ସାପକାମୁଡ଼ାରେ ଚାଲିଗଲା ଅବସରପ୍ରାପ୍ତ କର୍ମଚାରୀଙ୍କ ଜୀବନ

ଗଞ୍ଜାମ,୧୬ା୭(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ସୁବଳୟା ପଞ୍ଚାୟତର ଗବୁଡ଼ି ମର୍ଦ୍ଧରାଜପୁର ବାସିନ୍ଦା ତଥା ଅବସରରପ୍ରାପ୍ତ ମୁଖ୍ୟ କିରାଣି ଶଶୀଭୂଷଣ ପଲାଇ (୭୫)ଙ୍କ ସାପ କାମୁଡ଼ାରେ ମୃତ୍ୟୁ ଘଟିଛି। ଶଶୀଭୁଷଣ ବିଲରେ ଚାଷ କାମ ଦେଖିବାକୁ ଯାଇଥିବା ବେଳେ ଏକ ସାପ କାମୁଡ଼ି ଦେଇଥିଲା। ପ୍ରଥମେ ବ୍ରହ୍ମପୁର ମେଡିକାଲ ନିଆଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା। ସ୍ବର୍ଗତ ପଲେଇ ଜଣେ ମିଷ୍ଟଭାଷୀ ଓ ଧର୍ମପରାୟଣ ବ୍ୟକ୍ତିତ୍ୱ ହୋଇଥିବାରୁ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପରେ ଗ୍ରାମ ମଶାଣିରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି। ପୁଅ ଇଂ.ନିରଜ କୁମାର ପଲେଇ, ବୁଲୁ ପଲେଇ, ଜ୍ୱାଇଁ ଅଧ୍ୟାପକ ବିଷ୍ଣୁ ବାବୁ, ଭାଇ ବାନାମ୍ବର ପଲେଇଙ୍କ ସମେତ ଗ୍ରାମବାସୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା

ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ...

କ୍ଷୀର ବ୍ୟବସାୟୀ ହତ୍ୟା ମାମଲା: ୨୩ରେ ଚୂଡାନ୍ତ ରାୟ

ବ୍ରହ୍ମପୁର,୧୬ା୧୨(ସୁବାସଚନ୍ଦ୍ର ପାଢ଼ୀ):ଗୋଷାଣି ନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ ରହୁଥିବା କ୍ଷୀର ବ୍ୟବସାୟୀ ଲମ୍ୱୋଦର ମୁନି ହତ୍ୟା ମାମଲାର ବିଚାର ଏବେ ବ୍ରହ୍ମପୁର ଅତିରିକ୍ତ ଜିଲା ଜଜ୍‌-୩...

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ

ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି।...

ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …

କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

ଭାରସାମ୍ୟ ହରାଇ ଡିଭାଇଡର ଉପରକୁ ଚଢ଼ିଗଲା ଟ୍ରକ: ଆଉ ତା’ପରେ…

ବଲାଙ୍ଗିର,୧୬/୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ୨୬ନମ୍ବର ଜାତୀୟ ରାଜପଥ ଜିଲ୍ଲାପାଳଙ୍କ ଅଫିସ ସମ୍ମୁଖ ଟ୍ରାଫିକ ଛକ ଡିଭାଡିଅରରେ ଭାରସାମ୍ୟ ହରାଇ ଏକ ଟ୍ରକ ଚଢ଼ି ଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri