ସୋଲାର ପାନୀୟ ଜଳ ପ୍ରକଳ୍ପ ଅଚଳ

ଚମ୍ପୁଆ, ୪। ୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅନ୍ତର୍ଗତ ସାତହଳିଆ ଗ୍ରାମରେ ପ୍ରାୟ ୨୦ ଦିନ ହେବ ସୋଲାର ପାନୀୟ ଜଳ ପ୍ରକଳ୍ପ ଅଚଳ ହୋଇଯାଇଥିବାରୁ ଗ୍ରାମବାସୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି ପାହିଲେ ପାନୀୟ ଜଳ କେଉଁଠୁ ଆଣିବେ ଚିନ୍ତା ବଢୁଥିବା ବେଳେ ପ୍ରାୟ ଅଧ କି.ମି. ଚାଲି ଚାଲି ପାନୀୟ ଜଳ ସଂଗ୍ରହ କରୁଛନ୍ତି। ସାମ୍ଭାବ୍ୟ ପରିସ୍ଥିତିରେ ବର୍ଷା ନ ହେବାରୁ କୂଅ ପୋଖରୀ ଏକ ପ୍ରକାର ଶୁଖିଲା ପଡିଥିବା ବେଳେ ଏହି ପାନୀୟ ଜଳ ପ୍ରକଳ୍ପ ଅଚଳ ହେବାରୁ ଗ୍ରାମବାସୀଙ୍କୁ ବ୍ୟଥିତ କରିଛି।
ସୂଚନା ଅନୁସାରେ ସାତହଳିଆ ଠାରେ ଥିବା ଏହି ପାନୀୟ ଜଳ ପ୍ରକଳ୍ପ ଉପରେ ଅଙ୍ଗନୱାଡି କେନ୍ଦ୍ରକୁ ମିଶାଇ ଶତାଧିକ ଆଦିବାସୀ ନିର୍ଭର କରି ଆସୁଥିଲେ। ମାତ୍ର ଏହା ଅଚଳ ହେବାପରେ ଗ୍ରାମବାସୀ ସ୍ଥାନୀୟ ସରପଞ୍ଚ ସମେତ ବିଭାଗକୁ ସୂଚନା ଦେଇଥିଲେ। ମାତ୍ର ତାହା ଅଜି ପର୍ଯ୍ୟନ୍ତ ଫଳପ୍ରଦ ହୋଇପାରିଲା ନାହିଁ। ପାନୀୟ ଜଳ ଭଳି ପ୍ରମୁଖ ମୌଳିକ ଆବଶ୍ୟକତା ପ୍ରତି ପଦକ୍ଷେପନ ନିଆଯାଉ ନ ଥିବାରୁ ଗ୍ରାମବାସୀଙ୍କ ପକ୍ଷରୁ ଏଥିପ୍ରତି ଅସନ୍ତୋଷ ବ୍ୟକ୍ତ କରାଯାଇଛି। ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ତେବେ ଏସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ କରନ ସୋରେନଙ୍କୁ ପଚାରିବାରୁ ଦୁଇରୁ ତିନି ଦିନ ମଧ୍ୟରେ ସମସ୍ୟାର ସମାଧାନ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାତ୍ୟାୟନୀ ବେଶରେ ଦର୍ଶନ ଦେଉଛନ୍ତି ମା’ ସମଲେଶ୍ବରୀ, ଦର୍ଶନ ପାଇଁ ସକାଳୁ ସକାଳୁ ଭକ୍ତଙ୍କ ଭିଡ଼

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଜାରି ରହିଛି। ଷଷ୍ଠ ଦିବସ ମଙ୍ଗଳବାରରେ ଦେବୀ କାତ୍ୟାୟନୀ ବେଶରେ ଦର୍ଶନ ଦେଇଛନ୍ତି…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri