ଦେଶର ସବୁଠୁ ଛୋଟ ଓକିଲ!

ଜଳନ୍ଧର,୮।୪: କଥାରେ ଅଛି ଯଦି ଦୃଢ ମନୋବଳ ଅଛି, ତେବେ ଦୁନିଆର କୌଣସି କାର୍ଯ୍ୟ ଅସମ୍ଭବ ନୁହେଁ। ଏହି କଥା ସଦ୍ୟ ଉଦାହରଣ ହେଉଛନ୍ତି ହରଓ୍ବିନ୍ଦର କୌର। କମ୍‌ ଉଚ୍ଚତା ଯୋଗୁ ତାଙ୍କୁ ଅନେକ ସମୟରେ ଲୋକଙ୍କର ଟାର୍ଗେଟରେ ରହିବାକୁ ପଡୁଥିଲା। ଏବେ କିନ୍ତୁ ନିଜ କର୍ମ ଜରିଆରେ ସମାଲୋଚକଙ୍କ ମୁହଁ ବନ୍ଦ କରିଦେଇଛନ୍ତି। ୨୪ ବର୍ଷୀୟା ହରଓ୍ବିନ୍ଦରଙ୍କ ଉଚ୍ଚତା ମାତ୍ର ୩ ଫୁଟ, ୧୧ ଇଞ୍ଚ। କିନ୍ତୁ ଏହାକୁ ସେ ନିଜ ଲକ୍ଷ୍ୟର ପଥରେ ଆସିବାକୁ ଦେଇ ନ ଥିଲେ। ନିଜ ପରିଶ୍ରମ ଜରିଆରେ କେବଳ ତାଙ୍କ ସ୍ବପ୍ନକୁ ପୂରଣ କରି ନ ଥିଲେ, ବରଂ ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟିଛନ୍ତି।
ଡେଜଭୋଲ୍ଟା ପ୍ରଡକ୍ସନ୍ସର ଏକ ରିପୋର୍ଟ ଅନୁଯାୟୀ ହରଓ୍ବିନ୍ଦର କୌର ଓରଫ ରୁବି ହେଉଛନ୍ତି ଭାରତର ସର୍ବକନିଷ୍ଠ ଆଇନଜୀବୀ। ହରଓ୍ବିନ୍ଦରଙ୍କର ସ୍ବପ୍ନ ଏୟାର ହୋଷ୍ଟେସ ହେବାର ଥିଲା, କିନ୍ତୁ ଉଚ୍ଚତା ହେତୁ ଏହା ପୂରଣ ହୋଇପାରିଲା ନାହଁି। ଏବେ ଜଣେ ଓକିଲ ଭାବେ ସେ ନିଜର ଏକ ପରିଚୟ ହାସଲ କରିଛନ୍ତି। ଏକ ସାକ୍ଷାତକାରରେ ସେ କହିଥିଲେ ଯେ, ତାଙ୍କର କମ୍‌ ଉଚ୍ଚତା ପାଇଁ ସେ ଅନେକ ଚିକିତ୍ସା କରିଥିଲେ କିନ୍ତୁ କୌଣସି ସୁଫଳ ମିଳିଲା ନାହିଁ। ପରିସ୍ଥିତି ଏପରି ହେଲା ଯେ ଲୋକଙ୍କୁ ପରିହାସ କରିବାକୁ ସେ ରୁମରେ ତାଲା ପକାଇ ରହୁଥିଲେ। କିନ୍ତୁ ସ୍ବପ୍ନ ଦେଖିବା କେବେ ଛାଡ଼ି ନ ଥିଲେ। ସେ ଆଇନଗତ ବୃତ୍ତିରେ ପ୍ରବେଶ କରିବାକୁ ସ୍ଥିର କଲେ। ଏବେ ସେ ଜଲନ୍ଧର କୋର୍ଟରେ କାର୍ଯ୍ୟ କରୁଛନ୍ତି। ସେ ଜଣେ ଓକିଲଙ୍କ ସହ ଏକ ମୋଟିଭେସନ ସ୍ପିକର ମଧ୍ୟ ଅଟନ୍ତି। ସେ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ତାଙ୍କର ହଜାର ହଜାର ଅନୁଗାମୀ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPGକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଏଣିକି ତେଲ-ଗ୍ୟାସ ସପ୍ଲାଏରେ…

ନୂଆଦିଲ୍ଲୀ,୧୨।୪: ପଶ୍ଚିମ ଏସିଆରେ ଉତ୍ତେଜନା ମଧ୍ୟରେ, ଭାରତ ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି ଏବଂ ସାଧାରଣ ଜନତାଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା ପାଇଁ ଅନେକ ପଦକ୍ଷେପ ନେଉଛନ୍ତି।…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ଦୋକାନରେ ଚାଲିଥିଲା ଗଞ୍ଜେଇ ବିକ୍ରି, ପୋଲିସ ଅତର୍କିତ ଚଢ଼ାଉ କରି…

ତିହିଡ଼ି,୧୨ା୪(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବଜାରରେ ଥିବା ଏକ ବେଆଇନ ଗଞ୍ଜେଇ ଦୋକାନ ଉପରେ ତିହିଡ଼ି ପୋଲିସ ଅତର୍କିତ ଚଢ଼ାଉ କରି ଜଣେ ଗଞ୍ଜେଇ ବିକ୍ରେତା…

US Iran Peace Talks In Pakistan: ବିଫଳ ହେଲା ଶାନ୍ତି ଆଲୋଚନା, କିନ୍ତୁ କାହିଁକି ପାକିସ୍ତାନକୁ ଧନ୍ୟବାଦ ଦେଲା ଇରାନ? ଜାଣନ୍ତୁ ଏହାର ବଡ଼ କାରଣ

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ସମ୍ପୂର୍ଣ୍ଣ ବିଫଳତାରେ ଶେଷ ହୋଇଥିଲା। ୨୧ ଘଣ୍ଟା ଧରି ଚାଲିଥିବା ଆଲୋଚନା…

୧୦ଦିନ କମିଗଲା ଖରାଛୁଟି! ସ୍କୁଲ ଖୋଲୁଖୋଲୁ ପରୀକ୍ଷା; ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୨।୪: ଶିକ୍ଷା ବିଭାଗ 2026-27 ବର୍ଷର ନୂତନ ଶିକ୍ଷା ଅଧିବେଶନ ପାଇଁ ବହୁ ପ୍ରତୀକ୍ଷିତ ‘ଶିକ୍ଷା କ୍ୟାଲେଣ୍ଡର’ ପ୍ରକାଶ କରିଛି। ଏହି ନୂତନ ଅଧିବେଶନ ଏପ୍ରିଲ 1…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri