ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଆଶ୍ଚର୍ଯ୍ୟ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ଏକ ସାପ ଜଣେ ବ୍ୟକ୍ତିଙ୍କ ଗାଡ଼ି ଚକାରେ ଗୁଡ଼ାଇ ହୋଇ ଯାଇଛି। ପରେ ସାପକୁ କିଛି ଲୋକ ଉଦ୍ଧାର କରୁଥିବା ଦେଖିବାକୁ ମିଳିଛି।
ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।
In monsoon snakes can sneak into vehicles. Just be little careful. pic.twitter.com/C6mzWkZSLH
— Susanta Nanda IFS (@susantananda3) September 22, 2020