ଦିନକୁ ଦିନ ସ୍ଥିତି ଗମ୍ଭୀର: ଭୁବନେଶ୍ୱରରେ ଲାଗୁ ହେବ ଗଞ୍ଜାମ ଫର୍ମୁଲା

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଗଞ୍ଜାମ ପରେ ଏବେ ଖୋର୍ଦ୍ଧାରେ କରୋନା ସ୍ଥିତି ଗମ୍ଭୀର। ଫଳରେ ରାଜଧାନୀରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଏମ୍‌ସି ପକ୍ଷରୁ ଗଞ୍ଜାମ ଫର୍ମୁଲା ଲାଗୁ କରିବା ନେଇ ନିଷ୍ପତ୍ତି ନିଆଯାଇଛି। ଏହି ସମୟରେ ବ୍ୟାପକ ହେଲ୍ଥ ସ୍କ୍ରିନିଂ ପାଇଁ ୫୬୫ ଟି ରାପିଡ୍‌ ରେସ୍‌ପନ୍ସ ଟିମ୍‌ ଗଠନ କରାଯାଇଛି। ଏହା ବସ୍ତି ଓ ଅନ୍ୟାନ୍ୟ ଅଞ୍ଚଳରେ ହେଲ୍ଥ ସ୍କ୍ରିନିଂ କରିବ। ଏହାଛଡ଼ା ହୋମ୍‌ ଆଇସୋଲେଶନରେ ଥିବା ଘରୁ ବର୍ଜ୍ୟବସ୍ତୁ ବିଏମ୍‌ସି ସଂଗ୍ରହ କରିବ। କରୋନା ନିୟମ ମାନୁଛନ୍ତି କି ନାହିଁ, ଆକ୍ରାନ୍ତଙ୍କ ଉପରେ କଡ଼ା ନଜର ରଖିବ। କରୋନା ନେଇ ସନ୍ଦେହ ହେଲେ ୧୯୨୯କୁ କଲ୍‌ କରି ତଥ୍ୟ ପାଇପାରିବେ। ଏନେଇ ଗୁରୁବାର କୋଭିଡ୍‌ ଦାୟିତ୍ୱରେ ଥିବା ଆଇଏଏସ୍‌ ପାରୁଲ୍‌ ପଟ୍‌ଓ୍ବାରୀ ସୂଚନା ଦେଇଛନ୍ତି।

ପ୍ରକାଶ ଯେ, ଆଜି ସୁଦ୍ଧା ରାଜ୍ୟରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୧,୩୯,୧୨୧ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରେ ମୋଟ ସଂଖ୍ୟା ୨୪୦୧୯ ଅଛି। ସେହିଭଳି ଗଞ୍ଜାମରେ କରୋନା ଆକ୍ରାନ୍ତ ସଂଖ୍ୟା ୧୮୯୭୮ ରହିଛି। ପ୍ରଥମେ ଗଞ୍ଜାମରେ କରୋନା ଆକ୍ରାନ୍ତ ସଂଖ୍ୟା ହୁ ହୁ ହୋଇ ବଢ଼ୁଥିବା ପରିଲକ୍ଷିତ ହୋଇଥିଲା। ହେଲେ ଏବେ ଏହା ନିୟନ୍ତ୍ରଣକୁ ଆସିଛି। ହେଲେ ଖୋର୍ଦ୍ଧାରେ କରୋନା ବୋଲ ମାନୁନାହିଁ। ଫଳରେ ନୂଆ ଫର୍ମୁଲା ଲାଗୁ କରିବା ନେଇ ଯୋଜନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri