Posted inଜାତୀୟ

୨୦୨୪ରେ ନୁହେଁ, ୨୦୨୯ରେ ହେବ ଏକକାଳୀନ ନିର୍ବାଚନ

ନୂଆଦିଲ୍ଲୀ,୩୦ା୯ : ୨୦୨୪ରେ ଲୋକ ସଭା ଓ ବିଧାନସଭାଗୁଡ଼ିକର ଏକକାଳୀନ ନିର୍ବାଚନ ହେବନାହିଁ। ୨୦୨୯ରେ ଏହାକୁ କାର୍ଯ୍ୟକାରୀ କରାଯାଇପାରିବ ବୋଲି ଲ’ କମିଶନ ମତ ଦେଇଥିବା ସୂତ୍ରରୁ ଜଣାପଡ଼ିଛି। ‘ଏକ ଦେଶ ଏକ ନିର୍ବାଚନ’କୁ ନେଇ ବିତର୍କ ଜାରି ରହିଥିବାବେଳେ ଲ’ କମିଶନ ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ନିଜ ରିପୋର୍ଟ ପ୍ରକାଶ କରିପାରନ୍ତି। ସବୁ ନିର୍ବାଚନକୁ ଏକାଥରକେ କରିବାକୁ ହେଲେ ସମ୍ବିଧାନ ସଂଶୋଧନ ଜରୁରୀ। ତେଣୁ ବର୍ତ୍ତମାନ ଏହାକୁ କାର୍ଯ୍ୟକାରୀ କରାଯାଇପାରିବ ନାହିଁ ବୋଲି କମିଶନ କହିଛନ୍ତି। ପ୍ରକାଶ ଯେ, ୨୦୨୨ ଡିସେମ୍ବରରେ ୨୨ତମ ଲ’ କମିଶନ ଏହା ଉପରେ ୬ଟି ପ୍ରଶ୍ନକୁ ନେଇ ଜାତୀୟ ଦଳଗୁଡ଼ିକ ସମେତ ବିଭିନ୍ନ ପକ୍ଷଙ୍କ ମତାମତ ଲୋଡ଼ିଥିଲେ। ପୂର୍ବରୁ ୨୦୧୮ରେ ୨୧ତମ ଲ’ କମିଶନ ଏକକାଳୀନ ନିର୍ବାଚନ ସମ୍ପର୍କିତ ଚିଠା ରିପୋର୍ଟ ଆଇନ ମନ୍ତ୍ରଣାଳୟ ନିକଟରେ ଦାଖଲ କରିଥିଲେ। ଏହାଦ୍ୱାରା ନିର୍ବାଚନ ପରିଚାଳନା ବାବଦ ଖର୍ଚ୍ଚ ଏବଂ ପ୍ରଶାସନିକ ବୋଝ ହ୍ରାସ ହେବ ବୋଲି କମିଶନ ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲ୍ଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଜଣେ ମନ୍ତ୍ରୀ ଇସ୍ତଫା ଦେଇଦେଲେ ସରକାର ଭୁଶୁଡ଼ି ପଡ଼େ ନାହିଁ: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଚିଠି ଲେଖି ଏମିତି ଅପିଲ୍‌ କଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ NEET ପ୍ରଶ୍ନପତ୍ର ଲିକ୍‌ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ନେଇ ଜାରି ରହିଥିବା ଆନ୍ଦୋଳନ ମଧ୍ୟରେ ପ୍ରସିଦ୍ଧ ସମାଜସେବୀ ଅନ୍ନା…

ହସ୍ପିଟାଲରୁ ପ୍ରଥମ Video ଜାରିକଲେ ସୋନମ ୱାଙ୍ଗଚୁକ୍, ସରକାରଙ୍କୁ କହିଲେ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ ହେବା ପରେ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ତାଙ୍କର ପ୍ରଥମ ଭିଡିଓ ବାର୍ତ୍ତା ଜାରି କରିଛନ୍ତି…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri