ଖୋଲିଲା ଶ୍ରୀମନ୍ଦିର: ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ପୁରୀବାସୀ

ପୁରୀ ଅଫିସ,୧୬ା୮: ଦୀର୍ଘ ୪ ମାସ ପରେ ଭକ୍ତ ଓ ଭଗବାନଙ୍କ ମିଳନ ହୋଇଛି । ସୋମବାରଠାରୁ ଖୋଲିଛି ଶ୍ରୀମନ୍ଦିର। ଆଜି କେବଳ ପୁରୀବାସୀ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି। ଶ୍ରୀମନ୍ଦିର ପ୍ରଶାସନ କରିଥିବା ଟୋକନ ବ୍ୟବସ୍ଥା ଅନୁସାରେ ସକାଳ ୭ଟାରୁ ଓ୍ବାର୍ଡ ଅନୁଯାୟୀ ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହୋଇଛି । କୋଭିଡ୍‌ କଟକଣା ଭିତରେ ଆବଶ୍ୟକ ଫଟୋ ଥିବା ପରିଚୟ ପ୍ରମାଣପତ୍ର ଦେଖାଇ ପୁରୀ ବାସିନ୍ଦା ମନ୍ଦିର ଭିତରକୁ ପ୍ରବେଶ କରୁଛନ୍ତି।

ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାରିକେଡ୍‌ ବ୍ୟବସ୍ଥା କରାଯାଇଛି। ୮ଟି କିଓସ୍କି କରାଯାଇଛି। ବରିଷ୍ଠ ନାଗରିକଙ୍କ ପାଇଁ ସ୍ବତନ୍ତ୍ର ଧାଡ଼ି ବି ହୋଇଛି। ତିନୋଟି ପର୍ଯ୍ୟାୟରେ ସକାଳ ୭ଟାରୁ ଦିନ ସାଢ଼େ ୧୦ଟା, ଦିନ ୧୧ଟାରୁ ସାଢ଼େ ୨ଟା ଓ ଶେଷରେ ଅପରାହ୍ନ ସାଢ଼େ ୩ଟାରୁ ସନ୍ଧ୍ୟା ୭ଟା ଯାଏ ମହାପ୍ରଭୁଙ୍କୁ ଭକ୍ତମାନେ ଦର୍ଶନ କରିପାରିବେ। ଏଥିପାଇଁ ପୁରୀ ପ୍ରଶାସନ ପକ୍ଷରୁ ୩ଟି ରଙ୍ଗର ଟୋକନ ବଣ୍ଟାଯାଇଛି।

ଯେଉଁମାନେ ଟୋକନ ପାଇ ନାହାନ୍ତି ସେମାନେ ଶ୍ରୀମନ୍ଦିର କାର୍ଯ୍ୟାଳୟ ଆଗରେ ଥିବା ଅସ୍ଥାୟୀ କାଉଣ୍ଟରରୁ ଟୋକନ ସଂଗ୍ରହ କରିପାରିବେ। ଭଡ଼ାଟିଆଙ୍କ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅଲଗା ଟୋକନ ବ୍ୟବସ୍ଥା କରାଯାଇଛି। ଶ୍ରଦ୍ଧାଳୁମାନେ ସିଂହଦ୍ୱାର ଦେଇ ପ୍ରବେଶ କରିବେ ଏବଂ ଦର୍ଶନ ସାରି ଉତ୍ତରଦ୍ୱାର ଦେଇ ପ୍ରସ୍ଥାନ କରିବେ।

ଆଜିଠୁ ୫ ଦିନ ପୁରୀ ସହରବାସୀ ଶ୍ରୀଜିଉଙ୍କୁ ଦର୍ଶନ କରିବାର ସୁଯୋଗ ପାଇବେ । ତେବେ ଆସନ୍ତା ୨୩ ତାରିଖରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ପ୍ରତି ଶନିବାର ଏବଂ ରବିବାର ସପ୍ତାହାନ୍ତ ଶଟ୍‌ଡାଉନ ଯୋଗୁ ଶ୍ରୀମନ୍ଦିର ବନ୍ଦ ରହିବ। କୋଭିଡ୍‌ କଟକଣାକୁ କଡ଼ାକଡ଼ି ପାଳନ କରିବା ଉପରେ ପ୍ରଶାସନ ଗୁରୁତ୍ୱ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କମିନି ଟେଷ୍ଟିଂ, କମୁଛି ସଂକ୍ରମଣ

ଭୁବନେଶ୍ୱର,୨୩।୧(ବ୍ୟୁରୋ): କରୋନା ସଂକ୍ରମଣ ଧୀରେଧୀରେ କମିବା ଆରମ୍ଭ ହୋଇଛି । ଗତ ୧୨ ତାରିଖଠାରୁ ସଂକ୍ରମଣ କମିବା ଆରମ୍ଭ କରିଛି । କିନ୍ତୁ ଟେଷ୍ଟିଂ ସଂଖ୍ୟା...

