ଷ୍ଟେଜ୍‌ରେ ଗୀତ ଗାଉ ଗାଉ ଚାଲିଗଲା କଣ୍ଠଶିଳ୍ପୀଙ୍କ ଜୀବନ

ଜୟପୁର,୩ା୧୦(ନି.ପ୍ର.): ଷ୍ଟେଜ୍‌ରେ ଗୀତ ଗାଉ ଗାଉ ଜଣେ କଣ୍ଠଶିଳ୍ପୀଙ୍କ ଜୀବନ ଚାଲିଯାଇଛି। ସେ ହେଲେ କୋରାପୁଟ ଜିଲା ଜୟପୁରର ଜଣାଶୁଣା କଣ୍ଠଶିଳ୍ପୀ ମୁରଲୀ ମହାପାତ୍ର।

ସୂଚନାନୁଯାୟୀ, ଜୟପୁର ଦଶହରା ପୂଜା କମିଟି ପକ୍ଷରୁ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ରଜାନଗର ସମ୍ମୁଖରେ ‘ସ୍ବର ଘୁଙ୍ଗୁର’ ତରଫରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିଲା। ଷ୍ଟେଜ ଉପରେ ଗୀତ ଗାଇବା ଆରମ୍ଭ କରିବା ପୂର୍ବରୁ ମୁରଲୀ ନିଜ ସ୍ବାସ୍ଥ୍ୟାବସ୍ଥା ଭଲ ନ ଥିବା ଦର୍ଶକଙ୍କୁ କହିଥିଲେ। ପରେ ସେ ମଞ୍ଚ ଉପରେ ସାଥୀ କଳାକାରଙ୍କ ସହ ଅକ୍ଷୟ ମହାନ୍ତିଙ୍କ ୨ଟି ସୁପରହିଟ୍‌ ଫିଲ୍ମର ଗୀତ ଗାଇଥିଲେ। ଆଉ ଗୀତ ଗାଇବା ପରେ ହଠାତ୍‌ ପଡ଼ିଯାଇଥିଲେ। ତୁରନ୍ତ ତାଙ୍କୁ ଜୟପୁରସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୁରଲୀ ଜୟପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କିରାଣି ଭାବେ ସେ କାର୍ଯ୍ୟ କରୁଥିଲେ। ତାଙ୍କ ବିୟୋଗରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜାପଲ୍ଲୀରେ ଶିଶୁ ମହୋତ୍ସବ ‘ସୁରଭି’: କୋମଳମତି ଶିଶୁଙ୍କ ନୃତ୍ୟ କଳାରେ ମନ୍ତ୍ରମୁଗ୍ଧ ହେଲେ ଦର୍ଶକ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ଅଧୀନ ବଜାପଲ୍ଲୀ ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ଦିନ ଗୋକର୍ଣ୍ଣପୁର…

ଜଙ୍ଗଲରେ ଚାଲିଥିଲା ଜୁଆ ଆଡ୍ଡା; ପୋଲିସର ଅତର୍କିତ ଚଢ଼ାଉରେ ୬ ଜଣ ଗିରଫ; ଟଙ୍କା-ମୋବାଇଲ ସହ…

ପାରଳାଖେମୁଣ୍ଡି,୧୩।୧୦(ଗିରିଧାରୀ ପରିଛା): ଗଜପତି ଜିଲାରେ ଜୁଆ ଆଡ୍ଡା ବିରୋଧରେ ପୋଲିସର କାର୍ଯ୍ୟାନୁଷ୍ଠାନ ଜାରି ରହିଛି। ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ପ୍ରହ୍ଲାଦ ସହାୟ ମୀନାଙ୍କ ନିର୍ଦ୍ଦେଶକ୍ରମେ ପାରଳାଖେମୁଣ୍ଡି ଆଦର୍ଶ…

ପାଟଣା କଲେଜ ନିର୍ବାଚନ: ସରିଲା ପ୍ରଚାର, ବିରିୟାନି-ଗୁପ୍‌ଚୁପ୍‌ରେ କମ୍ପିଲା କଲେଜ କ୍ୟାମ୍ପସ୍…

ପାଟଣା, ୧୩।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟର ଛାତ୍ର ସଂସଦ ନିର୍ବାଚନୀ ପ୍ରଚାରର ଶେଷ ଦିନରେ କଲେଜ ପରିସର ଚଳଚଞ୍ଚଳ…

ବୈତରଣୀ ନଦୀରୁ ନାବାଳକଙ୍କ ଗଳିତ ମୃତଦେହ ଜବତ, ପରିଚୟ ଖୋଜୁଛି ତୁରୁମୁଙ୍ଗା ପୋଲିସ

ପାଟଣା, ୧୩।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଜୁମେଇଁ ଗ୍ରାମ ନିକଟ ବୈତରଣୀ ନଦୀର ସିନ୍ଦୁରିଗୌରୀ ଘାଟରୁ ମଙ୍ଗଳବାର ଦିନ ଜଣେ…

ଦାରିଙ୍ଗବାଡିରେ ପୋଲିସ ପାଟ୍ରୋଲିଂ ବେଳେ ଧରାପଡ଼ିଲେ ଗଞ୍ଜେଇ ବେପାରୀ; ୨୩ କେଜିରୁ ଅଧିକ ଗଞ୍ଜେଇ ଜବତ

ଦାରିଙ୍ଗବାଡି, ୧୩।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଏକ ବଡ଼ଧରଣର ଗଞ୍ଜେଇ ଜବତ କରାଯାଇଛି। ପାଟ୍ରୋଲିଂ ବେଳେ ପୋଲିସ ୨୩…

କୋଲ୍‌କାତାରେ ହେବ ବାର୍ସେଲୋନା, ରିୟଲ ମାଡ୍ରିଡ୍‌ ଲିଜେଣ୍ଡ୍ସ ମ୍ୟାଚ୍‌

କୋଲ୍‌କାତା,୧୩ା୧୦: ବିଶ୍ୱ ଫୁଟ୍‌ବଲର ଅନ୍ୟତମ ସଫଳ କ୍ଲବ ବାର୍ସେଲୋନା ଓ ରିୟଲ ମାଡ୍ରିଡ୍‌ର ଲିଜେଣ୍ଡ୍ସ ଦଳ ଆସନ୍ତା ନଭେମ୍ବର ୨୫ରେ କୋଲ୍‌କାତାରେ ଏକ ପ୍ରଦର୍ଶନୀ ମ୍ୟାଚ୍‌ ଖେଳିବେ।…

ଗଞ୍ଜେଇ ସହ ବାଇକ ଜବତ: ଅଭିଯୁକ୍ତ ଗଲେ ଜେଲ             

ଦିଗପହଣ୍ଡି,୧୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧୭ ନଂ.ରାଜ୍ୟ ରାଜପଥ କଡ଼ରେ ଥିବା ପଥପାର୍ଶ୍ଵ ସୁବିଧାକେନ୍ଦ୍ର ନିକଟରୁ ମଙ୍ଗଳବାର ପୂର୍ବାହ୍ନ ସାଢେ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?