‘ପୂର୍ବ ସ୍ଥିତି ଫେରିନି, ଆଉ ୮ ମାସର ମାଗଣା ରାଶନ ଦିଅ’

ଭୁବନେଶ୍ୱର, ୨୨।୧୧(ବ୍ୟୁରୋ): କୋଭିଡ୍‌ ମହାମାରୀ ପୂର୍ବରୁ ଅର୍ଥନୈତିକ କାର୍ଯ୍ୟକଳାପ ଯେପରି ଥିଲା, ଏପର୍ଯ୍ୟନ୍ତ ସେ ସ୍ଥିତି ଫେରିନି। ଏବେବି ଲୋକେ ଜୀବନଜୀବିକା ପାଇଁ ସଂଘର୍ଷ ଜାରି ରଖିଛନ୍ତି। ଏପରି ସ୍ଥିତିରେ ସରକାର ଲୋକଙ୍କୁ ଆଶ୍ୱସ୍ତ ପ୍ରଦାନ କରିବା ଆବଶ୍ୟକ। ତେଣୁ ଗତ ମେ’ ମାସରୁ ଆରମ୍ଭ ହୋଇଥିବା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (ପିଏମ୍‌ଜିକେଏୱାଇ)ର ଅବଧିକୁ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରସ୍ତାବ ଦେଇଛନ୍ତି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ ଆଉ ୮ ମାସ ପାଇଁ ଚାଉଳ ପ୍ରଦାନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।
ନବୀନ ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି, କୋଭିଡ୍‌ ମହାମାରୀ ସମୟରେ ରାଜ୍ୟରେ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ ପ୍ରଥମେ ୨୦୨୦ ଏପ୍ରିଲରୁ ନଭେମ୍ବର ଏବଂ ପରେ ୨୦୨୧ ମେ’ରୁ ନଭେମ୍ବର ପର୍ଯ୍ୟନ୍ତ କେନ୍ଦ୍ର ସରକାର ପିଏମ୍‌ଜିକେଏୱାଇ ଅଧୀନରେ ମାଗଣା ଚାଉଳ ଯୋଗାଉଛନ୍ତି। କୋଭିଡ୍‌ ମହାମାରୀ ଭଳି ସଙ୍କଟମୟ ସମୟରେ ମାଗଣାରେ ଲୋକଙ୍କୁ ଖାଦ୍ୟ ଶସ୍ୟ ପ୍ରଦାନ ଲାଗି ବ୍ୟବସ୍ଥା କରାଯାଇଥିବାରୁ କେହି ଜଣେ ମଧ୍ୟ ଲୋକ ଖାଦ୍ୟଶସ୍ୟ ପାଇବାରୁ ବଞ୍ଚିତ ହୋଇନାହାନ୍ତି। ପିଏମ୍‌ଜିକେଏୱାଇ-୩ କୋଟାରେ ଆସିଥିବା ଖାଦ୍ୟଶସ୍ୟ ବଣ୍ଟନ ଉପରେ ଗୁରୁତ୍ୱ ଦେଇ ଓଡ଼ିଶା ୨୦୨୧ ନଭେମ୍ବର ୫ତାରିଖ ସୁଦ୍ଧା ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଅନ୍ତର୍ଭୁକ୍ତ ସମସ୍ତ ହିତାଧିକାରୀଙ୍କୁ ଏହା ପ୍ରଦାନ କରିସାରିଛି। ସେହିଭଳି ରାଜ୍ୟ ମଧ୍ୟ ନିଜସ୍ବ ଖାଦ୍ୟ ସୁରକ୍ଷା ଯୋଜନାରେ ସମସ୍ତ ହିତାଧିକାରୀଙ୍କୁ ସମାନ ସୁବିଧା ଯୋଗାଇ ଦେଇଛି। ଏପର୍ଯ୍ୟନ୍ତ କୋଭିଡ୍‌ ମହାମାରୀର ପ୍ରଭାବ ସମ୍ପୂର୍ଣ୍ଣ ଯାଇନି। ରାଜ୍ୟବ୍ୟାପୀ ଟିକାକରଣ ଅଭିଯାନ ତ୍ୱରିତ ଭାବେ ଚାଲିଥିଲେ ମଧ୍ୟ ନୂତନ ସଂକ୍ରମଣ ମାମଲା ଆସିବା ଜାରି ରହିଛି। ମହାମାରୀ ସ୍ଥିତିରେ ସମ୍ବେଦନଶୀଳ ଏବଂ ଆବଶ୍ୟକ କରୁଥିବା ଲୋକଙ୍କୁ ଖାଦ୍ୟ ସୁରକ୍ଷା ଏକ ଆହ୍ବାନ। ସରକାରଙ୍କ ପାଖରେ ଏବେ ପର୍ଯ୍ୟାପ୍ତ ଖାଦ୍ୟଶସ୍ୟ ମହଜୁଦ ରହିଛି। ତେଣୁ ଆଗାମୀ ୮ ମାସ ପାଇଁ ଅତିରିକ୍ତ ଚାଉଳ ହିତାଧିକାରୀଙ୍କ ପାଇଁ ମଞ୍ଜୁର କରିବା ନେଇ ବିଚାର କରିବାକୁ ମୁଖ୍ୟମନ୍ତ୍ରୀ ଚିଠିରେ ଅନୁରୋଧ କରିଛନ୍ତି।

ସୂଚନାଯୋଗ୍ୟ ଯେ, ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅନ୍ତର୍ଗତ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ, ରାଜ୍ୟ ଖାଦ୍ୟ ସୁରକ୍ଷା ଆଇନ୍‌ରେ ମୁଣ୍ଡପିଛା ମାସକୁ ୫ କେଜି ଚାଉଳ ଓ କାର୍ଡ ପିଛା ୧ କେଜି ଡାଲି ମାଗଣାରେ ଯୋଗାଇ ଦିଆଯାଉଛି। ଏବେ ରାଜ୍ୟରେ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ୮୦.୨୬ ଲକ୍ଷ ପରିବାରର ୨.୮୬ କୋଟି ଲୋକ, ଅନ୍ତ୍ୟୋଦୟ ଅନ୍ନ ଯୋଜନାରେ ୧୨.୫୯ ପରିବାରର ୩୮.୬୪ ଲକ୍ଷ ଲୋକ ଓ ରାଜ୍ୟ ଖାଦ୍ୟ ଯୋଜନାରେ ୧.୧୬ ଲକ୍ଷ ପରିବାରର ୩.୭୮ ଲକ୍ଷ ଲୋକଙ୍କୁ ମାଗଣା ଚାଉଳ ଓ ଡାଲି ଯୋଗାଇ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?