ଅଜଣା ଗାଡ଼ି ଧକ୍କାରେ ପରିବା ଦୋକାନୀଙ୍କ ଜୀବନ ଗଲା

ବନ୍ତ,୯ା୧(ଡି.ଏନ୍‌.ଏ.): ସୋମବାର ଭୋର୍‌ ସମୟରେ ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଭଦ୍ରକ-ଆନନ୍ଦପୁର ରାଜ୍ୟ ରାଜପଥର ବନ୍ତ ଲକ୍ଷ୍ମୀବଜାରଠାରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ପରିବା ଦୋକାନୀଙ୍କର ମୃତ୍ୟୁ ଘଟିଛି। ମୃତ ଦୋକାନୀ ଜଣକ ଚଣ୍ଡିପୁର ଗ୍ରାମର ଜାହାଙ୍ଗୀର ଖାଁ ବୋଲି ପୋଲିସ ସୂତ୍ରରୁ ଜଣାଯାଇଛି।

ପ୍ରକାଶ ଯେ, ମୃତ ଜାହାଙ୍ଗୀର ବନ୍ତ ଲକ୍ଷ୍ମୀବଜାରଠାରେ ଏକ ପରିବା ଦୋକାନ କରି ପରିବାର ପ୍ରତିପୋଷଣ କରି ଆସୁଥିଲେ। ସବୁଦିନ ପରି ସେ ଆଜି ଭୋର୍‌ ସମୟରେ ଦୋକାନ ଖୋଲିବା ପାଇଁ ବଜାରକୁ ଆସି ରାସ୍ତାରେ ଚାଲି ଚାଲି ଯାଉଥିବା ବେଳେ ଭଦ୍ରକରୁ ଆନନ୍ଦପୁର ଅଭିମୁଖେ ଆସୁଥିବା ଏକ ଅଜଣା ଗାଡ଼ି ତାଙ୍କୁ ପଛରୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଖବର ପାଇ ପରିବାରଲୋକଙ୍କ ସମେତ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ରାସ୍ତାରେ ରଖି ରାସ୍ତାରୋକୋ କରିଥିଲେ। ଦୀର୍ଘ ୪ ଘଣ୍ଟା ଧରି ରାସ୍ତାରୋକୋ ହେବାରୁ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ଖବର ପାଇ ଥାନାଧିକାରୀ ଆଦିତ୍ୟ ପ୍ରସାଦ ଜେନା ଘଟଣାସ୍ଥଳରେ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଥିଲେ। ଏଥିରେ କୌଣସି ସୁଫଳ ମିଳି ନ ଥିଲା। ପରେ ଥାନାଧିକାରୀଙ୍କଠାରୁ ଖବର ପାଇ ତହସିଲଦାର ଅଙ୍କିତା ବାରିକ ଘଟଣାସ୍ଥଳରେ ପହଞ୍ଚତ୍ ପରିବାରବର୍ଗଙ୍କ ସହିତ ଆଲୋଚନା କରିବା ସହିତ ଜିଲା ରେଡ୍‌କ୍ରସ୍‌ରୁ ୧୫ ହଜାର ଟଙ୍କା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଫଳରେ ରାସ୍ତାରୋକୋ ପ୍ରତ୍ୟାହୃତ ହୋଇଥିଲା। ପରେ ରାସ୍ତାରେ ଯାନବାହନ ଚଳାଚଳ ସ୍ବାଭାବିକ ହୋଇଥିଲା। ଖବର ପାଇ ବିଧାୟକ ପ୍ରତିିନିଧି ଇଂ.ପ୍ରୟାସକାନ୍ତି ସାମଲ ମୃତକ ପରିବାରଙ୍କୁ ସମବେଦନା ଜଣାଇବା ସହିତ ୩୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ପରେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇବା ସହିତ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ଅଜଣା ଗାଡ଼ି ସମ୍ପର୍କରେ ଅନୁସନ୍ଧାନ ଜାରି ରଖିଛି। ଜାହାଙ୍ଗୀରଙ୍କ ସ୍ତ୍ରୀ, ୨ ଝିଅ, ୩ ପୁଅଙ୍କ ସମେତ ସମସ୍ତ ପରିବାରବର୍ଗ ବେସାହାରା ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri