ବାରାକ୍‌ରେ ମଦ ପିଇ ଏସ୍‌ଆଇ ନିଲମ୍ବିତ

ନାଉଗଁା,୨୨।୧୦(ସ୍ବ.ପ୍ର.):ଥାନା ବାରାକରେ ମଦ୍ୟପାନ କରିବା ଜଣେ ପୋଲିସ ଏସ୍‌ଆଇଙ୍କ ପାଇଁ ମହଙ୍ଗା ପଡ଼ିଛି। ସମ୍ପୃକ୍ତ କର୍ମଚାରୀ ମଦ୍ୟପାନ କରୁଥିବାର ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାପରେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ସ୍ବରୂପ ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ସମ୍ପୃକ୍ତ ଏସ୍‌ଆଇ ହେଲେ ଜଗତ୍‌ସିଂହପୁର ଜିଲା ନାଉଗଁା ଥାନାର ବିବେକାନନ୍ଦ ସାହୁ। ସେ ଖୁଲମଖୁଲା ଭାବେ ଥାନା ବାରାକରେ ବସି ତାଙ୍କର ଜଣେ ସାଥୀଙ୍କ ସହ ମଦ୍ୟପାନ କରୁଥିଲେ। ଏଥିସହିତ ଚୋରାମଦ ବେପାରୀଙ୍କ ସହ ସମ୍ପର୍କ ରଖି ମଦ ଓ ମାଂସ ଆଦି ମାଗିବା ନେଇ ଏକ ଅଡିଓ ଓ ଫଟୋ ସୋସିଆଲ ମିଡିଆରେ ମଙ୍ଗଳବାର ଭାଇରାଲ ହୋଇଥିଲା। ଜିଲା ଆରକ୍ଷୀ ଅଧୀକ୍ଷକ ପ୍ରକାଶ ଆର୍‌ଙ୍କ ନିର୍ଦ୍ଦେଶକ୍ରମେ ଏସଡିପିଓ ପ୍ରିୟରଞ୍ଜନ ମିଶ୍ର ତଦନ୍ତ ପାଇଁ ବୁଧବାର ନାଉଗଁା ଥାନାରେ ପହଞ୍ଚଥିଲେ। ତଦନ୍ତ ପରେ ଆରକ୍ଷୀ ଅଧୀକ୍ଷକଙ୍କ ନିର୍ଦ୍ଦେଶ ଅନୁସାରେ ଏସଆଇ ସାହୁଙ୍କୁ ନିଲମ୍ବନ କରାଯାଇଛି।
ପ୍ରକାଶଯୋଗ୍ୟ, ଉକ୍ତ ଏସଆଇ ଯେବେ ଡାଏରି ଚାର୍ଜ ଅଫିସର(ଡିସିଓ) ଦାୟିତ୍ୱରେ ରୁହନ୍ତି, ସତେବେଳେ ଯେଉଁ ଅଭିଯୋଗ ଗ୍ରହଣ କରନ୍ତି ତାହାର ଅପରପକ୍ଷକୁ ଡକାଇ କାଉଣ୍ଟର ଏତଲା କରିବା ସହିତ ମୋଟା ଅଙ୍କର ଉତ୍କୋଚ ନେଇଥାନ୍ତି ବୋଲି ଅଭିଯୋଗ ହୋଇଛି। ସେହିପରି ଉକ୍ତ ଥାନା ଅଞ୍ଚଳରେ ଚୋରା ବାଲି ଚାଲାଣ, ଜୁଆ, ଗଞ୍ଜେଇ ଓ ଚୋରା ମଦ ବେପାରରେ ସମ୍ପୃକ୍ତ ଅଧିକାରୀଙ୍କ ହାତ ଥିବା ଚର୍ଚ୍ଚା ଜୋର ଧରିଛି। ଏ ସମ୍ପର୍କରେ ନିଲମ୍ବିତ ଏସ୍‌ଆଇ ସାହୁଙ୍କ ସହ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସେ ଫୋନ ଉଠାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri