କ୍ଷେତ୍ର ପରିଦର୍ଶନ କଲେ ମୃତ୍ତିକା ସଂରକ୍ଷଣ, ଜଳ ବିଭାଜିକା ଉନ୍ନୟନ ନିର୍ଦ୍ଦେଶକ

କେନ୍ଦୁଝର, ୨୮ା୫(ଡି.ଏନ.ଏ.) କେନ୍ଦୁଝର ଜିଲାର ନୋଡାଲ ଅଫିସର ତଥା ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ଉନ୍ନୟନ ବିଭାଗ ନିର୍ଦ୍ଦେଶକ ହେମନ୍ତ କୁମାର ପଣ୍ଡା ଦୁଇଦିନିଆ କେନ୍ଦୁଝର ଜିଲା ଗସ୍ତ କରିଥିଲେ। ଗୁରୁବାର ଓ ଶୁକ୍ରବାର ଜିଲାର ବିଭିନ୍ନ ଅଞ୍ଚଳ ଗସ୍ତ କରି କ୍ଷେତ୍ର ପରିଦର୍ଶନ ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଗୁରୁବାର ଘସିପୁରା ବ୍ଲକ ଅଳିତ ପଞ୍ଚାୟତ ପଦନପୁର ଗଁାରେ ପୁଷ୍ପଲତା ନାୟକଙ୍କ ୫୦୦ରୁ ୭୦୦ ଶଯ୍ୟା ବିଶିଷ୍ଟ ଛତୁଚାଷ ବୁଲି ଦେଖିଥିଲେ। ଛତୁ ଚାଷ କରି କେନ୍ଦୁଝର ଏବଂ ଯାଜପୁରରୋଡ୍‌ରେ ବିକ୍ରି କରି ଲାଭ କରୁଥିବା ସେ ପ୍ରକାଶ କରିଥିଲେ। ଏହାପରେ ନିର୍ଦ୍ଦେଶକ ପଣ୍ଡା ପଦନପୁରଠାରେ ଥିବା ପ୍ରଭୁ ଏଜେନ୍ସି ସାର ବିକ୍ରୟ କେନ୍ଦ୍ର ବୁଲି ସାର ଷ୍ଟକ ଯାଞ୍ଚ କରିଥିଲେ। ଅଳତି ପଞ୍ଚାୟତ ହରିପୁରଠାରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ ସମନ୍ନିତ କୃଷି ବିକାଶ ପଦ୍ଧତିରେ ଦାମୋଦର ମଲ୍ଲିକଙ୍କ କ୍ଷେତ ପୋଖରୀ ପରିଦର୍ଶନ କରିଥିଲେ। ହିତାଧିକାରୀ କ୍ଷେତ ପୋଖରୀ ସହ ପୋଖରୀ ହୁଡ଼ାରେ କଦଳୀ, ଅମୃତଭଣ୍ଡା, ସଜନାଛୁଇଁ ଓ ପନିପରିବା ଚାଷ କରି ଲାଭବାନ ହେବା ସହ ଗୋପାଳନ କରିଥିବା ସେ ଦେଖିଥିଲେ। ଏହାପରେ ବାମ୍ପିଡିଠାରେ ବିଜ୍ଞାନ କୁମାର ଦାସ କରିଥିବା ବିଭିନ୍ନ ଚାଷ ଏବଂ ଭଗାନଈରେ ରାଜ୍ୟ ଯୋଜନା ମାଧ୍ୟମରେ ୬୩ଜଣ ହିତାଧିକାରୀଙ୍କ ସହଯୋଗରେ ୧୫ ହେକ୍ଟର ଜମିରେ ହୋଇଥିବା ଝୋଟ ଚାଷ ପରିଦର୍ଶନ କରିଥିଲେ।
ସକାଳେ ଉଦ୍ୟାନ କୃଷି ବିଭାଗର କୁଅଁର ଫାର୍ମ ବୁଲି ଦେଖିଥିଲେ। ଏହାପରେ କୃଷି ଓ ଆନୁସଙ୍ଗିକ କୃଷି ବିଭାଗକୁ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବିଭାଗର ବ୍ଲକସ୍ତରୀୟ ଅଧିକାରୀ ଏଥିରେ ଯୋଗ ଦେଇଥିଲେ। ନିର୍ଦ୍ଦେଶକ ପଣ୍ଡା ସମନ୍ନିତ କୃଷି ବିକାଶ ପଦ୍ଧତିରେ କୃଷି, ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ, ମତ୍ସ୍ୟ ଚାଷ, ପ୍ରାଣୀ ସମ୍ପଦ ନିର୍ଦ୍ଦେଶାଳୟ ମଧ୍ୟରେ ସମନ୍ବୟ ରକ୍ଷା କରି ଚାଲୁ ରହିଥିବା ସମସ୍ତ କାର୍ଯ୍ୟକ୍ରମ ମାଧ୍ୟମରେ ଚାଷୀ ଭଉଣୀ ଭାଇଙ୍କ ରୋଜଗାରକୁ ବହୁଗୁଣିତ କରିବାକୁ ଉପସ୍ଥିତ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଜଳ ବିଭାଜିକା ଓ ମୃତ୍ତିକା ସଂରକ୍ଷଣ ପ୍ରକଳ୍ପ ନିର୍ଦ୍ଦେଶକ ସୁଶାନ୍ତ କୁମାର ମଲ୍ଲିକ, ସହକାରୀ ପ୍ରକଳ୍ପ ନିର୍ଦ୍ଦେଶକ ବନମାଳି ପାତ୍ର, କୃଷି ବିଭାଗର ମୁଖ୍ୟ ଜିଲା କୃଷି ଅଧିକାରୀ ବିଜୟ କୁମାର ସ୍ବାଇଁ, ଉଦ୍ୟାନ କୃଷି ବିଭାଗ ଉପନିର୍ଦ୍ଦେଶକ ଡ. ଜୟନ୍ତ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri