ହାତୀ ନ ଥାଇ ବାଜୁଛି ସାଇରନ୍‌

ଢେଙ୍କାନାଳ ଅଫିସ,୨୮।୪: ହାତୀଙ୍କ ଉପସ୍ଥିତି ନାହିଁ। ତଥାପି ମନକୁ ମନ ବାଜୁଛି ସାଇରନ୍‌। ହାତୀ ଥିବା ଭୟରେ ଯାନବାହନ, ଯାତ୍ରୀ ଅଯଥାରେ ଅଟକି ରହୁଛନ୍ତି, ଯାହାକୁ ନେଇ ଢେଙ୍କାନାଳ ଜିଲା ୫୫ନଂ. ଜାତୀୟ ରାଜପଥରେ ଅସ୍ବାଭାବିକ ସ୍ଥିତି ସୃଷ୍ଟି ହୋଇଛି।
ସୂଚନାଯୋଗ୍ୟ, ୫୫ନଂ. ଜାତୀୟ ରାଜପଥର ଅଧିକାଂଶ ସ୍ଥାନରେ ହାତୀ ଚଳପ୍ରଚଳ କରୁଛନ୍ତି। ପଥଚାରୀ ଏବଂ ଯାନବାହନ ଚାଳକଙ୍କୁ ଏ ନେଇ ସତର୍କ କରାଇବା ଉଦ୍ଦେଶ୍ୟରେ ପାଲଲହଡ଼ାର ଏକ ଘରୋଇ ସଂସ୍ଥା ଦ୍ୱାରା ପ୍ରସ୍ତୁତ ସାଇରନ୍‌ ଏବଂ ସତର୍କ ସଙ୍କେତ ଦେଉଥିବା ଲାଇଟ୍‌ ସଦର ଥାନା ଅନ୍ତର୍ଗତ ତେନ୍ତୁଳିଆପଡା ନିକଟରେ ରାଜପଥ କଡ଼ରେ ଲଗାଯାଇଥିଲା। ହାତୀପଲ ରାଜପଥ ଉପରକୁ ଆସିଲେ ସାଇରନ୍‌ ଆପଣାଛାଏ ବାଜୁଥିଲା। ଏଥିସହ ନାଲିବତି ଜଳି ଉଠୁଥିଲା। ହେଲେ ଗୁରୁବାର ହାତୀଙ୍କ ଉପସ୍ଥିତି ନ ଥିବା ସତ୍ତ୍ୱେ ଉକ୍ତ ସାଇରନ୍‌ ଆପେଆପେ ବାଜିଉଠିବା ସହ ନାଲି ଲାଇଟ୍‌ ଜଳୁଥିବା ଦେଖିବାକୁ ମିଳିଥିଲା। ଫଳରେ ଯାନବାହନ ଚାଳକ ଭୟଭୀତ ହୋଇ ଗାଡ଼ି ଅଟକାଇ ଦେଉଥିଲେ। ଏଭଳି ବୈଷୟିକ ତ୍ରୁଟି ସମ୍ପର୍କରେ ବନ କର୍ମଚାରୀଙ୍କ ନିକଟରେ କୌଣସି ସୂଚନା ନ ଥିବା ଜଣାପଡ଼ିଛି।
ଘଟଣା ସମ୍ପର୍କରେ ଜିଲା ବନଖଣ୍ଡ ଅଧିକାରୀ (ଡିଏଫ୍‌ଓ) ସୁମିତ କର କୁହନ୍ତି, ବର୍ଷା ଯୋଗୁ ପାଣି ପଶିଯାଇଥିବାରୁ ଏଭଳି ସମସ୍ୟା ଉପୁଜି ଥାଇପାରେ। ଏ ନେଇ କୌଣସି ସୂଚନା ନାହିଁ। ତଥାପି କ’ଣ ହୋଇଛି ଅନୁଧ୍ୟାନ କରାଯିବ ବୋଲି ଡିଏଫ୍‌ଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri