Posted inଭଦ୍ରକ

ଆଡ଼ମ୍ବରରେ ପାଳନ ହେବ ଶିବବିବାହ ମହୋତ୍ସବ

ଭଦ୍ରକ ଅଫିସ,୧୨।୫: ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ଆସନ୍ତା ଜୁନ୍‌ ୪ରେ ଶୀତଳଷଷ୍ଠୀ ପର୍ବରେ ଶିବବିବାହ ମହୋତ୍ସବ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ତ୍ରିଲୋଚନ ମାଝିଙ୍କ ଅଧ୍ୟକ୍ଷତାରେ ସଦ୍‌ଭାବନା ସଭାଗୃହରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲାପାଳ ଶାନ୍ତନୁ କୁମାର ମହାନ୍ତି, ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ, ଆଖଣ୍ଡଳମଣି ମନ୍ଦିର ଟ୍ରଷ୍ଟି ତଥା ଉପଜିଲାପାଳ ମନୋଜ ପାତ୍ର, ଜିଲା ପରିଷଦ ସଭାପତି ପ୍ରଫୁଲ୍ଲ କୁମାର ଯେନା ପ୍ରମୁଖ ଯୋଗ ଦେଇଥିଲେ। କରୋନା କଟକଣା ହଟିବା ପରେ ଏବର୍ଷ ଆଡ଼ମ୍ବରରେ ଏହି ମହୋତ୍ସବ ପାଳନ କରାଯିବ। ପ୍ରାୟ ୩୦ ହଜାରରୁ ଅଧିକ ଭକ୍ତଙ୍କ ସମାଗମ ହେବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା, ଅଗ୍ନିଶମ ବ୍ୟବସ୍ଥା, ପାନୀୟ ଜଳ, ସଫେଇ, ନଦୀଘାଟରେ ଯାତ୍ରୀମାନଙ୍କ ପରିବହନ ବ୍ୟବସ୍ଥା, ବରଧରା ଓ ବରଯାତ୍ରୀ ଶୋଭାଯାତ୍ରା, ପ୍ରସାଦ ସେବନ, ନିରବଚ୍ଛିନ୍ନ ବିଦ୍ୟୁତ୍‌ ଯୋଗାଣ, ସାଂସ୍କୃତିକ କାର୍ଯ୍ୟକ୍ରମ ଆଦି ବିଷୟରେ ଉପସ୍ଥିତ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ଓ କମିଟି ସଦସ୍ୟ, ସେବାୟତମାନଙ୍କ ସହ ଆଲୋଚନା କରି ସମସ୍ତ କାର୍ଯ୍ୟ ଠିକ୍‌ ଭାବେ ପରିଚାଳନା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ।
ଡିଜେ, ପର୍ବ ସମୟରେ ଜୁଆଖେଳ, ମଦ ବିକ୍ରିକୁ ସମ୍ପୂର୍ଣ୍ଣ ନିଷେଧ କରିବା, ସନ୍ଧ୍ୟା ୬ଟା ପରେ ନଦୀଘାଟରେ ଯାତ୍ରୀ ପରିବହନ ବନ୍ଦ, ଲାଇସେନ୍ସପ୍ରାପ୍ତ ଡଙ୍ଗା ଓ ଯାତ୍ରୀଙ୍କ ପାଇଁ ଲାଇଫ ଜ୍ୟାକେଟ୍‌ ବ୍ୟବସ୍ଥା, ପ୍ରାଥମିକ ଚିକିତ୍ସା ଶିବିର ସାଙ୍ଗକୁ ଆମ୍ବୁଲାନ୍ସ ବ୍ୟବସ୍ଥା ଆଦି କ୍ଷେତ୍ରରେ କଡ଼ାକଡ଼ି ନିୟମ ପାଳନ କରାଯିବା ଉପରେ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ଚଳିତବର୍ଷ ଶିବବିବାହ ଉତ୍ସବ ଉପଲକ୍ଷେ ୫ଲକ୍ଷ ଟଙ୍କାର ବ୍ୟୟ ଅଟକଳକୁ ବୈଠକରେ ଅନୁମୋଦନ କରାଯାଇଥିଲା। ସେବାୟତ ଦୁଷ୍ମନ୍ତ ପାଢ଼ୀ ବରପିତା ଓ ଚନ୍ଦ୍ରଶେଖର ଦାସ କନ୍ୟା ପିତା ପାଇଁ କରିଥିବା ଆବେଦନକୁ ସର୍ବସମ୍ମତିକ୍ରମେ ଅନୁମୋଦନ କରାଯାଇଥିଲା। ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ କାର୍ଯ୍ୟନିର୍ବାହୀ ଅଧିକାରୀ ବିଦ୍ୟାଧର ପଲେଇ। ବରିଷ୍ଠ ସେବାୟତ ବିଜୟ କୁମାର ଦାସ ପୂଜାବିଧି, ନୀତିକାନ୍ତି, ଲଗ୍ନଧରା, ଗୁଆ ମଙ୍ଗୁଳା, ବିବାହ ଉତ୍ସବ ଆଦି ସମ୍ପର୍କରେ ସବିଶେଷ ସୂଚନା ଦେଇଥିଲେ। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ସନ୍ତୋଷ କୁମାର ପାତ୍ର, ଡିଏସ୍‌ପି ଡିଆଇବି କମଳ ଲୋଚନ ଭୂୟଁା, ଚାନ୍ଦବାଲି ତହସିଲଦାର ସୁଶାନ୍ତ ସୂତାର, ସେବାୟତ ଗଦାଧର ପାଢ଼ୀ, ବାବାଜୀ ଶଙ୍କର ପାଢ଼ୀ, ଆଖଣ୍ଡଳେଶ୍ୱର ଭକ୍ତ ମହାସଂଘର ସମ୍ପାଦକ ମହାପାତ୍ର ପ୍ରଫୁଲ୍ଲ କୁମାର ସାହୁ, ଆରଡ଼ି ସରପଞ୍ଚ ଶ୍ରଦ୍ଧାଞ୍ଜଳି ପାଢ଼ୀ, ସୁନ୍ଦରପୁର ସରପଞ୍ଚ ଅଭିମନ୍ୟୁ ଜେନା, ଓଳଗ ସରପଞ୍ଚ ପ୍ରଫୁଲ୍ଲ ବେହେରା, ନନ୍ଦପୁର ସରପଞ୍ଚ ସରଳା ଦାସ, ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଯାତ୍ରୀବାହୀ ବସରେ ଅଧିକ ଭଡ଼ାକୁ ନେଇ ପ୍ରତିବାଦ, ତିହିଡି଼ ଜନସାଧାରଣ ଅଧିକାର ମଞ୍ଚ ପକ୍ଷରୁ ବସରୋକୋ

