ହାତୀଙ୍କ ସୂଚନା ଦେଉଥିବା ସାଇରନ୍‌ ଅଚଳ

ଢେଙ୍କାନାଳ ଅଫିସ, ୩୦।୭ ଢେଙ୍କାନାଳ ଜିଲା ଦେଇ ଯାଇଥିବା ୫୫ନଂ. ଏନ୍‌ଏଚ୍‌ରେ ଯାତ୍ରୀଙ୍କୁ ହାତୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ଦେବା ନିମନ୍ତେ ପରୀକ୍ଷାମୂଳକ ଭାବେ ଲାଗିଥିବା ସାଇରନ୍‌ ଓ ଆଲର୍ଟ ଲାଇଟ୍‌ ଅଚଳ ହୋଇପଡ଼ିଛି। ପଥଚାରୀମାନେ ହାତୀଙ୍କ ଚଳପ୍ରଚଳ ସମ୍ପର୍କରେ ସୂଚନା ପାଇପାରୁ ନ ଥିବାବେଳେ ସେମାନଙ୍କ ଜୀବନ ବିପଦରେ ପଡୁଛି। ସଦର ରେଞ୍ଜ ଅଧୀନ ରସାସିଂହ ନିକଟ ତଥା ୫୫ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଏକ ସ୍ବେଚ୍ଛାସେବୀ ସଂସ୍ଥା ଦ୍ୱାରା ଉକ୍ତ ସାଇରନ୍‌ ଏବଂ ରେଡ୍‌ ଆଲର୍ଟ ଲାଇଟ୍‌ ଲଗାଯାଇଥିଲା। ଏହାର ଆଖପାଖ ଅଞ୍ଚଳରେ ହାତୀ ଚଳପ୍ରଚଳ ହେଲେ ଏଥିରେ ଖଞ୍ଜାଯାଇଥିବା ସେନ୍‌ସର ସକ୍ରିୟ ହୋଇ ସାଇରନ ବାଜୁଥିଲା। ଏଥିସହ ରାତ୍ରି ସମୟରେ ନାଲି ଲାଇଟ୍‌ ଜଳିଉଠୁଥିଲା। ତେବେ ପ୍ରବଳ ବର୍ଷାରେ ପାଣି ପଶିଯିବାରୁ ଏହା ଏବେ ଅଚଳ ହୋଇପଡ଼ିଛି। ଫଳରେ ସାଇନରରୁ ବିକୃତ ଶବ୍ଦ ବାହାରୁଛି। ଏ ନେଇ ସ୍ଥାନୀୟ ବାସିନ୍ଦା ବନ ବିଭାଗକୁ ଅବଗତ କରାଇଛନ୍ତି।
ଅନ୍ୟପଟେ ଅନୁଗୋଳ ଜିଲା ବନ୍ତଳା ସୀମାନ୍ତ ଆମ୍ବିଠି ଗ୍ରାମଦେଇ ଢେଙ୍କାନାଳ ଜିଲାକୁ ହାତୀପଲ ପ୍ରବେଶ କରିଛନ୍ତି। ଫଳରେ ସମ୍ପୃକ୍ତ ଅଞ୍ଚଳର ଚାଷୀ ଚିନ୍ତାରେ ପଡ଼ିଛନ୍ତି। ଶୁକ୍ରବାର ସୁଦ୍ଧା ଜିଲାରେ ୩୨୬ ହାତୀ ରହିଛନ୍ତି। ତନ୍ମଧ୍ୟରୁ କେବଳ ହିନ୍ଦୋଳ ରେଞ୍ଜରେ ୨୨୫ ହାତୀ ଥିବା ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଏ ସଂକ୍ରାନ୍ତରେ ଜିଲା ବନଖଣ୍ଡ ଅଧିକାରୀ ଡ. ପ୍ରକାଶଚାନ୍ଦ ଗୋଗିନେନି କୁହନ୍ତି, ୫୫ନଂ. ଜାତୀୟ ରାଜପଥରେ ଯାତ୍ରୀ ଓ ଯାନବାହନର ସୁରକ୍ଷା ପାଇଁ ପରୀକ୍ଷାମୂଳକ ଭାବେ ଲାଗିଥିବା ସିଗନାଲ ଓ ରେଡ୍‌ଲାଇଟରେ ବର୍ଷାପାଣି ପଶି ଖରାପ ହୋଇଯାଇଛି। ଏହାକୁ ମରାମତି କରିବାକୁ କୋଏମ୍ବାଟୁରର ସମ୍ପୃକ୍ତ ସଂସ୍ଥାକୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ପରଲୋକ; ରାଜ ଶ୍ମଶାନରେ ହେଲା ଅନ୍ତିମ ସଂସ୍କାର, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ଦେହାନ୍ତ ହୋଇଛି । ଗଞ୍ଜାମ ଜିଲାର ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ଶେଷ ସମ୍ରାଟ ରାଜା ରାମଚନ୍ଦ୍ର…

ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲରୁ ଧମକ, ବିକ୍ରମ ପଣ୍ଡାଙ୍କ ନାଁରେ ପୁଣି ମାମଲା

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ ): ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ପୁଣି ବଢ଼ିଲା ଅଡୁଆ । ଜେଲରେ ରହିଥିବା ସମୟରେ ମୃତ ଭାଜପା ନେତା ତଥା ଆଇନଜୀବୀ…

ସହରର ମୁଖ୍ୟ ରାସ୍ତାରେ ଗଦାହୋଇଛି ବାଲି, ଦୁର୍ଘଟଣାକୁ ଆମନ୍ତ୍ରଣ କରି…

ଗଞ୍ଜାମ,୧୬ା୯(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥଠାରୁ ଗଞ୍ଜାମ ସହରକୁ ସଂଯୋଗ ମୁଖ୍ୟ ରାସ୍ତାରେ ଅଧିକାଂଶ ସମୟରେ ଘର ନିର୍ମାଣ କାର୍ଯ୍ୟ ପାଇଁ ବାଲି ଶୁଖା ଯାଉଥିବା…

ବଜ୍ରପାତରେ ଦୁଇ ପରିବାରର ଚାଲିଗଲା ୨ ଜୀବନ

ବଞ୍ଚୋ/ଆନନ୍ଦପୁର,,୧୬ା୯(ପ୍ରଦୋଷ ବିଶ୍ୱାଳ/ ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ବୁଧବାର ବଜ୍ରପାତ ଘଟି ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଅଚାନକ ବଜ୍ରପାତରେ ଦୁଇଟି…

ମୂର୍ତ୍ତି ବିସର୍ଜନବେଳେ ପୋଖରୀରେ ବୁଡ଼ି ଛାତ୍ରଙ୍କ ଜୀବନ ଗଲା, ଗାଁରେ ଶୋକାକୁଳ ପରିବେଶ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ସିଦ୍ଧଖଣ୍ଡି ଗାଁ ସ୍କୁଲରେ ୮ମ ଶ୍ରେଣୀରେ ପଢୁଥିବା ମରମ ଜେନାଙ୍କ ପୁଅ ସୀତାଂଶୁ (୧୩)ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?