ଖୋଲିଲା ଶ୍ରୀମନ୍ଦିର: ଶ୍ରୀଜିଉଙ୍କୁ ଦର୍ଶନ କରୁଛନ୍ତି ପୁରୀବାସୀ

ପୁରୀ ଅଫିସ,୧୬ା୮: ଦୀର୍ଘ ୪ ମାସ ପରେ ଭକ୍ତ ଓ ଭଗବାନଙ୍କ ମିଳନ ହୋଇଛି । ସୋମବାରଠାରୁ ଖୋଲିଛି ଶ୍ରୀମନ୍ଦିର। ଆଜି କେବଳ ପୁରୀବାସୀ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି। ଶ୍ରୀମନ୍ଦିର ପ୍ରଶାସନ କରିଥିବା ଟୋକନ ବ୍ୟବସ୍ଥା ଅନୁସାରେ ସକାଳ ୭ଟାରୁ ଓ୍ବାର୍ଡ ଅନୁଯାୟୀ ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହୋଇଛି । କୋଭିଡ୍‌ କଟକଣା ଭିତରେ ଆବଶ୍ୟକ ଫଟୋ ଥିବା ପରିଚୟ ପ୍ରମାଣପତ୍ର ଦେଖାଇ ପୁରୀ ବାସିନ୍ଦା ମନ୍ଦିର ଭିତରକୁ ପ୍ରବେଶ କରୁଛନ୍ତି।

ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାରିକେଡ୍‌ ବ୍ୟବସ୍ଥା କରାଯାଇଛି। ୮ଟି କିଓସ୍କି କରାଯାଇଛି। ବରିଷ୍ଠ ନାଗରିକଙ୍କ ପାଇଁ ସ୍ବତନ୍ତ୍ର ଧାଡ଼ି ବି ହୋଇଛି। ତିନୋଟି ପର୍ଯ୍ୟାୟରେ ସକାଳ ୭ଟାରୁ ଦିନ ସାଢ଼େ ୧୦ଟା, ଦିନ ୧୧ଟାରୁ ସାଢ଼େ ୨ଟା ଓ ଶେଷରେ ଅପରାହ୍ନ ସାଢ଼େ ୩ଟାରୁ ସନ୍ଧ୍ୟା ୭ଟା ଯାଏ ମହାପ୍ରଭୁଙ୍କୁ ଭକ୍ତମାନେ ଦର୍ଶନ କରିପାରିବେ। ଏଥିପାଇଁ ପୁରୀ ପ୍ରଶାସନ ପକ୍ଷରୁ ୩ଟି ରଙ୍ଗର ଟୋକନ ବଣ୍ଟାଯାଇଛି।

ଯେଉଁମାନେ ଟୋକନ ପାଇ ନାହାନ୍ତି ସେମାନେ ଶ୍ରୀମନ୍ଦିର କାର୍ଯ୍ୟାଳୟ ଆଗରେ ଥିବା ଅସ୍ଥାୟୀ କାଉଣ୍ଟରରୁ ଟୋକନ ସଂଗ୍ରହ କରିପାରିବେ। ଭଡ଼ାଟିଆଙ୍କ ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅଲଗା ଟୋକନ ବ୍ୟବସ୍ଥା କରାଯାଇଛି। ଶ୍ରଦ୍ଧାଳୁମାନେ ସିଂହଦ୍ୱାର ଦେଇ ପ୍ରବେଶ କରିବେ ଏବଂ ଦର୍ଶନ ସାରି ଉତ୍ତରଦ୍ୱାର ଦେଇ ପ୍ରସ୍ଥାନ କରିବେ।

ଆଜିଠୁ ୫ ଦିନ ପୁରୀ ସହରବାସୀ ଶ୍ରୀଜିଉଙ୍କୁ ଦର୍ଶନ କରିବାର ସୁଯୋଗ ପାଇବେ । ତେବେ ଆସନ୍ତା ୨୩ ତାରିଖରୁ ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ। ପ୍ରତି ଶନିବାର ଏବଂ ରବିବାର ସପ୍ତାହାନ୍ତ ଶଟ୍‌ଡାଉନ ଯୋଗୁ ଶ୍ରୀମନ୍ଦିର ବନ୍ଦ ରହିବ। କୋଭିଡ୍‌ କଟକଣାକୁ କଡ଼ାକଡ଼ି ପାଳନ କରିବା ଉପରେ ପ୍ରଶାସନ ଗୁରୁତ୍ୱ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

ଧରିତ୍ରୀ ପ୍ରଭାବ: ଲକ୍ଷ୍ମୀପୁର ଗ୍ରାମରେ ଜଳିଲା ଷ୍ଟ୍ରିଟ୍ ଲାଇଟ୍

ଗଞ୍ଜାମ, ୩୦।୮ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ଦୀର୍ଘଦିନ ଧରି ଷ୍ଟ୍ରିଟ୍ ଲାଇଟ୍ ଜଳୁ ନ ଥିବା ନେଇ ଦୁଇଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri