ଆଜିଠୁ ଖୋଲିବ ଷଷ୍ଠ, ସପ୍ତମ

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ରାଜ୍ୟରେ ସୋମବାରଠାରୁ ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ। ଏହି ଦୁଇ ଶ୍ରେଣୀର ପିଲାମାନେ ଏବେ ଶ୍ରେଣୀ ଗୃହରେ ବସି ପାଠ ପଢ଼ିବେ। ସକାଳ ସାଢ଼େ ୯ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ କ୍ଲାସ୍‌ ହେବ। କିନ୍ତୁ ଏହି ସମୟ ମଧ୍ୟରେ ତିନିଘଣ୍ଟା ପାଠପଢ଼ା ହେବ। ଛାତ୍ରୀଛାତ୍ର ଉଭୟ ଅଫ୍‌ଲାଇନ୍‌ ଓ ଅନ୍‌ଲାଇନ୍‌ରେ ପାଠ ପଢ଼ିପାରିବେ। କିନ୍ତୁ ଏଥିପାଇଁ ଛାତ୍ରୀଛାତ୍ରଙ୍କ ଅଭିଭାବକଙ୍କଠାରୁ ପରାମର୍ଶ ଆଣିବାକୁ ପଡ଼ିବ। କାହାକୁ ଅଫ୍‌ଲାଇନ୍‌ ପଢ଼ିବା ପାଇଁ ବାଧ୍ୟ କରାଯିବ ନାହିଁ। ଯେଉଁମାନେ ଅଫ୍‌ଲାଇନ୍‌ରେ ପାଠ ପଢ଼ିବେ, ସେମାନଙ୍କ ପାଇଁ ଉପସ୍ଥାନ ମଧ୍ୟ ବାଧ୍ୟତାମୂଳକ ନୁହେଁ। ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ଶିକ୍ଷାନୁଷ୍ଠାନ ପାଇଁ ଏହା ଲାଗୁ ହେବ। ତେବେ କରୋନା କଟକଣାକୁ କଡ଼ାକଡ଼ି ଭାବେ ପାଳନ କରି ସ୍କୁଲ ଖୋଲିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି। ସେପଟେ ସ୍କୁଲ ଖୋଲିବା ସହିତ ଏହି ପିଲାଙ୍କ ପାଇଁ ହଷ୍ଟେଲ ମଧ୍ୟ ଖୋଲିବ। ହଷ୍ଟେଲରେ ଯେପରି ପିଲାମାନେ ଏକତ୍ର ହୋଇ ନ ଖାଇବେ ଓ ଶୌଚାଳୟକୁ ବାରମ୍ବାର ସାନିଟାଇଜ୍‌ କରିବା ଉପରେ କର୍ତ୍ତୃପକ୍ଷ ଗୁରୁତ୍ୱ ଦେବେ। ଏସ୍‌ଟି ଆଣ୍ଡ୍‌ ଏସ୍‌ସି, ଏସ୍‌ଏସ୍‌ଇପିଡି ବିଭାଗ ଏବଂ ଘରୋଇ ସ୍କୁଲଗୁଡ଼ିକ ପିଲାଙ୍କ ସ୍ବାସ୍ଥ୍ୟକୁ ଗୁରୁତ୍ୱ ଦେଇ ଅତିରିକ୍ତ ଗାଇଡ୍‌ଲାଇନ ଜାରି କରିପାରିବେ ବୋଲି ପୂର୍ବରୁ ଗଣଶିକ୍ଷା ବିଭାଗ କହିଥିଲା। ଗତ ଅକ୍ଟୋବର ୧୫ରେ ବିଭାଗ ପକ୍ଷରୁ ଜାରି ଗାଇଡ଼ଲାଇନ୍‌କୁ ସବୁ ବିଦ୍ୟାଳୟ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏବଂ ସ୍ବତନ୍ତ୍ର ରିଲିଫ କମିଶନରଙ୍କ ଗାଇଡ୍‌ଲାଇନ୍‌କୁ ମଧ୍ୟ ପାଳନ କରିବା ପାଇଁ ଗଣଶିକ୍ଷା ବିଭାଗ କହିଛି।
ସୂଚନାଯୋଗ୍ୟ, କୋଭିଡ୍‌ ମହାମାରୀ ଯୋଗୁ ପାଖାପାଖି ଦୁଇବର୍ଷ ଧରି ସ୍କୁଲ ବନ୍ଦ ରହିଥିଲା। ଅନ୍‌ଲାଇନ୍‌ କ୍ଲାସ୍‌ ବ୍ୟବସ୍ଥା ହୋଇଥିଲେ ମଧ୍ୟ ସ୍ମାର୍ଟ ଫୋନ୍‌ର ଅଭାବ ଓ ନେଟ୍‌ଓ୍ବର୍କ ନ ଥିବା ଯୋଗୁ ସବୁ ପିଲା ଏହାର ସୁଯୋଗ ପାଇ ପାରୁ ନ ଥିଲେ। ତେବେ କରୋନା ସ୍ଥିତିରେ ସୁଧାର ଆସିବା ପରେ ପର୍ଯ୍ୟାୟକ୍ରମେ ରାଜ୍ୟ ସରକାର ସ୍କୁଲ ଖୋଲିବା ଆରମ୍ଭ କହିଛନ୍ତି। ପ୍ରଥମେ ନବମ, ଦଶମ ଓ ଦ୍ୱାଦଶ ଶ୍ରେଣୀ ଖୋଲା ଯାଇଥିଲା। ଅକ୍ଟୋବର ୨୧ରୁ ଏକାଦଶ ଏବଂ ୨୫ରୁ ଅଷ୍ଟମ ଶ୍ରେଣୀ ଖୋଲିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?