ତିହିଡି଼,୩୧।୩(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥରେ ଚଳାଚଳ କରୁଥିବା ଯାତ୍ରୀବାହୀ ବସରେ ଧାର୍ଯ୍ୟ ଭଡ଼ା ଠାରୁ ୨ଗୁଣ ଅଧିକ ନିଆଯାଉଥିବା ନେଇ ଅଭିଯୋଗ ହୋଇଛି । ଏହାର…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

ମଣ୍ଡିରେ ପଡିରହି ଗଜା ମାରିଲାଣି ଧାନ: ବସ୍ତା ରଖି ଚାଷୀଙ୍କ ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୯।୩(ସଞ୍ଜିତ ବଳ):ମଣ୍ଡିରେ ପଡ଼ି ବର୍ଷା ଖାଇ ଧାନ ଗଜା ମାରିଲାଣି । ହେଲେ ଯୋଗାଣ ବିଭାଗ ଅଥବା ମିଲରଙ୍କ ଏଥିପ୍ରତି ଭ୍ରୁକ୍ଷେପ ନାହିଁ । ଯାହାଫଳରେ ଚାଷୀମାନେ…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ହଠାତ୍‌ ବଦଳିଗଲା ପାଗ: ଧୂଳିଝଡ଼ ସହ କୁଆପଥର ମାଡ଼

ବନ୍ତ,୨୫ା୩(କିଶୋର କୁମାର ସେଠୀ): ବୁଧବାର ଅପରାହ୍ନରେ ହଠାତ୍‌ ପାଗ ବଦଳିଯିବା ସହ ବନ୍ତ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ପ୍ରବଳ ବେଗରେ ପବନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri