୨୭ରେ ଘଟଣାସ୍ଥଳ ଯିବ ଏସ୍‌ଆଇଟି

ଭୁବନେଶ୍ୱର,୨୫।୬(ବ୍ୟୁରୋ): କଟକ ଜିଲା ଆଠଗଡ଼ ବନଖଣ୍ଡରୁ ଉଦ୍ଧାର ହୋଇଥିବା ଦୁଇଟି ହାତୀ କଙ୍କାଳ ଘଟଣାରେ ରାଜ୍ୟ ସରକାର ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌(ଏସ୍‌ଆଇଟି) ଗଠନ କରିଛନ୍ତି। ମାସକ ଭିତରେ ତଦନ୍ତ କରି ରିପୋର୍ଟ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମିଳିଥିବା ସୂଚନାନୁସାରେ, ଏସ୍‌ଆଇଟି ଆସନ୍ତା ୨୭ ତାରିଖ ସୋମବାର ଆଠଗଡ଼ ବନଖଣ୍ଡ ଅଧୀନ ବଡ଼ମ୍ବା ରେଞ୍ଜ ଅନ୍ତର୍ଗତ ଖାରୋଡ ଓ ଜେନାପାଳ ଗାଁକୁ ଯାଇ ୨ ଓ ୩ ତାରିଖରେ ଯେଉଁ ସ୍ଥାନରୁ ହାତୀ କଙ୍କାଳ ଉଦ୍ଧାର କରାଯାଇଥିଲା ସେହି ସ୍ଥାନ ପରିଦର୍ଶନ କରିବେ। ବୈଷୟିକ ସଦସ୍ୟ ହିସାବରେ ଭାରତର ବିଶିଷ୍ଟ କଙ୍କାଳ ବିଶେଷଜ୍ଞ ଡ. ଶିବପ୍ରସାଦ ପରିଡ଼ା ଏବଂ ଓୟୁଏଟିସ୍ଥିତ ଭେଟେରିନାରି କଲେଜ୍‌ର ସର୍ଜରି ଓ ରେଡିଓଲୋଜି ବିଭାଗର ପ୍ରଫେସର ଡା. ଇନ୍ଦ୍ରମଣି ନାଥ ସାମିଲ ହେବେ। ତେବେ ଏସ୍‌ଆଇଟି ତଦନ୍ତ କମିଟିରେ ଜଣେ ନିରପେକ୍ଷ ସଦସ୍ୟଙ୍କୁ ସାମିଲ ନ କରିବା ନେଇ ଆପତ୍ତି ଉଠାଇଛନ୍ତି ବନ୍ୟପ୍ରାଣୀ ବିଶେଷଜ୍ଞ ତଥା କେନ୍ଦ୍ରୀୟ ବନ୍ୟପ୍ରାଣୀ ବୋର୍ଡର ସଦସ୍ୟ ବିଶ୍ୱଜିତ ମହାନ୍ତି। ଏ ସର୍ମ୍ପକରେ ବିଶ୍ୱଜିତ କହିଛନ୍ତି, ଗତ ୧୭ ତାରିଖରୁ ମୁଁ ଜଙ୍ଗଲ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ବନ୍ୟପ୍ରାଣୀ ପିସିସିଏଫ୍‌ ଏବଂ ପ୍ରୋଜେକ୍ଟ ଏଲିଫ୍ୟାଣ୍ଟର ମୁଖ୍ୟଙ୍କୁ ଜଣେ ନିରପେକ୍ଷ ବେସରକାରୀ ବ୍ୟକ୍ତିଙ୍କୁ ଏସ୍‌ଆଇଟିରେ ସାମିଲ କରିବା ପତ୍ର ଲେଖିଛି। ତଦନ୍ତ ପ୍ରକ୍ରିୟାରେ ସ୍ବଚ୍ଛତା ବଜାୟ ରଖିବା ପାଇଁ ଜଣେ ନିରପେକ୍ଷ ତଥା ବନ୍ୟପ୍ରାଣୀ ଅପରାଧ ରୋକିବାରେ ଅଭିଜ୍ଞ ଲୋକଙ୍କୁ ଏସ୍‌ଆଇଟିରେ ନିହାତି ସାମିଲ କରିବା ଆବଶ୍ୟକ ବୋଲି ବିଶ୍ୱଜିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?