ବେଆଇନ ଭାବେ ଖୋଳିନେଲେ ମାଟି

ପୁରୀ ଅଫିସ,୭ା୬: ଶ୍ରୀଜଗନ୍ନାଥ ମେଡିକାଲ ଓ କଲେଜ ପର୍ଯ୍ୟନ୍ତ ଲମ୍ବିଥିବା ମୁଖ୍ୟରାସ୍ତା ବିପଦସଙ୍କୁଳ ହୋଇ ପଡ଼ିଛି। ରାସ୍ତା ନିର୍ମାଣ ପାଇଁ ସଂଲଗ୍ନ ଜମିରୁ ବେଆଇନ ଭାବେ ମାଟି ଖୋଳି ନିଆଯାଇଛି। ଫଳରେ ପ୍ରାୟ ୨କି.ମି. ପର୍ଯ୍ୟନ୍ତ ରାସ୍ତା ଉଭୟ ପାର୍ଶ୍ୱରେ ୧୦ ଫୁଟ୍‌ରୁ ଅଧିକ ଗଭୀର ଗାତ ହୋଇଛି। ଏଥିଯୋଗୁ ଯାତାୟାତ ବେଳେ ମଣିଷ ଓ ପଶୁ ପଡ଼ିଯାଇ ପ୍ରାଣ ହରାଇବା ଆଶଙ୍କା ସୃଷ୍ଟି ହୋଇଛି। ସେହିପରି ରାସ୍ତା ପାର୍ଶ୍ୱସ୍ଥ ଓପିଟିସିଏଲ୍‌ର ବିଦ୍ୟୁତ ଟାୱାର ତଳୁ ମଧ୍ୟ ମାଟି ତାଡ଼ି ନିଆଯାଇଛି। ତେଣୁ ବିପଦସଙ୍କୁଳ ଅବସ୍ଥାରେ ଥିବା ଏହି ଟାଓ୍ବାର ଯେକୌଣସି ସମୟରେ ଗଳିପଡ଼ିବାର ଆଶଙ୍କା ରହିଛି। ଏହି ବେଆଇନ ମାଟି ଖନନ କାର୍ଯ୍ୟକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।
ଶ୍ରୀଜଗନ୍ନାଥ ମେଡିିକାଲ ଓ କଲେଜକୁ ଲାଗି ବାଲୁଖଣ୍ଡ ଅଭୟାରଣ୍ୟ ରହିଛି। ତେଣୁ ରାସ୍ତା ନିର୍ମାଣ ପାଇଁ ସଂଲଗ୍ନ ଜମିରୁ ମାଟି ଖୋଳାଯିବା ପଛରେ ଅନିୟମିତତା ହିଁ କାରଣ ବୋଲି ସ୍ଥାନୀୟ ଲୋକେ ଗଣମାଧ୍ୟମରେ ଅଭିଯୋଗ କରିଛନ୍ତି। ଗୋଟିଏ ପଟେ ପ୍ରଭାବଶାଳୀ ବ୍ୟକ୍ତିଙ୍କୁ ହାତ କରି ଏବଂ ଅନ୍ୟପଟେ ଶକ୍ତି ବିଭାଗ କିମ୍ବା ଓପିଟିସିଏଲ୍‌ କର୍ତ୍ତୃପକ୍ଷଙ୍କ ସହ ପରାମର୍ଶ ବିନା ସମ୍ପୃକ୍ତ ଠିକାଦାର ଏଭଳି କାର୍ଯ୍ୟ କରିଥିବା ଅଞ୍ଚଳବାସୀ ଅଭିଯୋଗ ଆଣିଛନ୍ତି। ସାମାଜିକକର୍ମୀ ଚିନ୍ମୟ ଦାସ କହିଛନ୍ତି, ତଦାରଖ ଦାୟିତ୍ୱରେ ଥିବା ଅଧିକାରୀମାନେ କିଭଳି ଏହି କାର୍ଯ୍ୟ ସମ୍ପର୍କରେ ଜାଣିପାରିଲେ ନାହିଁ ତାହା ପ୍ରଶ୍ନବାଚୀ ହୋଇଛି। ଠିକ୍‌ ଭାବେ କାର୍ଯ୍ୟ ତଦାରଖ କରାଯାଇ ନ ଥିବା ଏଥିରୁ ପ୍ରମାଣ ମିଳୁଛି। ଉକ୍ତ ରାସ୍ତା ସମସ୍ତଙ୍କ ପାଇଁ ସମସ୍ୟା ବଢ଼ାଇବ। ଅନ୍ୟପକ୍ଷରେ ସମ୍ପୃକ୍ତ ଠିକାଦାର କହିଛନ୍ତି, ରାସ୍ତାକଡ଼ରେ ଥିବା ମାଟିକୁ ତାଙ୍କ ସଂସ୍ଥା ଖୋଳିନାହିଁ। ବାଲି ଓ ମାଟି ମାଫିଆମାନେ ମାଟି ଉଠାଇ ନେଇଛନ୍ତି। ଏନେଇ ପୂର୍ତ୍ତ ବିଭାଗର ବରିଷ୍ଠ ଉନ୍ନୟନ ଅଧିକାରୀ ଘନଶ୍ୟାମ ପଣ୍ଡାଙ୍କୁ ପଚାରିବାରେ କହିଛନ୍ତି, ସମ୍ପୃୃକ୍ତ ରାସ୍ତା ନିର୍ମାଣ ପାଇଁ ୫ରୁ ୧୦ କି.ମି ଦୂରରୁ ମାଟି ଆଣି ପକାଇବା ପାଇଁ କୁହାଯାଇଛି। ରାସ୍ତା ନିର୍ମାଣ ଲାଗି ଅନୁମତି ଥିବାବେଳେ ରାସ୍ତାକଡ଼ରୁ ମାଟି ତାଡ଼ିନିଆଯିବା ବେଆଇନ କାର୍ଯ୍ୟ। ମାତ୍ର ଏଭଳି ହୋଇଛି କି ନାହିଁ ସେ ନେଇ ତଦନ୍ତ ପରେ ଚିତ୍ର ସ୍ପଷ୍ଟ ହେବ। ସେହିପରି ଓପିଟିସିଏଲ୍‌ ଟାୱାର ତଳୁ ମାଟି ଖୋଳାଯିବା ସମ୍ପର୍କରେ ବିଭାଗୀୟ ବରିଷ୍ଠ ଉନ୍ନୟନ ଅଧିକାରୀ କହିଛନ୍ତି, ଏ ନେଇ କୌଣସି ଅଭିଯୋଗ ମିଳିନାହିଁ। ତଥାପି ଘଟଣାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନିଆଯିବ। ଅନ୍ୟପକ୍ଷରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ଜଗନ୍ନାଥ ମିଶ୍ରଙ୍କୁ ବାରମ୍ବାର ଫୋନ୍‌ ଯୋଗେ ଯୋଗାଯୋଗ ପାଇଁ ଚେଷ୍ଟା କରାଯାଇଥିଲେ ମଧ୍ୟ ତାଙ୍କର ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି – କହିଲେ ‘ଦେଶକୁ ଏକ ନୂତନ ଦିଗଦର୍ଶନ ଦେଇଥିଲେ’

ନୂଆଦିଲ୍ଲୀ,୧୬।୮: ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଦେଶ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri