ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ସ୍ମୃତି ପରିଷଦ ସମ୍ପାଦକ ତଥା ଆଇନଜୀବୀ କୁରେଶୁ ପଣ୍ଡାଙ୍କ ସଂଯୋଜନାରେ ଉକ୍ତ ସଭା ଆୟୋଜିତ ହୋଇଥିଲା। ଆସନ୍ତା ଏପ୍ରିଲ ୨୦ ତାରିଖ ବୈଶାଖ ମାସ ଶୁକ୍ଳପକ୍ଷ ପବିତ୍ର ଅକ୍ଷୟ ତୃତୀୟା ତିଥିରେ ସ୍ମୃତି କମିଟି ପକ୍ଷରୁ କବିସୂର୍ଯ୍ୟଙ୍କ ଜନ୍ମପୀଠ ଦିଗପହଣ୍ଡି ବ୍ଲକ ଖମାରିଗାଁ ପଞ୍ଚାୟତ ବିଜୟନଗର ଗଡ଼ଠାରେ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ ମହାସମାରୋହରେ ପାଳନ କରାଯିବା ନିମନ୍ତେ ସଭାରେ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ଗୃହୀତ କରାଯାଇଥିଲା।

ସେହିପରି ଖେମୁଣ୍ଡି ଉନ୍ନୟନ ମଞ୍ଚ ପକ୍ଷରୁ ଆଲୋଚନା କରାଯାଇ ଦିଗପହଣ୍ଡି, କୁକୁଡ଼ାଖଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳର ବହୁବିଧ ବିକାଶ ନିମନ୍ତେ ଗଞ୍ଜାମ ଜିଲା ଗୋପାଳପୁରଠାରୁ ଭାୟା ବାଲିପଡ଼ା, ଦିଗପହଣ୍ଡି, ଭୀଷ୍ମଗିରି ଦେଇ ରାୟଗଡ଼ା ଜିଲା ସିଙ୍ଗାପୁର ଯାଏ ନୂଆ ରେଳ ଲାଇନ ନିର୍ମାଣ, ଜାତୀୟ ଜଳପଥ-୫କୁ ସମ୍ପ୍ରସାରଣ କରି ଭାୟା ଆସିକା, ଦିଗପହଣ୍ଡି ଦେଇ ପ୍ରସ୍ତାବିତ ଚିକିଟି ବାହୁଦା ବନ୍ଦର ସହ ସଂଯୋଗ କରାଯିବା। ଦିଗପହଣ୍ଡିଠାରୁ ଭାୟା ଖମାରିଗାଁ ଉଜ୍ଜଳେଶ୍ୱର ଶୈବପୀଠ ଦେଇ ଗଜପତି ମାଙ୍କଡଡିଆଁ ଜଳପ୍ରପାତ ଠାରୁ ପର୍ଯ୍ୟଟନ କ୍ଷେତ୍ର ମହେନ୍ଦ୍ରଗିରି ଯାଏଁ ପକ୍କାରାସ୍ତା ନିର୍ମାଣ, ସାନଖେମୁଣ୍ଡି ବ୍ଲକ ଶୁଣ୍ଡିପଲ୍ଲୀ ନିକଟରେ ଘୋଡ଼ାହାଡ଼ ନଦୀରେ ବ୍ୟାରେଜ ନିର୍ମାଣ କରି ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳକୁ ପାନୀୟ ଜଳ ଯୋଗାଣ, ଦିଗପହଣ୍ଡି ସହର ଉପକଣ୍ଠ ଦକ୍ଷିଣ ଓ ଉତ୍ତର ପାର୍ଶ୍ୱରୁ ବାଇପାସ ରାସ୍ତା ନିର୍ମାଣ ଆଦି ବିଭିନ୍ନ ଦାବି ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇ ସଭାରେ ବିଧିବଦ୍ଧ ପ୍ରସ୍ତାବ ଗୃହୀତ କରାଯାଇଥିଲା।

ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା, ଦକ୍ଷିଣ ଓଡ଼ିଶା ବିକାଶ ସମିତିର ସଭାପତି ତଥା ଅବସରପ୍ରାପ୍ତ କେନ୍ଦ୍ରୀୟ ପ୍ରଶାସକ ଡ. ବାଳକୃଷ୍ଣ ପଣ୍ଡା, କବି ବୃନ୍ଦାବନ ପଣ୍ଡା, ଜିଲା ପରିଷଦ ସଦସ୍ୟ ରାଧାକାନ୍ତ ମହାଙ୍କୁଡ଼, ବିଚିତ୍ର ବର୍ଣ୍ଣାଳୀ ନାଟ୍ୟ ସଂସଦ ସମ୍ପାଦକ ଆଲୋକ ବିଷୋୟୀ, ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଜଗବନ୍ଧୁ ମିଶ୍ର, ପୂର୍ବତନ ସରପଞ୍ଚ ରାଜେନ୍ଦ୍ର ପ୍ରସାଦ ପାଠୀ, ପୀତାମ୍ବର ଗୌଡ଼, ପ୍ରଶାନ୍ତ କୁମାର ପାଣି, ସରପଞ୍ଚ ପ୍ରତିନିଧି ଚିତ୍ରସେନ ଗୌଡ଼, ଶିବରାମ ପ୍ରଧାନ, ରବିଚନ୍ଦ୍ର ଗୌଡ଼, ସାମାଜିକ କର୍ମୀ ଶୁଭେନ୍ଦୁ ପାଢ଼ୀ, ସୁଜିତ କୁମାର ତ୍ରିପାଠୀ, ଆଇନଜୀବୀ ନକୁଳ ପ୍ରଧାନ, ପି.ଶିବଶଙ୍କର,ବାଲ୍ମିକୀ ବେହେରା, ତ୍ରିନାଥ ଗୌଡ଼,ସୀମାଞ୍ଚଳ ଗୌଡ଼ଙ୍କ ସମେତ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri