ଗ୍ରାଉଣ୍ଡ ଜିରୋରୁ ସ୍ଥିତି ଅନୁଧ୍ୟାନ କଲେ ଉପଜିଲାପାଳ

ଆନନ୍ଦପୁର,୨୦ା୪(ସ୍ବ.ପ୍ର.): ଆନନ୍ଦପୁର ପୌରାଞ୍ଚଳରେ ପାନୀୟ ଜଳ ସଙ୍କଟ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। ୧୬ଟି ଓ୍ବାର୍ଡ ମଧ୍ୟରୁ କେତେକ ଓ୍ବାର୍ଡରେ ପରିସ୍ଥିତି ସଙ୍ଗୀନ ହୋଇଛି। ଅସହ୍ୟ ତାତି ସାଙ୍ଗକୁ ପାନୀୟ ଜଳ ସଙ୍କଟ ଅଭାବନୀୟ ପରିସ୍ଥିତି ସୃଷ୍ଟି କରିଥିବା ବେଳେ ଆନନ୍ଦପୁର ଉପଜିଲାପାଳ ଅନିଲ କୁମାର ସେଠୀ, ପୌରଅଧିକାରୀ ଅଶୋକ କୁମାର ରାଉତ ଓ୍ବାର୍ଡ ପରିଦର୍ଶନରେ ଆସି ଗ୍ରାଉଣ୍ଡ ଜିରୋରୁ ସ୍ଥିତି ଅନୁଧ୍ୟାନ କରିବା ସହିତ ଲୋକମାନଙ୍କଠାରୁ ଅଭିଯୋଗ ଶୁଣି ଏହାର ସମାଧାନର ବ୍ୟବସ୍ଥା ମଧ୍ୟ କରିଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ୩ ନଂ ଓ୍ବାର୍ଡର ସମସ୍ୟା ଅବଗତ ହେବା ପରେ ଗୁରୁବାର ୪ ଓ ୫ ନଂ ଓ୍ବାର୍ଡ ପରିଦର୍ଶନ କରିଥିଲେ। କେତେକ ଅଞ୍ଚଳରେ ପାଇପ୍‌ ବିଛା କାର୍ଯ୍ୟରେ ତ୍ରୁଟି ପରିଲକ୍ଷିତ ହୋଇଥିଲା। ଏହାକୁ ସମାଧାନ ପାଇଁ ଉଦ୍ୟମ କରାଯାଇଥିଲା। ପାନୀୟ ଜଳ ସଙ୍କଟକୁ ଲକ୍ଷ ରଖାଯାଇ ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଣର ବ୍ୟବସ୍ଥା ଗ୍ରହଣ କରାଯାଇଛି। ଖୁବ୍‌ଶୀଘ୍ର ପାନୀୟ ଜଳ ଯୋଗାଣରେ ସୃଷ୍ଟି ହୋଇଥିବା ସମସ୍ୟାକୁ ସୁଧାରିବା ଦିଗରେ ପଦକ୍ଷେପ ନିଆଯିବ ବୋଲି ସୂଚନା ମିଳିଛି। ଖରାଦିନରେ ପାନୀୟ ଜଳ ସମସ୍ୟା ଅତ୍ୟନ୍ତ ଗୁରୁତ୍ୱପୁର୍ଣ୍ଣ ପ୍ରସଙ୍ଗ। ଏହାକୁ ସମାଧାନ କରିବା ଦିଗରେ ଉଦ୍ୟମ ଆରମ୍ଭ ହୋଇଛି। ବିଶେଷକରି ଯେଉଁ ଓ୍ବାର୍ଡଗୁଡ଼ିକରେ ସମସ୍ୟା ଗୁରୁତର ରହିଛି ତାହାକୁ ପ୍ରାଥମିକତା ଭିତ୍ତିରେ ସମାଧାନ ଉଦ୍ୟମ କରାଯାଉଥିବା ଉପଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୧ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୧ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri