ଶ୍ୱଶୁର ଘର ଜାଳିଦେଲେ ଜ୍ୱାଇଁ

କାମାକ୍ଷାନଗର,୨୩।୨(ସୁଧୀର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ନୂଆଁ ଆଳତୁମା ଗାଁରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ଶ୍ୱଶୁର ଘରେ ଜ୍ୱାଇଁ ନିଆଁ ଲଗାଇ ଦେଇଛନ୍ତି। ଫଳରେ ୪ ବଖରା ଘର ଜଳିଯାଇଛି। ଶୁକ୍ରବାର ଶ୍ୱଶୁର ଘର ଲୋକଙ୍କ ଥାନାରେ ଅଭିଯୋଗକ୍ରମେ ପୋଲିସ ଜ୍ୱାଇଁଙ୍କୁ ଅଟକ ରଖି ତଦନ୍ତ ଚଳାଇଛି।
ଘଟଣାରୁ ଜଣାପଡ଼ିଛି, ଜ୍ୱାଇଁ ଦୁଷ୍ମନ୍ତ ପେଣ୍ଠେଇ କାମାକ୍ଷାନଗର ନୂଆଁ ଆଳତୁମା ଗ୍ରାମର ସୁରେନ୍ଦ୍ର ସାମଲଙ୍କ ଝିଅ ଶକୁନ୍ତଳାଙ୍କୁ ବିବାହ କରିଥିଲେ। ଦୁଷ୍ମନ୍ତ ସବୁବେଳେ ନିଶାଶକ୍ତ ଅବସ୍ଥାରେ ରହି ସ୍ତ୍ରୀ ଏବଂ ପିଲା ଛୁଆଙ୍କୁ ମାଡ଼ ମାରୁଥିବାରୁ ଶକୁନ୍ତଳା ନିଜ ବାପା ଘରେ ଆସି ରହୁଥିଲେ। ଦୁଷ୍ମନ୍ତ ଗୁରୁବାର ସାରେ ଶ୍ୱଶୁର ଘରକୁ ଆସି ପାଟିତୁଣ୍ଡ କରିଥିଲେ। ପରେ ବିଳମ୍ବିତ ରାତିରେ ଶ୍ୱଶୁର ଘରେ ନିଆଁ ଲଗାଇ ସେ ଫେରାର ହୋଇଯାଇଥିଲେ। ଏଥିରେ ୪ ବଖରା ଜଳିଯିବା ସହ ଘରେ ଥିବା ସମସ୍ତ ଆସବାବପତ୍ର ପୋଡିଯାଇଥିବା ଅଭିଯୋଗପତ୍ରରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

ଗଞ୍ଜେଇ କାରବାରରେ ଶିକ୍ଷକ

ଟିଟିଲାଗଡ଼,୨୬।୭: ଅବକାରୀ ବିଭାଗ ଏବଂ ପୋଲିସ ଶୁକ୍ରବାର ଚଢାଉ କରି ଏକ ବଡ଼ ଧରଣର ଗଞ୍ଜେଇ ର଼୍ୟାକେଟ୍‌କୁ ଧରିବାର ସଫଳ ହୋଇଛି। ଅଧକାରୀମାନେ ଟିଟିଲାଗଡ଼ରୁ ୨୪୩...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri