Posted inଜାତୀୟ

୨୦୨୪ରେ ନୁହେଁ, ୨୦୨୯ରେ ହେବ ଏକକାଳୀନ ନିର୍ବାଚନ

ନୂଆଦିଲ୍ଲୀ,୩୦ା୯ : ୨୦୨୪ରେ ଲୋକ ସଭା ଓ ବିଧାନସଭାଗୁଡ଼ିକର ଏକକାଳୀନ ନିର୍ବାଚନ ହେବନାହିଁ। ୨୦୨୯ରେ ଏହାକୁ କାର୍ଯ୍ୟକାରୀ କରାଯାଇପାରିବ ବୋଲି ଲ’ କମିଶନ ମତ ଦେଇଥିବା ସୂତ୍ରରୁ ଜଣାପଡ଼ିଛି। ‘ଏକ ଦେଶ ଏକ ନିର୍ବାଚନ’କୁ ନେଇ ବିତର୍କ ଜାରି ରହିଥିବାବେଳେ ଲ’ କମିଶନ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ନିଜ ରିପୋର୍ଟ ପ୍ରକାଶ କରିପାରନ୍ତି। ସବୁ ନିର୍ବାଚନକୁ ଏକାଥରକେ କରିବାକୁ ହେଲେ ସମ୍ବିଧାନ ସଂଶୋଧନ ଜରୁରୀ। ତେଣୁ ବର୍ତ୍ତମାନ ଏହାକୁ କାର୍ଯ୍ୟକାରୀ କରାଯାଇପାରିବ ନାହିଁ ବୋଲି କମିଶନ କହିଛନ୍ତି। ପ୍ରକାଶ ଯେ, ୨୦୨୨ ଡିସେମ୍ବରରେ ୨୨ତମ ଲ’ କମିଶନ ଏହା ଉପରେ ୬ଟି ପ୍ରଶ୍ନକୁ ନେଇ ଜାତୀୟ ଦଳଗୁଡ଼ିକ ସମେତ ବିଭିନ୍ନ ପକ୍ଷଙ୍କ ମତାମତ ଲୋଡ଼ିଥିଲେ। ପୂର୍ବରୁ ୨୦୧୮ରେ ୨୧ତମ ଲ’ କମିଶନ ଏକକାଳୀନ ନିର୍ବାଚନ ସମ୍ପର୍କିତ ଚିଠା ରିପୋର୍ଟ ଆଇନ ମନ୍ତ୍ରଣାଳୟ ନିକଟରେ ଦାଖଲ କରିଥିଲେ। ଏହାଦ୍ୱାରା ନିର୍ବାଚନ ପରିଚାଳନା ବାବଦ ଖର୍ଚ୍ଚ ଏବଂ ପ୍ରଶାସନିକ ବୋଝ ହ୍ରାସ ହେବ ବୋଲି କମିଶନ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri