ଗାଁ ପାହାଡ଼ରୁ ପଥର ଖୋଳୁଥିବାବେଳେ ଅଘଟଣ, ମାଟି ଅତଡ଼ା ଖସି ଶ୍ରମିକ ମୃତ

ଦିଗପହଣ୍ଡି,୧୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଆମ୍ବ ଗାଁ ନିକଟ କାଙ୍କରା ପାହାଡ଼ରୁ ମାଟି ଅତଡ଼ା ଖସି ଜଣେ ଶ୍ରମିକ ଗୁରୁବାର ମୃତ୍ୟୁବରଣ କରିଛନ୍ତି। ମୃତକ ଜଣଙ୍କ ହେଲେ ଦିଗପହଣ୍ଡି ଥାନା ଚୁଡୁଙ୍ଗପୁର ଗ୍ରାମ ମିଲ ସାହିର ଏ.ପଞ୍ଚୁ ପାତ୍ର(୬୦)। ସକାଳେ ସେ ଗାଁ ପାହାଡ଼ରୁ ପଥର ଖୋଳୁଥିବା ବେଳେ ଅସାବଧାନତା କାରଣରୁ ତାଙ୍କ ଉପରେ ମାଟି ଅତଡ଼ା ଖସି ପଡିଥିଲା। ନିକଟରେ ଥିବା କିଛି ବ୍ୟକ୍ତି ତାଙ୍କୁ ଉଦ୍ଧାର କରି ପରିବାର ଲୋକଙ୍କ ସହାୟତାରେ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ପାଟପୁର ଥାନା ଏଏସଆଇ ରମାକାନ୍ତ ଶବର ସଦଳବଳେ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତକରି ଅପମୃତ୍ୟୁ ମାମଲା ନଂ.୨/୨୫ ଅନୁଯାୟୀ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ସାରେ ଶୋକାକୂଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

ସାଇବର ଜାଲିଆତି ସିଣ୍ଡିକେଟ୍‌ର ବଡ଼ ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୬ା୬: କେନ୍ଦ୍ରୀୟ ଦିଲ୍ଲୀ ପୋଲିସ ମାସେବ୍ୟାପୀ ଚଢ଼ାଉ କରି ୭ଟି ଆନ୍ତଃରାଜ୍ୟ ସାଇବର ଜାଲିଆତି ସିଣଣ୍ଡିକେଟ୍‌ର ପର୍ଦ୍ଦାଫାଶ କରିବା ସହ ୧୪ ଜଣଙ୍କୁ ଗିରଫ କରିଛି। ଜଣେ…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଆମେରିକା ପ୍ରବେଶ ପାଇଁ ଇରାନ ଫୁଟବଲ ଦଳକୁ ମିଳିଲା ଭିଜା

ଓ୍ବାଶିଂଟନ,୫।୬: ଯୁକ୍ତରାଷ୍ଟ୍ର ଆମେରିକା(ୟୁଏସ୍‌) ଇରାନ ବିଶ୍ୱକପ୍‌ ପୁଟ୍‌ବଲ ଦଳର ସଦସ୍ୟମାନଙ୍କୁ ଭିଜା ପ୍ରଦାନ କରିଛି। ଫଳରେ ଇରାନ ଦଳ ଆମେରିକାରେ ପ୍ରବେଶ କରିପାରିବ। ମେକ୍ସିକୋର ଟିଜୁଆନାରେ ଦଳ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri