ଗୁପ୍‌ଚୁପ୍‌ ଖାଇ ଟଙ୍କା ନ ଦେବାରୁ ତଣ୍ଟି କାଟିଦେଲେ ଦୋକାନୀ

ପରଜଙ୍ଗ, ୯।୬(ଡି.ଏନ୍‌.ଏ.): ଗୁପ୍‌ଚୁପ୍‌ ଖାଇ ଟଙ୍କା ନ ଦେବାରୁ ପିଆଜକଟା ଛୁରିରେ ଗ୍ରାହକଙ୍କ ତଣ୍ଟି କାଟିଦେଲେ ଦୋକାନୀ। ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଲୋଧଣୀ ପଞ୍ଚାୟତ ପାଳସାହି ଗ୍ରାମରେ ବୁଧବାର ରାତିରେ ଘଟିଛି ଏଭଳି ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ। ମୃତକ ହେଲେ ବିଭୂତି ସାହୁ (୨୫)। ହତ୍ୟାକାଣ୍ଡ ଘଟାଇଥିବା ଅଭିଯୁକ୍ତ ଗୁପ୍‌ଚୁପ୍‌ ବ୍ୟବସାୟୀ ଜଗନ୍ନାଥ ସାହୁ ଓରଫ ଯୋଗିଆ (୩୮)ଙ୍କୁ ପୋଲିସ ଗିରଫ କରିଛି। ପୋଲିସ ସୂଚନା ଅନୁଯାୟୀ, ଜଗନ୍ନାଥ ଗ୍ରାମରେ ଗୁପ୍‌ଚୁପ୍‌ ବ୍ୟବସାୟ କରନ୍ତି। ଉକ୍ତ ଗ୍ରାମର ବିଭୂତି ନିଶାସକ୍ତ ଅବସ୍ଥାରେ ରାତି ପ୍ରାୟ ୮ଟାରେ ତାଙ୍କ ଠେଲା ନିକଟକୁ ଆସି ଗୁପ୍‌ଚୁପ୍‌ ଖାଇଥିଲେ। ତେବେ ଟଙ୍କା ନ ଦେବାରୁ ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇ ଘଟଣା ଉଗ୍ରରୂପ ନେଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ଜଗନ୍ନାଥ ପିଆଜ କଟାଯାଉଥିବା ଛୁରିରେ ବିଭୂତିଙ୍କ ତଣ୍ଟି କାଟି ଦେଇଥିଲେ। ଫଳରେ ସେ ଘଟଣାସ୍ଥଳରେ ଟଳି ପଡ଼ିଥିଲେ। ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ଫେରାର ହୋଇଯାଇଥିଲେ। ପୋଲିସ ଚଢ଼ାଉ କରି ତାଙ୍କୁ ଗିରଫ କରିଥିବା ପରଜଙ୍ଗ ଥାନାଧିକାରୀ ସୌଭାଗ୍ୟ କୁମାର ସ୍ବାଇଁ ସୂଚନା ଦେଇଛନ୍ତି। ଏହି ଘଟଣାକୁ ନେଇ ଗ୍ରାମରେ ଚାପା ଉତ୍ତେଜନା ଲାଗି ରହିଛି। ପରିବାର ଲୋକଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ ଆରମ୍ଭ କରିଛି। ସାମାନ୍ୟ ଗୁପ୍‌ଚୁପ୍‌ ଟଙ୍କାକୁ ନେଇ ଏଭଳି ହତ୍ୟାକାଣ୍ଡ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଜମିବାଡ଼ି ବିବାଦକୁ ନେଇ ଗୋଟିଏ ପରିବାର ଉପରେ ସଂଘବଦ୍ଧ ଆକ୍ରମଣ, ମେଡିକାଲରେ ଦମ୍ପତି

ହାଟଡିହୀ/ଛେନାପଦୀ,୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଧୀନ ମିଠିଗାଁ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଗୋଟିଏ ପରିବାର ଉପରେ ସଂଘବଦ୍ଧ…

ଭଦ୍ରକରୁ ଆସି କେନ୍ଦୁଝରରେ ଚୋରି, ଆଗରପଡ଼ାରୁ ଧରାପଡ଼ିଲେ…

ହାଟଡିହୀ/ଛେନାପଦୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ପୋଲିସ ଆଗରପଡ଼ା ଥାନା ଅଞ୍ଚଳରୁ ମୋଟରସାଇକେଲ୍ ଚୋରି ଅଭିଯୋଗରେ ଜଣକୁ ଗିରଫ କରିଛି। ଆଗରପଡ଼ା…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri