ଶୋଇଥିବା ବେଳେ ମହିଳାଙ୍କୁ କାମୁଡ଼ିଲା ସାପ, ଚାଲିଗଲା ଜୀବନ

ଦାରିଙ୍ଗବାଡ଼ି,୧୭ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ କୁମ୍ଭାରମୁଣ୍ଡା ଗ୍ରାମ କଲୋନୀ ସାହିରେ ବିଷଧର ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ କସ୍ମିତା ଦିଗାଲ (୩୮) ବୋଲି ତଦନ୍ତକାରୀ ଅଧିକାରିଣୀ ଲକ୍ଷ୍ମୀ ମାଝି କହିଛନ୍ତି। ଘଟଣା ସମ୍ପର୍କରେ ମୃତ କସ୍ମିତାଙ୍କ ସ୍ବାମୀ ରାଜେଶ ଦିଗାଲ ଦାରିଙ୍ଗବାଡ଼ି ଥାନାରେ ଲିଖିତ ଭାବେ ଜଣାଇଛନ୍ତି।

ପ୍ରକାଶ ଯେ, ଶୁକ୍ରବାର ରାତିରେ କସ୍ମିତା ପରିବାର ସହ ଘରେ ଶୋଇଥିବା ବେଳେ ତାଙ୍କୁ ବିଳମ୍ବିତ ରାତିରେ ସାପ କାମୁଡ଼ିଥିଲା। ଶନିବାର ସକାଳୁ ଚିକିତ୍ସା ପାଇଁ ସ୍ବାସ୍ଥ୍ୟକେନ୍ଦ୍ର ନିଆଯାଇଥିଲା। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଦାରିଙ୍ଗବାଡ଼ି ଥାନାର ମହିଳା ସବ୍‌ଇନ୍ସପେକ୍ଟର ଲକ୍ଷ୍ମୀ ମାଝି ସଦଳବଳ ପହଞ୍ଚି ମୃତଦେହ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ କରାଇଛନ୍ତି। ଘଟଣାର ଅଧିକ ତଦନ୍ତ କରାଯାଉଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦଘାତରେ ଚାଲିଗଲା ଜେନେରାଲ ମ୍ୟାନେଜରଙ୍କ ଜୀବନ: ଖେଳିଗଲା ଶୋକର ଛାୟା

ଦାରିଙ୍ଗବାଡି, ୨୦।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଇକୋ ରିଟ୍ରିଟରେ କାର୍ଯ୍ୟରତ ଜେନେରାଲ ମ୍ୟାନେଜର ସୁମନ୍ତ ସରକାରଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ହୃଦଘାତରେ ମୃତ୍ୟୁ...

ବଡ଼ ଦିନକୁ ଶାନ୍ତିଶୃଙ୍ଖଳା ସହ ପାଳନ କରିବା ପାଇଁ ପୋଲିସ ତରଫରୁ ବ୍ୟାପକ ପଦକ୍ଷେପ, ଗାଁ ଗାଁରେ ହେଲା…

ଜି.ଉଦୟଗିରି,୨୦।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସମସ୍ତ ଚର୍ଚ୍ଚଗୁଡ଼ିକରେ ପ୍ରାକ ବଡ଼ଦିନ ଉତ୍ସବ ପାଳନ ଚାଲିଥିବା ବେଳେ ବଡ଼ଦିନ ପାଇଁ ଅଞ୍ଚଳବାସୀ ଚର୍ଚ୍ଚ ଗୃହ...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

ଆଶ୍ଚର୍ଯ୍ୟ ହେଲେ ବି ସତ: ୬ ମାସରେ ୪ ଥର କାମୁଡ଼ିଛି ସାପ, ଦେଶୀ ଚିକିତ୍ସା କରି ବଞ୍ଚାଇଛନ୍ତି ଜୀବନ

ଦାରିଙ୍ଗବାଡି, ୧୯।୧୨ (ଅରୁଣ ସାହୁ ):୬ ମାସ ରେ ୪ ଥର ସାପ କାମୁଡ଼ିବା ଓ କାମୁଡ଼ିବା ପରେ ବଞ୍ଚିବା ତାହା ପୁଣି ଦେଶୀ ଚିକିତ୍ସା...

ଦୁଇଦିନ ପରେ ଜି.ଉଦୟଗିରିରେ ପୁଣି ତଳମୁହାଁ ପାରଦ, ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ

ଜି.ଉଦୟଗିରି,୧୯/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ ଅଧିକ ଶୀତ ଅନୁଭୂତ ହେଉଛି । ଦୀର୍ଘ ଏକ ମାସରୁ ଉର୍ଦ୍ଧ ହେବ...

ଗଞ୍ଜେଇ ଚାଷ ପାଇଁ କଠୋର ହେଲା ପୋଲିସ: ଚାଷୀଙ୍କୁ ଦେଲା ଚେତାବନୀ

ଦାରିଙ୍ଗବାଡି,୧୯।୧୨(ଅରୁଣ ସାହୁ):ଏଥର ଆଉ ଗଞ୍ଜେଇ ନୁହେଁ, ପନିପରିବା, ଷ୍ଟ୍ରବେରୀ, ମକା, ଜୈବିକ ହଳଦୀ, କ୍ଷୁଦ୍ରଦାନା ଚାଷକୁ ଅଧିକା ଗୁରୁତ୍ୱ ଦିଅ। ଗଞ୍ଜେଇ ଚାଷ କଲେ ପୋଲିସ...

ନାବାଳିକା ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ମିଳିଲା ଏଭଳି ଦଣ୍ଡ, ଜାଣନ୍ତୁ…

ଫୁଲବାଣୀ,୧୮ା୧୨(ରାକେଶ କୁମାର ରାଉତ): ଜଣେ ନାବାଳିକାଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାର ବିଚାର କରି ଗୁରୁବାର ଫୁଲବାଣୀ ପୋକ୍‌ସୋ କୋର୍ଟ ବିଚାରପତି ମନୋରଞ୍ଜନ ଦାସ ଅଭିଯୁକ୍ତଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri