ଘଣ୍ଟାଏ ବର୍ଷାରେ ଅବସ୍ଥା ବେହାଲ, ସାହିସାହିରେ କୁଢ଼କୁଢ଼ ଅଳିଆ ଆବର୍ଜନା

ଗଜପତି,୨୧ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ରାୟଗଡ଼ ବ୍ଲକ ସଦରମହକୁମାରେ ଘଣ୍ଟାଏ ବର୍ଷାରେ ରାୟଗଡ଼ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ସାହିଗୁଡ଼ିକର ଡ୍ରେନ୍‌ ସବୁ ପୋତି ହୋଇ ଯାଇଥିବାରୁ ମୁଖ୍ୟ ରାସ୍ତା ଉପରେ ଆଣ୍ଠୁଏ ପାଣି ଓ କୁଢ଼କୁଢ଼ ଅଳିଆ ଆବର୍ଜନା ଭାସି ଆସି ଲୋକଙ୍କ ଘର ଭିତରେ ପଶିଯାଇଥିବା ଦେଖିବାକୁ ମିଳିଥିଲା। ଏପରିକି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଅବସ୍ଥିତ ହେଣ୍ଡିଆ ସାହିର ଉପର ମୁଣ୍ଡରେ କେତେକଙ୍କ ଘର ସମ୍ମୁଖରେ କୁତ୍ରିମ ବନ୍ୟା ଦେଖିବାକୁ ମିଳିଥିଲା। ଏଭଳି ପରିସ୍ଥିତିକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି।
ପ୍ରକାଶ ଯେ, ରାୟଗଡ଼ ବ୍ଲକ ସଦରମହକୁମାରେ ଥିବା ସାହିଗୁଡ଼ିକରେ ଦୀର୍ଘ ବର୍ଷ ହେବ ଡ୍ରେନେଜ୍‌ ସଫା ହେଉ ନ ଥିବାରୁ ଏଭଳି ପରିସ୍ଥିତି ଉପୁଜିଛି ବୋଲି ସାଧାରଣରେ ଅଭିଯୋଗ ହେଉଛି। ଫଳରେ ଟିକିଏ ବର୍ଷାରେ ହେଲେ ରାୟଗଡ଼ ଅବସ୍ଥା ଶୋଚନୀୟ ହୋଇପଡୁଛି। ଯାହା ଫଳରେ ମୁଖ୍ୟ ରାସ୍ତା, ବଜାର ଛକ, ବିଷୋୟୀ ସାହି, ଓଡ଼ିଆ ସାହି, ବଢ଼େଇ ସାହି, ଖ୍ରୀଷ୍ଟିୟାନ ସାହି ଆଦିରେ ଡ୍ରେନେଜ ସଫା ନ ହୋଇ ପୋତି ହୋଇଯାଇଛି। ଫଳରେ ଡ୍ରେନେଜ ପାଣି ରାସ୍ତା ଉପରେ ଚାଲୁଥିବା ବେଳେ ସାହିଗୁଡ଼ିକରେ ଅଳିଆ ଆବର୍ଜନା ସହ ଘର ଭିତରେ ପାଣି ପଶି ଗନ୍ଧମୟ ହୋଇ ଯାଉଥିବା ଜଣାପଡ଼ିଛି। ଏହା ସହ ମଶାମାଛିଙ୍କ ପ୍ରାଦୁର୍ଭାବ ବଢ଼ି ଲୋକଙ୍କୁ ଶାନ୍ତିରେ ଶୁଆଇ ବସାଇ ଦେଉନାହାନ୍ତି। ବ୍ଲକ ସଦରମହକୁମା ହୋଇଥିବାରୁ ବିଭାଗୀୟ ଅଧିକାରୀମାନେ ଏଥି ପ୍ରତି ଦୃଷ୍ଟି ଦେବାକୁ ସାଧାରଣରେ ଦାବି ଦାବି ହେଉଛି I ଏନେଇ ପିଇଓ ସନ୍ତୋଷ କୁମାର ସାହୁଙ୍କ ସହ ଯୋଗାଯୋଗ କରାଯିବାରୁ ସେ କହିଛନ୍ତି ଯେ, ତୁରନ୍ତ ଏହା ଉପରେ ପଦକ୍ଷେପ ନେଇ ରାୟଗଡ଼ ପରିମଳ ବ୍ୟବସ୍ଥା ଉପରେ କିପରି ସୁଧାର ଅଣାଯାଇପାରିବ ସେ ନେଇ କାର୍ଯ୍ୟ କରାଯାଉଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri