ବୈତରଣୀ କୂଳ ପାଲଟିଛି ଗଞ୍ଜେଇ ଆଡ୍ଡା

ଯାଜପୁର ଟାଉନ,୧୯ା୧୦(ଡି.ଏନ୍‌.ଏ.): ଯାଜପୁର ସହରରେ ଗଞ୍ଜେଇ ଖୁଲମଖୁଲା ବିକ୍ରି ହେଉଛି। କମ ପରିଶ୍ରମରେ ଅଧିକ ଲାଭ ଆଶାରେ ଯୁବପିଢ଼ି ଗଞ୍ଜେଇ ଚୋରା ବ୍ୟବସାୟ କରୁଥିବା ବେଳେ ସାଙ୍ଗସାଥିଙ୍କୁ ଏହାକୁ ବିକ୍ରି କରୁଛନ୍ତି। ଫଳରେ ସହରର ଅନେକ ଯୁବପିଢ଼ି ଗଞ୍ଜେଇ ନିଶା କବଳରେ ପଡମୁଛନ୍ତି। ଯାଜପୁର ସହରର ବାଳାଶ୍ରମ ପଡ଼ିଆ, ବଲ୍ଲଭି ଘାଟ, ଦେବୀଗଡ଼ା ଘାଟ, ଦଶାଶ୍ୱମେଧ ଘାଟ, ଜଗନ୍ନାଥ ମନ୍ଦିର ଓ ବରାହ ରିଂରୋଡ୍‌ ଆଦି ସ୍ଥାନରେ ଅନେକ ସମୟରେ ବହୁ ଯୁବକ ଏକାଠି ଗଞ୍ଜେଇ ସେବନ କରୁଥିବା ଦେଖାଯାଇଛି। ସିଗାରେଟରେ ଗଞ୍ଜେଇ ପୁରାଇ ସହରର ବିଭିନ୍ନ ପାନ ଦୋକାନ, ଜଳଖିଆ ଦୋକାନ, ଚା’ ଦୋକାନରେ ବିକ୍ରି କରାଯାଉଥିବା ନଜିର ରହିଛି। ବିଶେଷ କରି ୧୫ ରୁ ୨୦ ବର୍ଷର ପିଲାମାନେ ଏହି ନିଶା କବଳରେ ପଡିଛନ୍ତି। ଯାଜପୁରସହର ସଂଲଗ୍ନ ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଷୋଳମପୁର ଗ୍ରାମରୁ ଗଞ୍ଜେଇ ଆସୁଥିବା ଶୁଣିବାକୁ ମିଳୁଛି। ଅବକାରୀ ବିଭାଗ ଓ ପୋଲିସ ପ୍ରଶାସନ ଚୋରା ବ୍ୟବସାୟୀଙ୍କ ଉପରେ ନଜର ରଖୁ ନ ଥିବା ବେଳେ କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯାଉ ନ ଥିବାରୁ ସହରରେ ଧୀରେଧୀରେ ଗଞ୍ଜେଇ ବିକ୍ରି ବଢିବାରେ ଲାଗିଛି। ଏ ସମ୍ପର୍କରେ ଅବକାରୀ ବିଭାଗ ଇନ୍ସପେକ୍ଟର ସ୍ବପ୍ନାରାଣୀ ସାହୁଙ୍କୁ ପଚାରିବାରେ ସେ କୌଣସି ମନ୍ତବ୍ୟ ଦେବାକୁ ମନା କରିଦେଇଛନ୍ତି। ଯାଜପୁର ଥାନା ଭାରପ୍ରାପ୍ତ ଅଧିକାରୀ ମାନସ ରଞ୍ଜନ ଚକ୍ରଙ୍କୁ ପଚାରିବାରେ ଗଞ୍ଜେଇ ବିକ୍ରି କଥାକୁ ସ୍ବୀକାର କରିବା ସହ ଅଧିକାଂଶ ସମୟରେ ଚଢ଼ାଉ କରାଯାଇ ମାମଲା ରୁଜୁ କରାଯାଉଛି ଏବଂ ଆଗାମୀ ଦିନରେ ଏହାକୁ ବ୍ୟାପକ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri