୧୨୫ ଏସି, ୨ ଲିଫ୍ଟ ଅଚଳ

ଢେଙ୍କାନାଳ ଅଫିସ, ୨୭।୪: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅବ୍ୟବସ୍ଥା ସୀମା ଟପିଛି। ଜିଲା ସ୍ବାସ୍ଥ୍ୟସେବାର ପ୍ରମୁଖ ପ୍ରତିଷ୍ଠାନ ବୋଲାଉଥିବା ଏହି ମେଡିକାଲରେ ୧୨୫ ଏସି ଏବଂ ୨ ଲିଫ୍ଟ ଅଚଳ ହୋଇପଡ଼ିଛି। ୮୦ ଷ୍ଟାବିଲାଇଜର ମଧ୍ୟ ଖରାପ ହୋଇଯାଇଛି। ଅସହ୍ୟ ଗ୍ରୀଷ୍ମ ପ୍ରବାହରେ ରୋଗୀ, ସମ୍ପର୍କୀୟ ସନ୍ତୁଳି ହେଉଥିବା ବେଳେ ସ୍ବାସ୍ଥ୍ୟକେନ୍ଦ୍ର କର୍ତ୍ତୃପକ୍ଷଙ୍କ ଅପାରଗତା ପଦାରେ ପଡ଼ିଛି।
ଢେଙ୍କାନାଳ ଜିଲାବାସୀଙ୍କୁ ଗୁଣାତ୍ମକ ସ୍ବାସ୍ଥ୍ୟସେବା ଯୋଗାଇଦେବା ଲକ୍ଷ୍ୟରେ ୨୦୧୮ ମେ’ ୨୬ରେ ଦକ୍ଷିଣକାଳୀ ରୋଡ୍‌ରେ କାର୍ଯ୍ୟକ୍ଷମ ହୋଇଥିଲା ଜିଲା ମୁଖ୍ୟ ଚିକିତ୍ସାଳୟ। ୭ ମହଲା ବିଶିଷ୍ଟ ଏହି ସ୍ବାସ୍ଥ୍ୟ ପ୍ରତିଷ୍ଠାନ ନିର୍ମାଣରେ ଖର୍ଚ୍ଚ ହୋଇଥିଲା ୫୦ କୋଟି ଟଙ୍କା। ହେଲେ କାର୍ଯ୍ୟକ୍ଷମ ହେବା ଦିନରୁ ଅଧିକାଂଶ ସମୟ ଏହା ବିବାଦ ଘେରରେ ରହି ଆସିଛି। ହସ୍ତଗତ ହୋଇଥିବା ସୂଚନା ଅନୁଯାୟୀ, ଜିଲା ମୁଖ୍ୟ ଚିକିତ୍ସାଳୟରେ ୨୨୭ ଏସି ଲାଗିଥିଲା। ତେବେ ରୋଗୀସେବା ପାଇଁ ଉଦ୍ଦିଷ୍ଟ ୧୭୫ଟି ଏସିରୁ ୧୨୫ଟି ଅଚଳ ହୋଇପଡ଼ିଛି। ଗୁରୁତ୍ୱପୂର୍ଣ୍ଣ ପ୍ରସୂତି ବିଭାଗରେ ୪ଟି, ଆଉଟ୍‌ଡୋରରେ ୩ଟି, ମେଡିସିନ୍‌ ବଣ୍ଟନ ପ୍ରକୋଷ୍ଠରେ ଗୋଟିଏ, ଇଞ୍ଜେକ୍ସନ ଦିଆଯିବା ଲାଗି ଉଦ୍ଦିଷ୍ଟ ପ୍ରକୋଷ୍ଠରେ ଗୋଟିଏ ଏବଂ ୧୫ଟି କ୍ୟାବିନ୍‌ରେ ଏସି କାମ କରୁନାହିଁ। ଏ ନେଇ ଦୃଷ୍ଟି ଆକର୍ଷଣ କରାଯିବା ସତ୍ତ୍ୱେ କର୍ତ୍ତୃପକ୍ଷ ଚେତୁନାହାନ୍ତି। ନିମ୍ନମାନର ଷ୍ଟାବିଲାଇଜର ଲଗାଯାଇଥିବାରୁ ଏଭଳି ଅବ୍ୟବସ୍ଥା ସୃଷ୍ଟି ହୋଇଥିବା କେତେଜଣ କର୍ମଚାରୀ ନାମ ଗୋପନ ରଖି କହିଛନ୍ତି। ସେହିପରି ହସ୍ପିଟାଲରେ ଥିବା ୪ ଲିଫ୍ଟ ମଧ୍ୟରୁ ୨ଟି କାମ କରୁନାହିଁ। ଲିଫ୍ଟ ବାରମ୍ବାର ଖରାପ ହେଉଥିବା ବେଳେ କର୍ତ୍ତୃପକ୍ଷ ଏହାର ସ୍ଥାୟୀ ସମାଧାନ ଦିଗରେ କୌଣସି ପଦକ୍ଷେପ ନେଉନାହାନ୍ତି। ଗ୍ରୀଷ୍ମପ୍ରବାହ ସମୟରେ ଏଭଳି ଅବ୍ୟବସ୍ଥା ତୀବ୍ର ଅସନ୍ତୋଷ ସୃଷ୍ଟି କରିଛି।
ଏ ସମ୍ପର୍କରେ ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ମେଡିକାଲ) ଡା. ଜୟକୃଷ୍ଣ ନାୟକ କୁହନ୍ତି, ଅଚଳ ଏସିଗୁଡ଼ିକର ମରାମତି କାର୍ଯ୍ୟ ଜିଇଡି ପକ୍ଷରୁ ଆରମ୍ଭ ହୋଇଛି। ହସ୍ପିଟାଲ ୭ମହଲା ହୋଇଥିବାରୁ ଲମ୍ବା ଶିଡିରେ ଚଢ଼ି ଏସି ମରାମତି ପାଇଁ ସମୟ ଲାଗୁଛି। ଷ୍ଟାବିଲାଇଜରଗୁଡ଼ିକ ମଧ୍ୟ ମରାମତି କରାଯାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri