ହର୍ନ ବଜାଇ ଶୋଇଥିବା ଧଳା ଭାଲୁକୁ ଉଠାଇବାରୁ ଗଣିଲେ ମୋଟା ଅଙ୍କର ଜରିମାନା, ଅଭିଯୁକ୍ତ ଦୋଷ ସ୍ବୀକାର କରିବା ସହ…

ଓସ୍‌ଲୋ,୧୭ା୮: ଉତ୍ତର ମେରୁ ଠାରୁ ପ୍ରାୟ ୬୨୦ ମାଇଲ (୧,୦୦୦ କିଲୋମିଟର) ଦୂରରେ ଅବସ୍ଥିତ ନରୱେର ସୁଦୂର ଦ୍ୱୀପପୁଞ୍ଜ ‘ସ୍ବାଲବାର୍ଡ’ ଉପକୂଳରେ ଜାହାଜର ବିକଟାଳ ଫଗ୍‌ହର୍ନ ବଜାଇ ଶୋଇଥିବା ଧଳା ଭାଲୁକୁ ଉଠାଇବା ଏବଂ ବିରକ୍ତ କରିବା ଅପରାଧରେ ଜଣେ ବୋଟ୍‌ ଅପରେଟରଙ୍କୁ ୫୦,୦୦୦ ନରୱେଜିଆନ କ୍ରୋନର (ପ୍ରାୟ ୫ ଲକ୍ଷ ଟଙ୍କା) ଜରିମାନା କରାଯାଇଛି।
ଚଳିତ ମାସ ପ୍ରାରମ୍ଭରେ ସ୍ବାଲବାର୍ଡର ଏକ ସ୍ଥାନୀୟ ଫିଓର୍ଡ (ସମୁଦ୍ରର ପ୍ରଣାଳୀ) ଦେଇ ଜାହାଜଟି ଯାଉଥିବା ସମୟରେ କୂଳରେ ଏକ ଧଳା ଭାଲୁ ଶୋଇଥିବା ଦେଖିବାକୁ ମିଳିଥିଲା। ଭାଲୁଟିର ଗତିବିଧି ଦେଖିବା ଉଦ୍ଦେଶ୍ୟରେ ଜାହାଜରେ ଥିବା ଜଣେ ବ୍ୟକ୍ତି ଉଦ୍ଦେଶ୍ୟମୂଳକ ଭାବେ ଉଚ୍ଚ ଶବ୍ଦରେ ଫଗ୍‌ହର୍ନ ବଜାଇଥିଲେ। ହର୍ନ ଶବ୍ଦରେ ଭାଲୁଟି ଭୟଭୀତ ହୋଇ ହଠାତ୍‌ ଉଠିପଡ଼ି ସେହି ସ୍ଥାନ ଛାଡ଼ି ପଳାଇଥିଲା। ଘଟଣା ସମ୍ପର୍କରେ ଖବର ପାଇବା ପରେ ସ୍ବାଲବାର୍ଡର ଗଭର୍ନର ଲାର୍ସ ଫସେ ତୁରନ୍ତ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। ‘ସ୍ବାଲବାର୍ଡ ପରିବେଶ ସୁରକ୍ଷା ଆଇନ’ ଅନୁଯାୟୀ ଏହି ଅଞ୍ଚଳରେ ବନ୍ୟଜନ୍ତୁ, ବିଶେଷକରି ଧଳା ଭାଲୁମାନଙ୍କୁ ବିନା କାରଣରେ ବିରକ୍ତ କରିବା, ପଛରେ ପଡ଼ିବା କିମ୍ବା ଆକର୍ଷିତ କରିବା ସମ୍ପୂର୍ଣ୍ଣ ବେଆଇନ। ଅଭିଯୁକ୍ତ ବ୍ୟକ୍ତିଜଣକ ନିଜର ଦୋଷ ସ୍ବୀକାର କରିବା ସହ ଜରିମାନା ରାଶି ଦେବାକୁ ସମ୍ମତି ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ସ୍ବାଲବାର୍ଡରେ ୧୯୭୨ ମସିହାରୁ ଧଳା ଭାଲୁମାନଙ୍କୁ ସଂରକ୍ଷିତ ପ୍ରଜାତି ଭାବେ ଘୋଷଣା କରାଯାଇଛି। ଏହି ପ୍ରତିକୂଳ ପରିବେଶକୁ ଆସୁଥିବା ପର୍ଯ୍ୟଟକ ଓ ନୌଚାଳକମାନେ ବନ୍ୟଜନ୍ତୁଙ୍କଠାରୁ ନିରାପଦ ଦୂରତା ବଜାୟ ରଖିବା ବାଧ୍ୟତାମୂଳକ, ଯେପରି ସେମାନଙ୍କର ପ୍ରାକୃତିକ ଆଚରଣରେ କୌଣସି ବ୍ୟାଘାତ ନ ଉପୁଜେ। ପୂର୍ବରୁ ୨୦୨୪ରେ ମଧ୍ୟ ଜଣେ ପର୍ଯ୍ୟଟକ ‘ୱାଲରସ’ର ଅତି ନିକଟତର ହୋଇଥିବାରୁ ୧୧,୫୦୦ କ୍ରୋନର ଜରିମାନା ଗଣିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?