ଶୋଇଥିବା ବେଳେ ମହିଳାଙ୍କୁ କାମୁଡ଼ିଲା ସାପ, ଚାଲିଗଲା ଜୀବନ

ଦାରିଙ୍ଗବାଡ଼ି,୧୭ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ କୁମ୍ଭାରମୁଣ୍ଡା ଗ୍ରାମ କଲୋନୀ ସାହିରେ ବିଷଧର ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ କସ୍ମିତା ଦିଗାଲ (୩୮) ବୋଲି ତଦନ୍ତକାରୀ ଅଧିକାରିଣୀ ଲକ୍ଷ୍ମୀ ମାଝି କହିଛନ୍ତି। ଘଟଣା ସମ୍ପର୍କରେ ମୃତ କସ୍ମିତାଙ୍କ ସ୍ବାମୀ ରାଜେଶ ଦିଗାଲ ଦାରିଙ୍ଗବାଡ଼ି ଥାନାରେ ଲିଖିତ ଭାବେ ଜଣାଇଛନ୍ତି।

ପ୍ରକାଶ ଯେ, ଶୁକ୍ରବାର ରାତିରେ କସ୍ମିତା ପରିବାର ସହ ଘରେ ଶୋଇଥିବା ବେଳେ ତାଙ୍କୁ ବିଳମ୍ବିତ ରାତିରେ ସାପ କାମୁଡ଼ିଥିଲା। ଶନିବାର ସକାଳୁ ଚିକିତ୍ସା ପାଇଁ ସ୍ବାସ୍ଥ୍ୟକେନ୍ଦ୍ର ନିଆଯାଇଥିଲା। ତେବେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଦାରିଙ୍ଗବାଡ଼ି ଥାନାର ମହିଳା ସବ୍‌ଇନ୍ସପେକ୍ଟର ଲକ୍ଷ୍ମୀ ମାଝି ସଦଳବଳ ପହଞ୍ଚି ମୃତଦେହ ଜବତ କରିବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରି ବ୍ୟବଚ୍ଛେଦ କରାଇଛନ୍ତି। ଘଟଣାର ଅଧିକ ତଦନ୍ତ କରାଯାଉଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓକିଲ ସଂଘ ନିର୍ବାଚନ: ସଭାପତି ହେଲେ ନିର୍ବାଚନ କେଶରୀ ଭୋଇ…

ଜି.ଉଦୟଗିରି,୨୯।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): ସ୍ଥାନୀୟ ଜେଏମଏଫସି କୋର୍ଟ ପରିସରରେ ଶନିବାର ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଛି। ଆଇନଜୀବୀ ରାମାରାଓ ନାୟକ…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

ଦାରିଙ୍ଗବାଡିରେ କାଳବୈଶାଖୀ ପ୍ରଭାବ: ୧୫ ଘଣ୍ଟା ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତବାସୀ

ଦାରିଙ୍ଗବାଡି, ୨୮।୩ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ କଳାବୈଶାଖୀର ପ୍ରଭାବରେ ପବନ ବୋହିବା ସହ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା…

ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ କରିଥିଲେ ପୋଷ୍ଟ, ଏବେ…

ବାଲିଗୁଡ଼ା, ୨୬ା୩(ସଞ୍ଜୟ କୁମାର ପାଣିଗ୍ରାହୀ):ମାଙ୍କଡ଼ ମାରି ଇନ୍‌ଷ୍ଟାଗ୍ରାମରେ ଫଟୋ ପୋଷ୍ଟ କରିବା ମହଙ୍ଗା ପଡିଛି। ବନ ବିଭାଗ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଝାଡ଼ୁ ଧରିଲେ ବିଡିଓ: ସ୍ବଚ୍ଛ ଦାରିଙ୍ଗବାଡି ପାଇଁ ପ୍ରୟାସ

ଦାରିଙ୍ଗବାଡି,୨୬।୩(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପର୍ଯ୍ୟଟନକ୍ଷେତ୍ରକୁ ବିଶ୍ୱସ୍ତରୀୟ କରାଯିବା ପାଇଁ ପ୍ରଶାସନ ଅଣ୍ଟା ଭିଡିଛି। ଗୋଟିଏ ସପ୍ତାହରେ ପୁଣି ପ୍ରଶାସନ ପକ୍ଷରୁ ଦାରିଙ୍ଗବାଡିକୁ ସ୍ବଚ୍ଛ ଓ ସୁନ୍ଦର…

ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ, ୫୫ ଲକ୍ଷର…

ଫୁଲବାଣୀ,୨୪।୩(ରିଙ୍କୁ ରାଉତ): ଆତ୍ମସମର୍ପଣ କଲେ ମୋଷ୍ଟ ୱାଣ୍ଟେଡ ମାଓବାଦୀ ନେତା ଶୁକ୍ରୁ। କନ୍ଧମାଳ ପୋଲିସ ପାଖରେ ଶୁକ୍ରୁର ଆତ୍ମସମର୍ପଣ କରିଥିବା ଜଣାପଡ଼ିଛି। ଏକେ-୪୭ ସହ ସେ  ଆତ୍ମସମର୍ପଣ…

ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଫୁଲବାଣୀ,୨୩।୩ (ରାକେଶ କୁମାର ରାଉତ): ଆଦିବାସୀ ସାଧ୍ବୀ ପଦ୍ମଶ୍ରୀ ପୂର୍ଣ୍ଣମାସୀ ଯାନୀ ଅସୁସ୍ଥ । ତାଙ୍କୁ ପ୍ରଥମେ ଖଜୁରୀପଡା ମେଡିକାଲରେ ଭର୍ତ୍ତି କରାଯିବା ପରେ ଫୁଲବାଣୀ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri