ଚିତ୍ରକଳାରେ ପୁଣି ଝଲସିବ ସ୍ମାର୍ଟସିଟି କାନ୍ଥ

ଭୁବନେଶ୍ୱର,୭।୧୧(ବ୍ୟୁରୋ):ସ୍ମାର୍ଟସିଟି ଭୁବନେଶ୍ୱରକୁ ଆହୁରି ସୁନ୍ଦର କରିବା ପାଇଁ ଓଭରବ୍ରିଜ କାନ୍ଥ, ବିଭିନ୍ନ କାର୍ଯ୍ୟାଳୟ ଓ ଆବାସିକ ଗୃହର ବଡ଼ ବଡ଼ କାନ୍ଥକୁ ଚିତ୍ରିତ କରାଯାଉଛି। ତେବେ ଏହି କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଏମସି ଓ ବିଡିଏ ସହଯୋଗରେ ‘ମୋ ଭୁବନେଶ୍ୱର ଆର୍ଟ’ ଅଭିଯାନ ଅଧୀନରେ ରାଜଧାନୀବାସୀଙ୍କ ମତ ଲୋଡ଼ାଯାଇଛି। ସହରର ସମସ୍ତ ବଡ଼ ବଡ଼ କାନ୍ଥକୁ ଚିତ୍ରିତ କରିବା ପାଇଁ ପ୍ରୟାସ କରାଯାଉଛି। କେଉଁ ବିଷୟବସ୍ତୁକୁ ନେଇ ଚିତ୍ର ଅଙ୍କନ କରାଯାଇପାରିବ ସେ ସେନେଇ ସୋସିଆଲ ମିଡ଼ିଆରେ ଏକ ସର୍ଭେ ଆରମ୍ଭ କରାଯାଇଛି। ନଭେମ୍ବର ୧୦ ମଧ୍ୟରେ ସହରବାସୀ ଏନେଇ ନିଜ ନିଜ ମତ ରଖିପାରିବେ। ତେବେ ସହରବାସୀ ବିଶେଷକରି ସ୍ବାସ୍ଥ୍ୟ ରକ୍ଷା, ପରିବେଶ ସୁରକ୍ଷା, ସଡ଼କ ସୁରକ୍ଷା, ଓଡ଼ିଶାର ଐତିହ୍ୟ, ସଂସ୍କୃତି ଓ ପରମ୍ପରା, ସ୍ବାଧୀନତା ସଂଗ୍ରାମୀଙ୍କ ବୀରତ୍ୱର ଗାଥା ଚିତ୍ରକଳା ମାଧ୍ୟମରେ ଦର୍ଶାଇବା ପାଇଁ ମତ ରଖୁଛନ୍ତି। ପୂର୍ବରୁ କଳିଙ୍ଗ ଷ୍ଟାଡିୟମରେ ହକି ବିଶ୍ୱକପ୍‌ ଅନୁଷ୍ଠିତ ହେବା ପୂର୍ବରୁ ସହରର ବିଭିନ୍ନ କାନ୍ଥକୁ ବିଶିଷ୍ଟ ଖେଳାଳିଙ୍କ ପ୍ରତିଛବିରେ ଚିତ୍ରିତ କରାଯାଇଥିଲା। ଏହା ସହରର ରାଜରାରାସ୍ତାକୁ ବେଶ୍‌ ଆକର୍ଷଣୀୟ କରିଥିଲା। ତେବେ କିଛିଦିନ ମଧ୍ୟରେ ବେଆଇନ ବିଜ୍ଞାପନ ପୋଷ୍ଟର ତଳେ ଏହିସବୁ ଚିତ୍ର ଲୁଚିଯାଇଥିଲା। ଏଥିସହ ସହର କାନ୍ଥ ମଧ୍ୟ ବିକୃତ ହୋଇଗଲା। ତେବେ ଏହାକୁ ନେଇ ରାଜଧାନୀବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ରାଜ୍ୟର ଅନେକ ପ୍ରତିଭାଙ୍କ ଚିତ୍ରିତ ହୋଇଥିବା କାନ୍ଥ ଅଳିଆ ଆବର୍ଜନାରେ ଘୋଡ଼ାଇଯିବା ଭଳି ଘଟଣାକୁ ସାଧାରଣରେ ନିନ୍ଦା କରାଯାଇଥିଲା। ସେହିପରି ପାନଛେପ ପକାଇ ନାଗରିକ ସୁନ୍ଦର ଚିତ୍ରିତ କାନ୍ଥକୁ ବିକୃତ ନ କରିବା ପାଇଁ ବିଏମସି ପକ୍ଷରୁ ବାରମ୍ବାର ଅପିଲ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri