ସହର ଗଳିରେ ଆବର୍ଜନା ଦୁର୍ଗନ୍ଧ

ଭୁବନେଶ୍ୱର,୨୩।୧(ବ୍ୟୁରୋ):ହକି ବିଶ୍ୱକପ୍‌କୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରର ସୌନ୍ଦଯର୍‌ୟକରଣକୁ ଗୁରୁତ୍ୱ ଦିଆଯାଉଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ କୁହାଯାଉଛି। ସହରର ବାସ୍ତବ ଚିତ୍ର କିନ୍ତୁ କିଛି ଭିନ୍ନ କଥା ବଖାଣୁଛି। ରାଜଧାନୀର ପ୍ରମୁଖ ରାସ୍ତା ଓ ଛକଗୁଡ଼ିକୁ ବାଦ୍‌ଦେଲେ ଅଧିକାଂଶ ସ୍ଥାନରେ ଅଳିଆ ଗଦା ହୋଇ ରହିଛି। ଦିନରାତି ସଫେଇଗାଡି ଗୀତ ବଜାଇ ବୁଲୁଥିଲେ ମଧ୍ୟ ବର୍ଜ୍ୟସଂଗ୍ରହ ସଫଳ ହୋଇପାରୁ ନାହିଁ। ଫଳରେ ଏପରି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଛି। ବିଏମ୍‌ସି କାର୍ଯ୍ୟାଳୟରେ ଘନ ଘନ ବୈଠକ ବସୁଛି। ଉପରିସ୍ଥ ଅଧିକାରୀଙ୍କ ଚାପରେ କର୍ମଚାରୀ ବେହାଲ ହେଉଛନ୍ତି। କିନ୍ତୁ ସହରର ସ୍ଥିତି ବଦଳିବା ପରିବର୍ତ୍ତେ ବିଗୁଡ଼ୁଛି। ଅସ୍ବାସ୍ଥ୍ୟକର ପରିବେଶର ସ୍ଥାୟୀ ସମାଧାନ ପରିବର୍ତ୍ତେ କେବଳ ଦୋଷ ଲୁଚାଇବାକୁ ସୌନ୍ଦର୍ଯ୍ୟକରଣକୁ ଢାଲ କରୁଛି ବିଏମ୍‌ସି। ଅଶୋକନଗର, ପଞ୍ଚସଖା ନଗର, ଘାଟିକିଆ, ଖଣ୍ଡଗିରିବାରି, ପାଣ୍ଡରା, ଜିଜିପି କଲୋନୀ, ଲକ୍ଷ୍ମୀସାଗରଠାରୁ ଆରମ୍ଭ କରି ପଟିଆ ଚନ୍ଦ୍ରଶେଖରପୁର ଆଦି ଅଞ୍ଚଳର ବିଭିନ୍ନ ସ୍ଥାନରେ କୁଢ଼ କୁଢ଼ ଅଳିଆ ଗଦା ହେଉଛି। ଅସ୍ଥାୟୀ ଭାବେ ଅଳିଆ ଗଦା ଯାଉଥିବା ବିଏମ୍‌ସି ପକ୍ଷରୁ ସଫେଇ ଦିଆଯାଉଥିବାବେଳେ ସହର ଗଳିକନ୍ଦି, କଲୋନୀ ଓ ସାହିରୁ ଦୁର୍ଗନ୍ଧ ବାହାରିବା କମୁନି। ଦିନକୁଦିନ ଆବର୍ଜନାର ପରିମାଣ ବଢ଼ିବା ଫଳରେ ଅଞ୍ଚଳବାସୀଙ୍କ ମଧ୍ୟରେ ପ୍ରତିକ୍ରିୟା ପ୍ରକାଶ ପାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

କୋରାପୁଟରେ ଶକ୍ତି ପ୍ରଦର୍ଶନ କଲେ ମାମୁଁ ଭଣଜା

କୋରାପୁଟ,୧୯।୪(ଅମିତାଭ ବେହେରା) କୋରାପୁଟ ସଂସଦୀୟ କ୍ଷେତ୍ରରେ ଆସନ୍ତା ମେ ୧୩ରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଗତକାଲି ଅର୍ଥାତ ୧୮ରୁ ପାର୍ଥୀପତ୍ର ଦାଖଲ ଆରମ୍ଭ ହୋଇଥିବାବେକେ...

ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ରେଳବାଇ ସୁରକ୍ଷା ଜନିତ ରକ୍ଷଣାବେକ୍ଷଣ କାର୍ଯ୍ୟ ପାଇଁ ସମ୍ବଲପୁର ରେଳମଣ୍ଡଳ ଅଧୀନସ୍ଥ କେତେକ ଟ୍ରେନ୍‌ ଚଳାଚଳରେ ପରିବର୍ତ୍ତନ କରାଯାଇଥିବା ନେଇ ସମ୍ବଲପୁର ରେଳ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର...

ପିକ୍‌ଅପ୍‌ରୁ ଜବତ ହେଲା ପୁଳାପୁଳା ଟଙ୍କା

ପଦ୍ମପୁର,୧୯ା୪(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଥାନା ପୋଲିସ ଶୁକ୍ରବାର ଏକ ପିକ୍‌ଅପ୍‌ରୁ ପୁଳାପୁଳା ଟଙ୍କା ଜବତ କରିଛି। ଗାଇସିଲେଟ -ପଦ୍ମପୁର ରାସ୍ତାର ଗଡ଼ଭାଟି ଛକରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri