୨୭ରେ ଘଟଣାସ୍ଥଳ ଯିବ ଏସ୍‌ଆଇଟି

ଭୁବନେଶ୍ୱର,୨୫।୬(ବ୍ୟୁରୋ): କଟକ ଜିଲା ଆଠଗଡ଼ ବନଖଣ୍ଡରୁ ଉଦ୍ଧାର ହୋଇଥିବା ଦୁଇଟି ହାତୀ କଙ୍କାଳ ଘଟଣାରେ ରାଜ୍ୟ ସରକାର ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌(ଏସ୍‌ଆଇଟି) ଗଠନ କରିଛନ୍ତି। ମାସକ ଭିତରେ ତଦନ୍ତ କରି ରିପୋର୍ଟ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମିଳିଥିବା ସୂଚନାନୁସାରେ, ଏସ୍‌ଆଇଟି ଆସନ୍ତା ୨୭ ତାରିଖ ସୋମବାର ଆଠଗଡ଼ ବନଖଣ୍ଡ ଅଧୀନ ବଡ଼ମ୍ବା ରେଞ୍ଜ ଅନ୍ତର୍ଗତ ଖାରୋଡ ଓ ଜେନାପାଳ ଗାଁକୁ ଯାଇ ୨ ଓ ୩ ତାରିଖରେ ଯେଉଁ ସ୍ଥାନରୁ ହାତୀ କଙ୍କାଳ ଉଦ୍ଧାର କରାଯାଇଥିଲା ସେହି ସ୍ଥାନ ପରିଦର୍ଶନ କରିବେ। ବୈଷୟିକ ସଦସ୍ୟ ହିସାବରେ ଭାରତର ବିଶିଷ୍ଟ କଙ୍କାଳ ବିଶେଷଜ୍ଞ ଡ. ଶିବପ୍ରସାଦ ପରିଡ଼ା ଏବଂ ଓୟୁଏଟିସ୍ଥିତ ଭେଟେରିନାରି କଲେଜ୍‌ର ସର୍ଜରି ଓ ରେଡିଓଲୋଜି ବିଭାଗର ପ୍ରଫେସର ଡା. ଇନ୍ଦ୍ରମଣି ନାଥ ସାମିଲ ହେବେ। ତେବେ ଏସ୍‌ଆଇଟି ତଦନ୍ତ କମିଟିରେ ଜଣେ ନିରପେକ୍ଷ ସଦସ୍ୟଙ୍କୁ ସାମିଲ ନ କରିବା ନେଇ ଆପତ୍ତି ଉଠାଇଛନ୍ତି ବନ୍ୟପ୍ରାଣୀ ବିଶେଷଜ୍ଞ ତଥା କେନ୍ଦ୍ରୀୟ ବନ୍ୟପ୍ରାଣୀ ବୋର୍ଡର ସଦସ୍ୟ ବିଶ୍ୱଜିତ ମହାନ୍ତି। ଏ ସର୍ମ୍ପକରେ ବିଶ୍ୱଜିତ କହିଛନ୍ତି, ଗତ ୧୭ ତାରିଖରୁ ମୁଁ ଜଙ୍ଗଲ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ବନ୍ୟପ୍ରାଣୀ ପିସିସିଏଫ୍‌ ଏବଂ ପ୍ରୋଜେକ୍ଟ ଏଲିଫ୍ୟାଣ୍ଟର ମୁଖ୍ୟଙ୍କୁ ଜଣେ ନିରପେକ୍ଷ ବେସରକାରୀ ବ୍ୟକ୍ତିଙ୍କୁ ଏସ୍‌ଆଇଟିରେ ସାମିଲ କରିବା ପତ୍ର ଲେଖିଛି। ତଦନ୍ତ ପ୍ରକ୍ରିୟାରେ ସ୍ବଚ୍ଛତା ବଜାୟ ରଖିବା ପାଇଁ ଜଣେ ନିରପେକ୍ଷ ତଥା ବନ୍ୟପ୍ରାଣୀ ଅପରାଧ ରୋକିବାରେ ଅଭିଜ୍ଞ ଲୋକଙ୍କୁ ଏସ୍‌ଆଇଟିରେ ନିହାତି ସାମିଲ କରିବା ଆବଶ୍ୟକ ବୋଲି ବିଶ୍ୱଜିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri