୍ଥିତିରେ ଗୋଷ୍ଠୀ ସଂଗଠିକାସଂଗଠକଙ୍କୁ ନେଇ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଛି । ଏହି ପ୍ରଶିକ୍ଷଣରେ ୟୁଏମ୍ସିର ସୁଗମକାରୀ ଭାବେ ମନୋରମା ମଲ୍ଲିକ ଏବଂ ଲୋପାମୁଦ୍ରା ଦାସ ଯୋଗ ଦେଇଥିଲେ।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