ପିତ୍ତଳହଣ୍ଡା କାରିଗରଙ୍କ ମୃତ୍ୟୁ ଘଟଣା: ଚିକିତ୍ସାରେ ଅବହେଳା ଅଭିଯୋଗ

ଖଣ୍ଡପଡ଼ା,୩୦ା୫(ସ୍ବ.ପ୍ର.): ଭୁବନେଶ୍ୱରସ୍ଥିତ କିମ୍‌ସରେ ଚିକିତ୍ସିତ ହେଉଥିବା ଜଣେ ରୋଗୀଙ୍କ ଗତ କିଛିଦିନ ତଳେ ହୋଇଥିବା ମୃତ୍ୟୁକୁ ନେଇ ସୃଷ୍ଟି ହୋଇଛି ପ୍ରଶ୍ନବାଚୀ। ସେ ହେଉଛନ୍ତି ଖଣ୍ଡପଡ଼ା...

ଜଙ୍ଗଲକୁ ଯାଇଥିଲେ ବ୍ୟକ୍ତି, ଘରକୁ ଫେରିଲା ମୃତଦେହ

କେନ୍ଦୁଝର,୯।୧୧(ସ୍ବ.ପ୍ର.): କେନ୍ଦୁଝର ବନଖଣ୍ଡ ଘଟଗାଁ ରେଞ୍ଜ ବାଲି ପୋଖରୀ ସଂରକ୍ଷିତ ଜଙ୍ଗଲରେ ବଣୁଆ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାମ ଜଳଧର...

ମିଳୁନି ସାଧାରଣ ସୁବିଧା: ଦୁର୍ଦ୍ଦଶା ଭୋଗୁଛନ୍ତି ଗ୍ରାମବାସୀ

ରାଇକିଆ,୨୭।୩(ଡି.ଏନ୍‌.ଏ.): ରାସ୍ତା ନାହିଁ। ୫ କି.ମି ଦୁର୍ଗମ ଜଙ୍ଗଲ ମଧ୍ୟରେ ଘାଟି ପାହାଡ଼ ଚଢ଼ି ଗଲେ ପହଞ୍ଚିହୁଏ କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର...

ଧଉରାଗୋଠ ପ୍ରକଳ୍ପକୁ ପଲ୍ଲିସଭାରେ ବିରୋଧ

ବଇଣ୍ଡା,୫।୧୧(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକ ଧଉରାଗୋଠ ଅଞ୍ଚଳରେ ନିର୍ମାଣ ହେବାକୁ ଥିବା ଧଉରାଗୋଠ ଜଳସେଚନ ପ୍ରକଳ୍ପକୁ ପଲ୍ଲିସଭାରେ ବିରୋଧ କରାଯାଇଛି। ଏହି ବଡ଼ଧରଣର ଜଳସେଚନ...

ସରକାରୀ କଟକଣାର ଖୋଲା ଉଲ୍ଲଂଘନ: ବଜାରରେ ଅସମ୍ଭବ ଭିଡ଼

ସୁନ୍ଦରଗଡ଼/ସବ୍‌ଡେଗା,୧୫ା୪(ଡି.ଏନ୍‌.ଏ.) : କରୋନା ମୁକାବିଲା ପାଇଁ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟରେ ଥିବା ସରକାରୀ କଟକଣାର କଡ଼ାକଡ଼ି ଭାବେ ପାଳନ ପାଇଁ ନିର୍ଦ୍ଦେଶ...

ଜଗଦୀଶ, ଜୟନ୍ତ ପାଇବେ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’

ଭୁବନେଶ୍ୱର, ୭।୯ (ବ୍ୟୁରୋ): ଇମ୍ଫା ଚାରିଟେବୁଲ୍‌ ଟ୍ରଷ୍ଟ ପକ୍ଷରୁ ୨୦୨୧ ମସିହା ପାଇଁ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ଘୋଷଣା ହୋଇଛି। କଳା କ୍ଷେତ୍ରରେ ଜୀବନବ୍ୟାପୀ...

ସାମାଜିକ ଦୂରତା ମଧ୍ୟରେ ଶ୍ରମିକ ଦିବସ ପାଳିତ

ବନ୍ତ,୧।୫(ଡି.ଏନ୍‌.ଏ.)-କରୋନା ଲକ୍‌ ଡାଉନ୍‌ ପରିପେକ୍ଷୀରେ ଶୁକ୍ରବାର ଭଦ୍ରକ ଜିଲା ବନ୍ତ ଥାନା ଛକସ୍ଥିତ ସିପିଆଇ କାର୍ଯ୍ୟାଳୟ ଠାରେ ସିପିଆଇ ଏବଂ ଏଆଇଟିୟୁସି ପକ୍ଷରୁ ସାମାଜିକ ଦୂରତା...

Advertisement
Archives

Model This Week