ସହର ଗଳିରେ ଆବର୍ଜନା ଦୁର୍ଗନ୍ଧ

ଭୁବନେଶ୍ୱର,୨୩।୧(ବ୍ୟୁରୋ):ହକି ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରର ସୌନ୍ଦଯର୍‌ୟକରଣକୁ ଗୁରୁତ୍ୱ ଦିଆଯାଉଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ କୁହାଯାଉଛି। ସହରର ବାସ୍ତବ ଚିତ୍ର କିନ୍ତୁ କିଛି ଭିନ୍ନ କଥା ବଖାଣୁଛି। ରାଜଧାନୀର ପ୍ରମୁଖ ରାସ୍ତା ଓ ଛକଗୁଡ଼ିକୁ ବାଦ୍‌ଦେଲେ ଅଧିକାଂଶ ସ୍ଥାନରେ ଅଳିଆ ଗଦା ହୋଇ ରହିଛି। ଦିନରାତି ସଫେଇଗାଡି ଗୀତ ବଜାଇ ବୁଲୁଥିଲେ ମଧ୍ୟ ବର୍ଜ୍ୟସଂଗ୍ରହ ସଫଳ ହୋଇପାରୁ ନାହିଁ। ଫଳରେ ଏପରି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଛି। ବିଏମ୍‌ସି କାର୍ଯ୍ୟାଳୟରେ ଘନ ଘନ ବୈଠକ ବସୁଛି। ଉପରିସ୍ଥ ଅଧିକାରୀଙ୍କ ଚାପରେ କର୍ମଚାରୀ ବେହାଲ ହେଉଛନ୍ତି। କିନ୍ତୁ ସହରର ସ୍ଥିତି ବଦଳିବା ପରିବର୍ତ୍ତେ ବିଗୁଡ଼ୁଛି। ଅସ୍ବାସ୍ଥ୍ୟକର ପରିବେଶର ସ୍ଥାୟୀ ସମାଧାନ ପରିବର୍ତ୍ତେ କେବଳ ଦୋଷ ଲୁଚାଇବାକୁ ସୌନ୍ଦର୍ଯ୍ୟକରଣକୁ ଢାଲ କରୁଛି ବିଏମ୍‌ସି। ଅଶୋକନଗର, ପଞ୍ଚସଖା ନଗର, ଘାଟିକିଆ, ଖଣ୍ଡଗିରିବାରି, ପାଣ୍ଡରା, ଜିଜିପି କଲୋନୀ, ଲକ୍ଷ୍ମୀସାଗରଠାରୁ ଆରମ୍ଭ କରି ପଟିଆ ଚନ୍ଦ୍ରଶେଖରପୁର ଆଦି ଅଞ୍ଚଳର ବିଭିନ୍ନ ସ୍ଥାନରେ କୁଢ଼ କୁଢ଼ ଅଳିଆ ଗଦା ହେଉଛି। ଅସ୍ଥାୟୀ ଭାବେ ଅଳିଆ ଗଦା ଯାଉଥିବା ବିଏମ୍‌ସି ପକ୍ଷରୁ ସଫେଇ ଦିଆଯାଉଥିବାବେଳେ ସହର ଗଳିକନ୍ଦି, କଲୋନୀ ଓ ସାହିରୁ ଦୁର୍ଗନ୍ଧ ବାହାରିବା କମୁନି। ଦିନକୁଦିନ ଆବର୍ଜନାର ପରିମାଣ ବଢ଼ିବା ଫଳରେ ଅଞ୍ଚଳବାସୀଙ୍କ ମଧ୍ୟରେ ପ୍ରତିକ୍ରିୟା ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri