ଶାଶୁଙ୍କୁ ଛୁରି ଭୁସି ହତ୍ୟା ପରେ ବିଷ ପିଇଦେଲେ ଜ୍ୱାଇଁ

ପୁରୀ ଅଫିସ,୨୪ା୩: କିଛି ଦିନର ବ୍ୟବଧାନ ପରେ ବୁଧବାର ପୁରୀ ସହରରେ ପୁଣି ଏକ ହତ୍ୟାକାଣ୍ଡ ଘଟିଛି। ଶାଶୁଙ୍କୁ ଛୁରି ଭୁସି ହତ୍ୟା କରିବା ପରେ ଜ୍ୱାଇଁ ବିଷ ପିଇଦେଇଛନ୍ତି। ବାସେଳିସାହି ଥାନା ଅନ୍ତର୍ଗତ ବଳିଆପଣ୍ଡା ବନମାଳୀ ନଗରରେ ଏହି ଅଭାବନୀୟ ଘଟଣା ଘଟିଛି। ପୋଲିସ ଶାଶୁ ତିଳୋତ୍ତମା କର (୫୦)ଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଏକ ମାମଲା (ନଂ. ୬୫/୨୨) ରୁଜୁ କରି ତଦନ୍ତ ଜାରି ରଖିଛି। ପାରିପାରିକ କଳହକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ଅନ୍ୟପକ୍ଷରେ ପାରିବାରିକ କଳହର ପରିଣତି କେତେ ଭୟଙ୍କର ହୋଇପାରେ ଓ କ୍ରୋଧରେ କିପରି ମଣିଷ ହିତାହିତ ଜ୍ଞାନ ହରାଏ ତାହା ଏହି ଘଟଣାରୁ ସହଜେ ଅନୁମେୟ।

ସୂଚନା ଅନୁଯାୟୀ, ତିଳୋତ୍ତମାଙ୍କ ଝିଅ ଓ ଜ୍ୱାଇଁଙ୍କ ମଧ୍ୟରେ କନ୍ଦଳ ରହିଥିଲା। ଫଳରେ ଝିଅ ଆସି ତିଳୋତ୍ତମାଙ୍କ ପାଖରେ ଅର୍ଥାତ ବାପଘରେ ରହୁଥିଲେ। ବୁଧବାର ଜ୍ୱାଇଁ ଶକ୍ତିଧର ଦାଶ ଆସି ତାଙ୍କ ସ୍ତ୍ରୀଙ୍କୁ ସାଙ୍ଗରେ ନେବା ପାଇଁ ଜିଦ୍‌ ଧରିଥିଲେ। ମାତ୍ର ତିଳୋତ୍ତମା ତାଙ୍କ ଝିଅକୁ ଛାଡ଼ିିବେନି ବୋଲି କହିଥିଲେ। ଏହାକୁ ନେଇ ଶାଶୁ ଓ ଜ୍ୱାଇଁଙ୍କ ମଧ୍ୟରେ ବଚସା ବଢ଼ି ବିବାଦ ଉଗ୍ର ରୂପ ନେଇଥିଲା। ଏଥିରେ ଶକ୍ତିଧର କ୍ରୋଧିତ ହୋଇ ତିଳୋତ୍ତମାଙ୍କ ପେଟରେ ଛୁରି ଭୁସିିଦେଇଥିଲେ। ଫଳରେ ତିଳୋତ୍ତମା ରକ୍ତାକ୍ତ ଅବସ୍ଥାରେ ଚେତାଶୂନ୍ୟ ହୋଇ ସେଠାରେ ଟଳିପଡ଼ିଥିଲେ। ଏହି ଖବର ଶୁଣି ସ୍ଥାନୀୟ ଲୋକେ ପହଞ୍ଚି ତାଙ୍କୁ ତୁରନ୍ତ ଉଦ୍ଧାର କରି ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅପରପକ୍ଷରେ ଶାଶୁଙ୍କୁ ହତ୍ୟା କରିବା ପରେ ଶକ୍ତିଧର କୀଟନାଶକ ପିଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେଠାରେ ସେ ଚିକିତ୍ସାଧୀନ ଥିବା ଜଣାପଡ଼ିଛି। ଖବର ପାଇ ବାସେଳିସାହି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲା। ଏ ନେଇ ଅତିରିକ୍ତ ଏସ୍‌ପି ମିହିର ପଣ୍ଡା କହିଛନ୍ତି, ପାରିବାରିକ କଳହକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ପୂର୍ବରୁ ଏହି ଦମ୍ପତିଙ୍କ ମଧ୍ୟରେ ବିବାଦ ରହିଥିଲା, ଯାହା ବୁଧବାର ଉଗ୍ରରୂପ ଧାରଣ କରିଥିଲା। ଜ୍ୱାଇଁ ଶକ୍ତିଧର ଏକ ଧାରୁଆ ଅସ୍ତ୍ରରେ ତାଙ୍କ ଶାଶୁଙ୍କୁ ଆକ୍ରମଣ କରିଥିଲେ। ପରେ ସେ ବିଷ ପିଇ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ। ତେବେ ତାଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସେ ସୁସ୍ଥ ହେବା ପରେ ତାଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?