ସମ୍ବର୍ଦ୍ଧନା ଉତ୍ସବ ପାଳିତ

ଦେବଗଡ଼,୨୧ା୧୨(ଡ଼ି.ଏନ୍‌,ଏ.)- ରବିବାର ପୂର୍ବହ୍ନ ୧୦ଟା୩୦ରେ ସ୍ଥାନୀୟ କ୍ଲବ ଗୃହଠାରେ କୋଭିଡ଼-୧୯ ନିୟମକୁ ପାଳନ କରି ଶ୍ରୀଜଗନ୍ନାଥ ସାହିତ୍ୟ ସଂସଦ ନିରାଡ଼ମ୍ବର ଭାବରେ ସମ୍ବର୍ଦ୍ଧନା ଉତ୍ସବ ପାଳନ ହୋଇଯାଇଛି। ଉତ୍ସବରେ ସଂସଦର ଉପ-ସଭାପତି ନିରନ ଦ୍ୱିବେଦୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବରେ ଡ଼ା. ଇଳାସିନୀ ଦ୍ୱିବେଦୀ ଯୋଗ ଦେଇଥିବାବେଳେ ଉପଦେଷ୍ଠା ହରପ୍ରସାଦ ନନ୍ଦ ପ୍ରମୁଖ ମଞ୍ଚାସୀନ ଥିଲେ। ସଂସଦର ସଭାପତି ଡ଼.ପଦ୍ମନାଭ ସାହୁ ଓଡ଼ିଶା ସାହିତ୍ୟ ଏକାଡ଼େମୀ, ଭୁବନେଶ୍ୱର ତରଫରୁ ସାରସ୍ବତ ସାଧକ ଭାବରେ ସମ୍ବର୍ଦ୍ଧିକ ହୋଇଥିବାରୁ ସଂସଦ ପକ୍ଷରୁ ତାଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଉକ୍ତ ଉତ୍ସବରେ ସମ୍ପାଦକ ଜିତରନ ଦାସ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବାବେଳେ ଯୁଗ୍ମ-ସମ୍ପାଦକ ଡ଼. ଭାରତ ଭୂଷଣ ନନ୍ଦ ସହଯୋଗ କରିଥିଲେ । ଉପସଭାପତି ରାମଚନ୍ଦ୍ର ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ସେହିପରି ସଭ୍ୟ ସୁଦର୍ଶନ ଦାସ, ପ୍ରଫୁଲ କୁମାର ମହାପାତ୍ର,ବିପିନ ବିହାରୀ ନନ୍ଦ, ମାର୍କଣ୍ଡେଶ୍ୱର ଶତପଥି,ସୁଧିର କୁମାର କପରଦାର, ଡ଼.ସନ୍ତୋଷ ଦେବତା, ଭାତୃ କୁମାର ପ୍ରଫୁଲ୍ଲ, କିଶୋର ଚନ୍ଦ୍ର ନନ୍ଦ, ଭାନୁଶଙ୍କର ନନ୍ଦ, ସୁଧିର କୁମାର ଦ୍ୱିବେଦୀ, ଦୈତାରୀ ପ୍ରସାଦ ଦ୍ୱିବେଦୀ,ଭୋଲେଶ୍ୱର ମିଶ୍ର, ସୁକାନ୍ତ କୁମାର ନନ୍ଦ ମଧୁ ସୁଦନ ପୁରୋହିତ,ପଦ୍ମିନୀ ମହାପାତ୍ର, ସୁମିତ୍ର ପୁରୋହିତ, ରୁବି ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରୁ ହାତୀ ଶାବକର ମୃତଦେହ ଜବତ

ରିଆମାଳ,୬ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ସଙ୍ଘାପଶି ଖସଡ଼ା ଜଙ୍ଗଲରୁ ଶନିବାର ଏକ ଅଣ୍ଡିରା ଶିଶୁ ଶାବକ ହାତୀର ମୃତଦେହ ଜବତ…

ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିବାବେଳେ ଟଳିପଡିଲେ ସମ୍ବାରୁ, ଅଂଶୁଘାତ ଜନିତ ମୃତ୍ୟୁ ହୋଇଥିବା ଅଭିଯୋଗ

ଦେବଗଡ,୬।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ତିଲେଇବଣି ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ବଡଛାପଲ ଗ୍ରାମର ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଥିବା ବେଳେ ଏହା ଅଂଶୁଘାତ…

ଜୟଦେବ ଭବନରେ ସମ୍ମାନିତ ହେଲେ ଦେବଗଡ଼ର ବିଶିଷ୍ଟ ଶିକ୍ଷାବିତ୍ ପ୍ରଶାନ୍ତ ସାର୍

ଦେବଗଡ଼, ୪।୬(ଶଶାଙ୍କ ଶେଖର ଝାଙ୍କର): ରାଜଧାନୀ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନଠାରେ ଓମେନ୍ସ ସ୍ୱେଚ୍ଛାସେବୀ ସଂଗଠନ ଓ କଳିଙ୍ଗ ସଂକୀର୍ତ୍ତନ ମଣ୍ଡଳୀ ମହାସଂଘ ପକ୍ଷରୁ ୨୦ତମ ବାର୍ଷିକ…

ଜଙ୍ଗଲକୁ ଯାଇ ଘରକୁ ଫେରି ନ ଥିଲେ ଚାଷୀ, ଆଜି ମିଳିଲା ମୃତଦେହ

ରିଆମାଳ,୪ା୬(ବଦ୍ରୀ ନାରାୟଣ ଅଗ୍ରଓ୍ବାଲ): ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଚଢେଇମରା ଗ୍ରାମ ଜଙ୍ଗଲରୁ ଗୁରୁବାର ଜଣେ ବ୍ୟକ୍ତିଙ୍କ କ୍ଷତବିକ୍ଷତ ମୃତଦେହ ଜବତ ହୋଇଛି। ମୃତବ୍ୟକ୍ତି…

ହଷ୍ଟେଲରେ ନ ଥିଲା ଲାଇନ୍‌: ନାଳକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ଛାତ୍ର

ଦେବଗଡ଼,୨୮ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅଧୀନ ଗୋପପୁର ଗ୍ରାମର ଏକ ନାଳରେ ବୁଡି ଗୁରୁବାର ଜଣେ ନବମ ଶ୍ରେଣୀ ଛାତ୍ରଙ୍କର ମୃତ୍ୟୁ ଘଟିଛି।…

ଦେବଗଡରେ ଅଭାବନୀୟ ଘଟଣା, ବିଦ୍ୟୁତ କର୍ମଚାରୀଙ୍କୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

ଦେବଗଡ଼,୨୮।୫(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ କର୍ମଚାରୀଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ। ରିଆମାଳ ଥାନା ଦୁଧିଆନାଳୀ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଯାଇଛି । ସୂଚନା ଅନୁସାରେ,…

OAS ପରୀକ୍ଷାରେ କମାଲ୍‌ କଲେ ଦେବଗଡର ପିୟୁଷ: ଦ୍ୱିତୀୟ ପ୍ରଚେଷ୍ଟାରେ ହାସଲ କଲେ ସଫଳତା

ଦେବଗଡ଼, ୨୭।୫(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓସିଏସ ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି । ଦେବଗଡ ସହରର ପିୟୁଷ ସାହୁ ୪୦…

କୋଇଲା ପରିବହନକୁ ବିରୋଧ କରି ରାସ୍ତାରୋକୋ: ବିଧାୟକ-ଗ୍ରାମବାସୀ ଆଲୋଚନା ପରେ…

ରିଆମାଳ,୨୬।୫(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ବୁଢାପାଳ ଓ ପରା ପଞ୍ଚାୟତର ୩ ଗ୍ରାମ ଦେଇ କୋଇଲା ପରିବହନକୁ ବିରୋଧ କରି ତିନି ପଞ୍ଚାୟତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri